ଆଜି ବାହୁଡ଼ା; ମଧ୍ୟାହ୍ନ ୧୨ଟାରେ ପହଣ୍ଡି, ଅପରାହ୍ନ ୪ଟାରେ ରଥଟଣା

The Sakala Picture
Published On

ପୁରୀ: ଜନ୍ମବେଦୀରେ ଶେଷ ହୋଇଛି ମହାପ୍ରଭୁଙ୍କ ଲୀଳା। ଏବେ ରତ୍ନବେଦୀକୁ ବାହୁଡ଼ିବାକୁ ପ୍ରସ୍ତୁତ ହେଉଛନ୍ତି ଚତୁର୍ଦ୍ଧାବିଗ୍ରହ। ଶ୍ରୀଗୁଣ୍ଡିଚା ମନ୍ଦିରରେ ସାତ ଦିନ ରହଣି ପରେ ଭାଇ-ଭଉଣୀଙ୍କୁ ସାଥୀରେ ଧରି ବାହୁଡ଼ିବେ କାଳିଆ ଠାକୁର। ଏଥିପାଇଁ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ଦାରୁବ୍ରହ୍ମଙ୍କୁ ଅପେକ୍ଷା କରି ରହିଛନ୍ତି ତିନିରଥ। ଶନିବାର ରଥାରୂଢ଼ ହୋଇ ଦାରୁବିଗ୍ରହ ଯିବେ ଶ୍ରୀମନ୍ଦିର ଅଭିମୁଖେ। ତେବେ ଦକ୍ଷିଣମୋଡ଼ ହୋଇ ନାକଚଣା ଦ୍ୱାରରେ ଲାଗିଥିବା ତିନିରଥକୁ ମହାରଣା ସେବକ ଓ ରଥ ବିଶେଷଜ୍ଞ କମିଟି ଯାଞ୍ଚ […]

ପୁରୀ: ଜନ୍ମବେଦୀରେ ଶେଷ ହୋଇଛି ମହାପ୍ରଭୁଙ୍କ ଲୀଳା। ଏବେ ରତ୍ନବେଦୀକୁ ବାହୁଡ଼ିବାକୁ ପ୍ରସ୍ତୁତ ହେଉଛନ୍ତି ଚତୁର୍ଦ୍ଧାବିଗ୍ରହ। ଶ୍ରୀଗୁଣ୍ଡିଚା ମନ୍ଦିରରେ ସାତ ଦିନ ରହଣି ପରେ ଭାଇ-ଭଉଣୀଙ୍କୁ ସାଥୀରେ ଧରି ବାହୁଡ଼ିବେ କାଳିଆ ଠାକୁର। ଏଥିପାଇଁ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ଦାରୁବ୍ରହ୍ମଙ୍କୁ ଅପେକ୍ଷା କରି ରହିଛନ୍ତି ତିନିରଥ। ଶନିବାର ରଥାରୂଢ଼ ହୋଇ ଦାରୁବିଗ୍ରହ ଯିବେ ଶ୍ରୀମନ୍ଦିର ଅଭିମୁଖେ। ତେବେ ଦକ୍ଷିଣମୋଡ଼ ହୋଇ ନାକଚଣା ଦ୍ୱାରରେ ଲାଗିଥିବା ତିନିରଥକୁ ମହାରଣା ସେବକ ଓ ରଥ ବିଶେଷଜ୍ଞ କମିଟି ଯାଞ୍ଚ କରିସାରିଛନ୍ତି। ଅନ୍ୟପକ୍ଷରେ ବାହୁଡ଼ା ଯାତ୍ରା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ଶୁକ୍ରବାର ଥିଲା ସନ୍ଧ୍ୟା ଦର୍ଶନ। ସକାଳୁ ଆରମ୍ଭ ହୋଇଯାଇଥିଲା ଭକ୍ତଙ୍କ ଗହଳି। ଲମ୍ବା ଧାଡ଼ିରେ ବ୍ୟାରିକେଡ୍‌ ମଧ୍ୟ ଦେଇ ଶ୍ରଦ୍ଧାଳୁମାନେ ଜନ୍ମବେଦୀରେ ଦାରୁଦିଅଁଙ୍କୁ ଦର୍ଶନ କରିଥିଲେ। ଅନ୍ୟପକ୍ଷରେ ନୀତି ବି ସଅଳ ଚାଲିଥିଲା। ଏଥିସହ ଆଡପ ଅବଢ଼ା ବି ସଅଳ ବାହାରିଥିଲା। ଶେଷ ଆଡ଼ପ ଅବଢ଼ା ପାଇଁ ଭକ୍ତମାନେ ବେଶ୍‌ ଭିଡ଼ ଜମାଇଥିଲେ। ବାହୁଡ଼ା ଯାତ୍ରା ପ୍ରସ୍ତୁତି ପାଇଁ ସନ୍ଧ୍ୟା ଦର୍ଶନ ଅପରାହ୍ଣ ୫ଟାରେ ବନ୍ଦ କରାଯାଇଥିଲା। ଆଡ଼ପମଣ୍ଡପରେ ଚତୁର୍ଦ୍ଧାବିଗ୍ରହଙ୍କ ପହୁଡ଼ ଆଳତି ସରିବା ପରେ ଶ୍ରୀମୁଖ ଖଣ୍ଡୁଆ ନୀତି ସମ୍ପନ୍ନ ହୋଇଥିଲା। ପରେ ମହାପ୍ରଭୁଙ୍କ ବାହୁଟକଣ୍ଟ, ଚାରବନ୍ଧା ଓ କୁସୁମି ଲାଗି ନୀତି ପାଇଁ ଆରମ୍ଭ ହୋଇଥିଲା ପ୍ରସ୍ତୁତି।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର୍‌ ୪ଟାରେ ମଙ୍ଗଳ ଆଳତି ହେବ। ଠାକୁର ଖେଚୁଡ଼ି ଭୋଗ ଖାଇସାରି ଶ୍ରୀମନ୍ଦିର ଅଭିମୁଖେ ବାହାରିବେ। ପୂର୍ବାହ୍ନ ୧୧ଟା ୪୫ରେ ମଙ୍ଗଳାର୍ପଣ ହୋଇ ମଧ୍ୟାହ୍ନ ୧୨ଟାରେ ବାହୁଡ଼ା ପହଣ୍ଡି ଆରମ୍ଭ ହେବ। ଅପର‌ାହ୍‌ଣ ସାଢ଼େ ୨ଟାରୁ ସାଢ଼େ ୩ଟା ମଧ୍ୟରେ ଛେରାପହଁରା ନୀତି ବଢ଼ି ଅପରାହ୍‌ଣ ୪ଟାରେ ରଥଟଣା ଆରମ୍ଭ କରାଯିବା ଲାଗି ନୀତି ନିର୍ଘଣ୍ଟ ହୋଇଛି। ରଥଟଣା ସରିବା ପରେ ରଥ ଉପରେ ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ଏହା ପରଦିନ ଅର୍ଥାତ୍‌ ରବିବାର ରଥ ଉପରେ ସୁନାବେଶ ଅନୁଷ୍ଠିତ ହେବ। ଅନ୍ୟପକ୍ଷରେ ଦାରୁବିଗ୍ରହଙ୍କ ବାହୁଡ଼ା ଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ଲାଗି ପୁଲିସ୍‌ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛି। ପଞ୍ଚସ୍ତରୀୟ ସୁରକ୍ଷାବଳୟରେ ରହିଛି ପୁରୀ ସହର।.

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର