ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ୨୧ରେ ସଂସଦ ଘେରାଉ କରିବ କଂଗ୍ରେସ…

The Sakala Picture
Published On

ନୂଆଦିଲ୍ଲୀ: ବାଲେଶ୍ବର ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁରେ ସାରା ରାଜ୍ୟରେ ଆଲୋଚନା ଜୋର ଧରିଛି। ଏହି ଘଟଣାରେ ନ୍ୟାୟ ଦାବି କରି ଅଖିଳ ଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା ବଡ଼ ଘୋଷଣା କରିଛନ୍ତି। କଂଗ୍ରେସ ଆସନ୍ତକାଲି ଅର୍ଥାତ ଗୁରୁବାର ଓଡ଼ିଶା ବନ୍ଦ କରୁଥିବାବେଳେ ଆଗାମୀ ଦିନରେ ସଂସଦ ଘେରାଉ କରିବ। ଏହି ଘୋଷଣା ସହ ଅଳକା ଲାମ୍ବା ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଏହି ଘଟଣାକୁ ଗମ୍ଭୀରତାର ସହ ନେଇ ଅଳକା ଲାମ୍ବା […]

ନୂଆଦିଲ୍ଲୀ: ବାଲେଶ୍ବର ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁରେ ସାରା ରାଜ୍ୟରେ ଆଲୋଚନା ଜୋର ଧରିଛି। ଏହି ଘଟଣାରେ ନ୍ୟାୟ ଦାବି କରି ଅଖିଳ ଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା ବଡ଼ ଘୋଷଣା କରିଛନ୍ତି। କଂଗ୍ରେସ ଆସନ୍ତକାଲି ଅର୍ଥାତ ଗୁରୁବାର ଓଡ଼ିଶା ବନ୍ଦ କରୁଥିବାବେଳେ ଆଗାମୀ ଦିନରେ ସଂସଦ ଘେରାଉ କରିବ। ଏହି ଘୋଷଣା ସହ ଅଳକା ଲାମ୍ବା ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଏହି ଘଟଣାକୁ ଗମ୍ଭୀରତାର ସହ ନେଇ ଅଳକା ଲାମ୍ବା କହିଛନ୍ତି ଯେ ଓଡ଼ିଶାରେ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିଫଳ ହୋଇଛି। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ସେ କହିଛନ୍ତି, ଓଡ଼ିଶାରେ ନାରୀ ନିରାପତ୍ତା ଓ ନ୍ୟାୟ ପାଇଁ କୌଣସି କଡ଼ା ପଦକ୍ଷେପ ନିଆଯାଇ ନାହିଁ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ଏହି ଘଟଣାରେ କଂଗ୍ରେସ ଦଳ ଆଗାମୀ ସଂସଦ ଅଧିବେଶନରେ ଏହି ପ୍ରସଙ୍ଗକୁ ପ୍ରମୁଖତା ଦେବ ବୋଲି ଅଳକା ଲାମ୍ବା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଗାମୀ ୨୧ ତାରିଖରେ ସଂସଦ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ସମୟରେ କଂଗ୍ରେସ ଦଳ ସଂସଦ ଘେରାଉ କରି ବାଲେଶ୍ବର ଘଟଣାରେ ନ୍ୟାୟ ଦାବି କରିବ। ଓଡ଼ିଶା ପ୍ରସଙ୍ଗକୁ ଆମେ ପ୍ରାଥମିକତା ଦେବୁ। ଏହା ସହିତ, ଅଳକା ଲାମ୍ବା ଓଡ଼ିଶା ଗସ୍ତ କରି ସୌମ୍ୟଶ୍ରୀ ବିଶୀଙ୍କ ପରିବାରକୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ମହିଳା କଂଗ୍ରେସ ସଭାପତି ମୀନାକ୍ଷୀ ବାହିନିପତିଙ୍କ ନେତୃତ୍ୱରେ ବାଲେଶ୍ବରରେ ଏକ ବିଶାଳ କର୍ମୀ ସମାବେଶ ଆୟୋଜନ କରାଯାଇଛି, ଯେଉଁଠାରେ ଅଳକା ଲାମ୍ବା ମଧ୍ୟ ଯୋଗ ଦେବେ। ଏହା ପୂର୍ବରୁ ଅଳକା ଲାମ୍ବା ଓ ବିଧାୟିକା ସୋଫିଆ ଫିର୍ଦ୍ଦୋସ ଅଖିଳ ଭାରତୀୟ କଂଗ୍ରେସ କମିଟି (AICC) କାର୍ଯ୍ୟାଳୟରେ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ।

ଆହୁରି ପଢ଼ନ୍ତୁ: ‘ୟୁକେ ୦୭ ରାଇଡର’ ଅନୁରାଗ ଡୋଭାଲଙ୍କ ଆତ୍ମହତ୍ୟା ଉଦ୍ୟମ; ପରିବାର ବିରୋଧରେ ଆଣିଲେ ସାଂଘାତିକ ଅଭିଯୋଗ

16 Jul 2025 By The Sakala

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ୨୧ରେ ସଂସଦ ଘେରାଉ କରିବ କଂଗ୍ରେସ…

ନୂଆଦିଲ୍ଲୀ: ବାଲେଶ୍ବର ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁରେ ସାରା ରାଜ୍ୟରେ ଆଲୋଚନା ଜୋର ଧରିଛି। ଏହି ଘଟଣାରେ ନ୍ୟାୟ ଦାବି କରି ଅଖିଳ ଭାରତୀୟ ମହିଳା କଂଗ୍ରେସ ସଭାନେତ୍ରୀ ଅଳକା ଲାମ୍ବା ବଡ଼ ଘୋଷଣା କରିଛନ୍ତି। କଂଗ୍ରେସ ଆସନ୍ତକାଲି ଅର୍ଥାତ ଗୁରୁବାର ଓଡ଼ିଶା ବନ୍ଦ କରୁଥିବାବେଳେ ଆଗାମୀ ଦିନରେ ସଂସଦ ଘେରାଉ କରିବ। ଏହି ଘୋଷଣା ସହ ଅଳକା ଲାମ୍ବା ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଏହି ଘଟଣାକୁ ଗମ୍ଭୀରତାର ସହ ନେଇ ଅଳକା ଲାମ୍ବା କହିଛନ୍ତି ଯେ ଓଡ଼ିଶାରେ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିଫଳ ହୋଇଛି। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ସେ କହିଛନ୍ତି, ଓଡ଼ିଶାରେ ନାରୀ ନିରାପତ୍ତା ଓ ନ୍ୟାୟ ପାଇଁ କୌଣସି କଡ଼ା ପଦକ୍ଷେପ ନିଆଯାଇ ନାହିଁ।

ଏହି ଘଟଣାରେ କଂଗ୍ରେସ ଦଳ ଆଗାମୀ ସଂସଦ ଅଧିବେଶନରେ ଏହି ପ୍ରସଙ୍ଗକୁ ପ୍ରମୁଖତା ଦେବ ବୋଲି ଅଳକା ଲାମ୍ବା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଗାମୀ ୨୧ ତାରିଖରେ ସଂସଦ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ସମୟରେ କଂଗ୍ରେସ ଦଳ ସଂସଦ ଘେରାଉ କରି ବାଲେଶ୍ବର ଘଟଣାରେ ନ୍ୟାୟ ଦାବି କରିବ। ଓଡ଼ିଶା ପ୍ରସଙ୍ଗକୁ ଆମେ ପ୍ରାଥମିକତା ଦେବୁ। ଏହା ସହିତ, ଅଳକା ଲାମ୍ବା ଓଡ଼ିଶା ଗସ୍ତ କରି ସୌମ୍ୟଶ୍ରୀ ବିଶୀଙ୍କ ପରିବାରକୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ମହିଳା କଂଗ୍ରେସ ସଭାପତି ମୀନାକ୍ଷୀ ବାହିନିପତିଙ୍କ ନେତୃତ୍ୱରେ ବାଲେଶ୍ବରରେ ଏକ ବିଶାଳ କର୍ମୀ ସମାବେଶ ଆୟୋଜନ କରାଯାଇଛି, ଯେଉଁଠାରେ ଅଳକା ଲାମ୍ବା ମଧ୍ୟ ଯୋଗ ଦେବେ। ଏହା ପୂର୍ବରୁ ଅଳକା ଲାମ୍ବା ଓ ବିଧାୟିକା ସୋଫିଆ ଫିର୍ଦ୍ଦୋସ ଅଖିଳ ଭାରତୀୟ କଂଗ୍ରେସ କମିଟି (AICC) କାର୍ଯ୍ୟାଳୟରେ ରାଜ୍ୟ ସରକାରଙ୍କୁ ତୀବ୍ର ସମାଲୋଚନା କରିଥିଲେ।

https://www.thesakala.in/latest-odisha-news/soumyashri-death-incident-congress-will-protest-in-parliament-on-21st/article-41629
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର