ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ବିଜେଡ଼ିର ଶାନ୍ତିପୂର୍ଣ ପ୍ରତିବାଦ ଉପରେ ପୁଲିସ ନିର୍ମମ ଓ ଅମାନୁଷିକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା..

The Sakala Picture
Published On

ଭୁବନେଶ୍ୱର: ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟଶ୍ରୀ ବିଶିଙ୍କ ଆତ୍ମଦାହ ଘଟଣାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା। ଏଥିରେ ବିଜେଡ଼ିର ହଜାର ହଜାର କର୍ମୀ ଶାନ୍ତିପୂର୍ଣ ଭାବରେ ଲୋୟାର ପିଏମଜି ଠାରେ ସୌମ୍ୟଶ୍ରୀଙ୍କୁ ନ୍ୟାୟ ଦାବିରେ ପ୍ରତିବାଦ କରୁଥିବା ବେଳେ ସେମାନଙ୍କ ଉପରେ ପୁଲିସ ନିର୍ମମ ଓ ଅମାନୁଷିକ ଆକ୍ରମଣକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଡା ଭାଷାରେ ନିନ୍ଦା କରିଛନ୍ତି। ଶାନ୍ତିପୂର୍ଣ ଆନ୍ଦୋଳନ […]

ଭୁବନେଶ୍ୱର: ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟଶ୍ରୀ ବିଶିଙ୍କ ଆତ୍ମଦାହ ଘଟଣାରେ ଆଜି ବିଜୁ ଜନତା ଦଳ ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା। ଏଥିରେ ବିଜେଡ଼ିର ହଜାର ହଜାର କର୍ମୀ ଶାନ୍ତିପୂର୍ଣ ଭାବରେ ଲୋୟାର ପିଏମଜି ଠାରେ ସୌମ୍ୟଶ୍ରୀଙ୍କୁ ନ୍ୟାୟ ଦାବିରେ ପ୍ରତିବାଦ କରୁଥିବା ବେଳେ ସେମାନଙ୍କ ଉପରେ ପୁଲିସ ନିର୍ମମ ଓ ଅମାନୁଷିକ ଆକ୍ରମଣକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଡା ଭାଷାରେ ନିନ୍ଦା କରିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ଶୁଣାଣିକୁ ସେପ୍ଟେମ୍ବର ୭କୁ ଘୁଞ୍ଚାଇଲେ ସୁପ୍ରିମକୋର୍ଟ

ଶାନ୍ତିପୂର୍ଣ ଆନ୍ଦୋଳନ କାରୀଙ୍କ ଉପରେ ପୁଲିସର ଏଭଳି ଅତ୍ୟାଚାରକୁ ଶ୍ରୀ ପଟ୍ଟନାୟକ ବର୍ବୋରୋଚିତ ବୋଲି ବର୍ଣ୍ଣନା କରିଛନ୍ତି।  ବହୁ ବିଜେଡ଼ି କର୍ମୀ ଓ ସାଧାରଣ ଲୋକ ପୁଲିସ ଆକ୍ରମଣରେ ଆହତ ହେବା ଖବରରେ ଶ୍ରୀ ପଟ୍ଟନାୟକ ଉଦବେଗ ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ପୁଲିସ ଆକ୍ରମଣରେ ଆହତ ସାଂସଦ ସୁଲତା ଦେଓ , ପୂର୍ବତନ ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସ ଓ ପ୍ରୀତିରଞ୍ଜନ ଘଡ଼ାଇଙ୍କ ସହ ଶ୍ରୀ ପଟ୍ଟନାୟକ ଫୋନ୍ ଯୋଗେ କଥା ହୋଇ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝି ଥିଲେ ଓ ଆଶୁ ଆରୋଗ୍ୟ କାମନା କରିଥିଲେ।

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର