୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

The Sakala Picture
Published On

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ସୋମବାର ଦିନ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ କାଳରେ ସେ ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟ ସ୍ଥାନରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାକୁ ଦୁଷ୍ଟିରେ ରଖି ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ଥିବା ସ୍ଥାନ ଏବଂ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ଏଥିସହ ରାଷ୍ଟ୍ରପତି ଯିବାକୁ ଥିବା ରାସ୍ତାର ଉଭୟ ପଟରେ ପୁଲିସ ମୁତୟନ କରାଯାଇଛି। ସୁରକ୍ଷାରେ ତ୍ରୁଟି ଯେପରି […]

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ସୋମବାର ଦିନ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ କାଳରେ ସେ ଭୁବନେଶ୍ୱର ସମେତ ରାଜ୍ୟର ଅନ୍ୟ ସ୍ଥାନରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାକୁ ଦୁଷ୍ଟିରେ ରଖି ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ଥିବା ସ୍ଥାନ ଏବଂ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ଏଥିସହ ରାଷ୍ଟ୍ରପତି ଯିବାକୁ ଥିବା ରାସ୍ତାର ଉଭୟ ପଟରେ ପୁଲିସ ମୁତୟନ କରାଯାଇଛି। ସୁରକ୍ଷାରେ ତ୍ରୁଟି ଯେପରି ନଘଟେ, ସେଥିଲାଗି ଆଜି ପୁଲିସ ପକ୍ଷରୁ କାରକେଡ୍‌ ରିହର୍ସାଲ କରାଯାଇଛି।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

ବିମାନବନ୍ଦରରୁ ପ୍ରଥମେ ରାଜ୍ୟପାଳ ଭବନ ଓ ପରେ ସେଠାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ କାରକେଡ୍‌ ଯାଇଥିଲା। ପରେ କଟକରେ ମଧ୍ୟ ରିହର୍ସାଲ କରାଯାଇଥିବା ଜଣାଯାଇଛି। ରାଷ୍ଟ୍ରପତିଙ୍କ ସୁରକ୍ଷା ଦୃଷ୍ଟିରୁ ଦ୍ବୈତନଗରୀରେ ୧୧୦ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯିବ। ସେଥିମଧ୍ୟରୁ କେବଳ ଭୁବନେଶ୍ୱରରେ ୫୦ ପ୍ଲାଟୁନ ଫୋର୍ସ ନିୟୋଜିତ ହେବେ। ଏଥିରେ ୮ଜଣ ଡିସିପି ରାଙ୍କ୍‌ ଅଫିସର, ୧୧ଜଣ ଅତିରିକ୍ତ ଡିସିପି, ୩୧ଜଣ ଏସିପି ରାଙ୍କ, ୪୪ ଇନ୍ସପେକ୍ଟର୍‌, ୧୮୦ଜଣ ସବ ଇନ୍ସପେକ୍ଟର୍‌ ରହିଛନ୍ତି। ସେହିପରି ଏମ୍ସ ଭୁବନେଶ୍ୱର, ରାଜଭବନ ଓ ବିଭିନ୍ନ ଟ୍ରାଫିକ ପୋଷ୍ଟ ଓ ନାକା ଅଞ୍ଚଳରେ ପୁଲିସ୍‌ ନିୟୋଜିତ ରହିବେ। ଅପରପକ୍ଷେ, ଭୁବନେଶ୍ୱର ଏମ୍ସରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରାଯାଇଥିବା ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି ଜଗମୋହନ ମୀନା।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

ଶ୍ରୀମତୀ ମୁର୍ମୁ ଦୁଇଦିନିଆ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଏବଂ କଟକରେ ଆୟୋଜନ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଜୁଲାଇ ୧୪ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ପଞ୍ଚମ ସମାବର୍ତ୍ତନ ସମାରୋହରେ ଅଂଶଗ୍ରହଣ କରିବେ। ଏହି ସମ୍ମାନଜନକ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରମୁଖ ଯୋଗଦେବେ। ଜୁଲାଇ ୧୫ ତାରିଖରେ ଶ୍ରୀମତୀ ମୁର୍ମୁ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଅତିଥି ଭାବେ ଯୋଗଦାନ କରିବା ସହ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ତିନୋଟି ଅଟ୍ଟାଳିକାର ପୁନର୍ବିକାଶ ଲାଗି ଶିଳାନ୍ୟାସ କରିବେ। ସେ ମଧ୍ୟ ଆଦିକବି ସାରଳା ଦାସଙ୍କ ଜନ୍ମ ବାର୍ଷିକୀ ସମାରୋହରେ ଯୋଗ ଦେବା ସହିତ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର