ଉତ୍ତର ଓ ପଶ୍ଚିମରେ ପ୍ରବଳ ବର୍ଷା ଅନୁମାନ

The Sakala Picture
Published On

ଭୁବନେଶ୍ୱର : ମଙ୍ଗଳବାର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ୱେଲ୍‍ମାର୍କଡ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ଏହା ବାଂଲାଦେଶ ଉପକୂଳ ଓ ସଂଲଗ୍ନ ଅଞ୍ଚଳ ଉପରେ ସକ୍ରିୟ ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ଥିବା ବେଳେ […]

ଭୁବନେଶ୍ୱର : ମଙ୍ଗଳବାର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ୱେଲ୍‍ମାର୍କଡ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ଏହା ବାଂଲାଦେଶ ଉପକୂଳ ଓ ସଂଲଗ୍ନ ଅଞ୍ଚଳ ଉପରେ ସକ୍ରିୟ ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ବିହାର ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ଥିବା ବେଳେ ଗୁରୁବାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବା ବେଳେ ଦେବଗଡ଼, ଅନୁଗୁଳ, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା ଏବଂ ଢେଙ୍କାନାଳରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଅନ୍ୟପଟେ ଲଘୁଚାପ ପ୍ରଭାବରେ ଗତ ୩୬ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହୋଇଛି। ଟିଟଲାଗଡ଼ରେ ସର୍ବାଧିକ ୫୧ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ହୀରାକୁଦରେ ୪୬, ସମ୍ବଲପୁର ୩୨, ସୋନପୁର ୨୦ ଓ ବାକି କିଛି ଅଞ୍ଚଳରେ ୧୦-୨୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇଛି। ଲଘୁଚାପର ପ୍ରଭାବ ବାଂଲାଦେଶ ଉପରେ ଅଧିକ ରହୁଛି। ତେଣୁ ରାଜ୍ୟର ସମସ୍ତ ସ୍ଥାନରେ ଭଲ ବର୍ଷା ହୋଇପାରୁ ନାହିଁ। ତେବେ ଆଉ ଦୁଇ ଦିନ ଗୁରୁବାର ଓ ଶୁକ୍ରବାର ବର୍ଷା ସମ୍ଭାବନା ଥିବା ବେଳେ ଏହା ପରେ ବର୍ଷାର ପରିମାଣ ହ୍ରାସ ପାଇବ। ଅନ୍ୟପଟେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଛି। ତେଣୁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି। ଅନ୍ୟପଟେ ୪ ତାରିଖରେ ଉତ୍ତର ବଙ୍ଗୋପସାଗରର ବଙ୍ଗଲାଦେଶ ଉପକୂଳରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ୟୁରପିଆନ୍‍ ମଡେଲ୍‍ରୁ ଏହାର ଆଭାସ ମିଳୁଛି। ତେବେ ଏହି ଲଘୁଚାପ ହେଲେ ମଧ୍ୟ ଓଡ଼ିଶା ଉପରେ ବିଶେଷ ପ୍ରଭାବ ପଡ଼ିବ ନାହିଁ।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର