ରାଜ୍ୟ ବିଜେପି ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ; ୭ରେ ନାମାଙ୍କନ, ୮ରେ ଫଳାଫଳ…

The Sakala Picture
Published On

ଭୁବନେଶ୍ୱର: ସ୍ଥଗିତ ଥିବା ରାଜ୍ୟ ବିଜେପି ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ପ୍ରକ୍ରିୟା ପାଇଁ ଶୁକ୍ରବାର ସମୟ ସାରଣୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପ୍ରକ୍ରିୟା ଆସନ୍ତା ୬ ତାରିଖରୁ ଆରମ୍ଭ ହୋଇ ୮ ତାରିଖ ଦିନ ଶେଷ ହେବ ବୋଲି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ତଥା ରାଜ୍ୟ ସହ ନିର୍ବାଚନ ଅଧିକାରୀ ଡ. ଯତୀନ ମହାନ୍ତି ସୂଚନା ଦେଇଛନ୍ତି। ଡ. ମହାନ୍ତି କହିଛନ୍ତି ଯେ, ପୂର୍ବରୁ ବିଜେପିର ସ୍ଥାନୀୟ ସମିତି, ମଣ୍ଡଳ […]

ଭୁବନେଶ୍ୱର: ସ୍ଥଗିତ ଥିବା ରାଜ୍ୟ ବିଜେପି ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ପ୍ରକ୍ରିୟା ପାଇଁ ଶୁକ୍ରବାର ସମୟ ସାରଣୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପ୍ରକ୍ରିୟା ଆସନ୍ତା ୬ ତାରିଖରୁ ଆରମ୍ଭ ହୋଇ ୮ ତାରିଖ ଦିନ ଶେଷ ହେବ ବୋଲି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ତଥା ରାଜ୍ୟ ସହ ନିର୍ବାଚନ ଅଧିକାରୀ ଡ. ଯତୀନ ମହାନ୍ତି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଜମିବାଡ଼ି ବିବାଦ: ପୋଲିସ ଉପସ୍ଥିତିରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ !

ଡ. ମହାନ୍ତି କହିଛନ୍ତି ଯେ, ପୂର୍ବରୁ ବିଜେପିର ସ୍ଥାନୀୟ ସମିତି, ମଣ୍ଡଳ ସମିତି, ଜିଲ୍ଲା ସମିତି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। ଏବେ ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଅବସରରେ ଜୁଲାଇ ୬ ତାରିଖ ପୂର୍ବାହ୍ନ ୧୧ଟାରେ ଅନ୍ତରୀଣ ମତଦାତାଙ୍କ ସୂଚୀ ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରୁ ୨ଟା ସୁଦ୍ଧା ମତଦାତାଙ୍କ ସୂଚୀ ଉପରେ ବିଭିନ୍ନ ଆପତ୍ତି ଅଭିଯୋଗର ଯାଞ୍ଚ କରାଯିବା ପରେ ଅପରାହ୍ନ ୨ଟାରୁ ୫ଟା ମଧ୍ୟରେ ଚୂଡ଼ାନ୍ତ ମତଦାତାଙ୍କ ତାଲିକା ପ୍ରକାଶ ପାଇବ। ୭ ତାରିଖ ପୂର୍ବାହ୍ନ ୧୧ଟାରୁ ୨ଟା ସୁଦ୍ଧା ଉପରୋକ୍ତ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରାଯିବ। ମଧ୍ୟାହ୍ନ ୨ଟାରୁ ୩ଟା ମଧ୍ୟରେ ନାମାଙ୍କନ ସମ୍ପର୍କିତ ଆପତ୍ତି ଅଭିଯୋଗର ଯାଞ୍ଚ କରାଯାଇ ୪ଟା ସୁଦ୍ଧା ଚୂଡ଼ାନ୍ତ ତାଲିକା ପ୍ରକାଶ କରାଯିବ ଏବଂ ଚିହ୍ନ ଆବଣ୍ଟନ କରାଯିବ। ଆବଶ୍ୟକ ହେଲେ ୮ତାରିଖ ସକାଳ ୯ଟାରୁ ୧୧ଟା ପର୍ଯ୍ୟନ୍ତ ମତଦାନ ହେବ ଏବଂ ୧୧ଟା ୩୦ ସୁଦ୍ଧା ଫଳାଫଳ ଘୋଷଣା କରାଯିବ ବୋଲି ଡ. ମହାନ୍ତିି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ବିଜେପିରୁ ଇସ୍ତଫା ଦେଲେ କେ. ଅଣ୍ଣାମଲାଇ, ନୂଆ ଦଳ ଗଠନ ନେଇ ଚର୍ଚ୍ଚା ଜୋର

05 Jul 2025 By The Sakala

ରାଜ୍ୟ ବିଜେପି ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ; ୭ରେ ନାମାଙ୍କନ, ୮ରେ ଫଳାଫଳ…

ଭୁବନେଶ୍ୱର: ସ୍ଥଗିତ ଥିବା ରାଜ୍ୟ ବିଜେପି ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ପ୍ରକ୍ରିୟା ପାଇଁ ଶୁକ୍ରବାର ସମୟ ସାରଣୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପ୍ରକ୍ରିୟା ଆସନ୍ତା ୬ ତାରିଖରୁ ଆରମ୍ଭ ହୋଇ ୮ ତାରିଖ ଦିନ ଶେଷ ହେବ ବୋଲି ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ତଥା ରାଜ୍ୟ ସହ ନିର୍ବାଚନ ଅଧିକାରୀ ଡ. ଯତୀନ ମହାନ୍ତି ସୂଚନା ଦେଇଛନ୍ତି।

ଡ. ମହାନ୍ତି କହିଛନ୍ତି ଯେ, ପୂର୍ବରୁ ବିଜେପିର ସ୍ଥାନୀୟ ସମିତି, ମଣ୍ଡଳ ସମିତି, ଜିଲ୍ଲା ସମିତି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି। ଏବେ ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ଅବସରରେ ଜୁଲାଇ ୬ ତାରିଖ ପୂର୍ବାହ୍ନ ୧୧ଟାରେ ଅନ୍ତରୀଣ ମତଦାତାଙ୍କ ସୂଚୀ ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରୁ ୨ଟା ସୁଦ୍ଧା ମତଦାତାଙ୍କ ସୂଚୀ ଉପରେ ବିଭିନ୍ନ ଆପତ୍ତି ଅଭିଯୋଗର ଯାଞ୍ଚ କରାଯିବା ପରେ ଅପରାହ୍ନ ୨ଟାରୁ ୫ଟା ମଧ୍ୟରେ ଚୂଡ଼ାନ୍ତ ମତଦାତାଙ୍କ ତାଲିକା ପ୍ରକାଶ ପାଇବ। ୭ ତାରିଖ ପୂର୍ବାହ୍ନ ୧୧ଟାରୁ ୨ଟା ସୁଦ୍ଧା ଉପରୋକ୍ତ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରାଯିବ। ମଧ୍ୟାହ୍ନ ୨ଟାରୁ ୩ଟା ମଧ୍ୟରେ ନାମାଙ୍କନ ସମ୍ପର୍କିତ ଆପତ୍ତି ଅଭିଯୋଗର ଯାଞ୍ଚ କରାଯାଇ ୪ଟା ସୁଦ୍ଧା ଚୂଡ଼ାନ୍ତ ତାଲିକା ପ୍ରକାଶ କରାଯିବ ଏବଂ ଚିହ୍ନ ଆବଣ୍ଟନ କରାଯିବ। ଆବଶ୍ୟକ ହେଲେ ୮ତାରିଖ ସକାଳ ୯ଟାରୁ ୧୧ଟା ପର୍ଯ୍ୟନ୍ତ ମତଦାନ ହେବ ଏବଂ ୧୧ଟା ୩୦ ସୁଦ୍ଧା ଫଳାଫଳ ଘୋଷଣା କରାଯିବ ବୋଲି ଡ. ମହାନ୍ତିି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର