ବଡ଼ ବନ୍ୟା ଆଶଙ୍କା , ୪୮ ଘଣ୍ଟା ମଧ୍ୟରେ ପୁଣି ଏକ ଲଘୁଚାପ ସୃଷ୍ଟି ସମ୍ଭାବନା…

The Sakala Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପଟି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବାରୁ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଅନୁମାନ କରିଛିି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବିଶେଷକରି ୨୫ ଓ ୨୬ରେ ବର୍ଷାର ପ୍ରଭାବ ସବୁଠୁ […]

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପଟି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବାରୁ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଅନୁମାନ କରିଛିି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବିଶେଷକରି ୨୫ ଓ ୨୬ରେ ବର୍ଷାର ପ୍ରଭାବ ସବୁଠୁ ଅଧିକ ରହିବ।

ଆହୁରି ପଢ଼ନ୍ତୁ: ଜନଗଣନା କରିବାକୁ ଯାଇ ଶିକ୍ଷୟିତ୍ରୀ ନିଖୋଜ, ତିନି ଦିନ ହେଲା ମିଳୁନି ପତ୍ତା

ସୋମବାର କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ବର୍ଷାର ପ୍ରଭାବ ସବୁଠୁ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି। ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ଯେହେତୁ ବର୍ତ୍ତମାନ ରାଜ୍ୟର ପ୍ରାୟ ସମସ୍ତ ପ୍ରମୁଖ ନଦୀଗୁଡ଼ିକରେ ଜଳସ୍ତର ଅଧିକ ରହିଛି, ତେଣୁ ଆଗକୁ ହେବାକୁ ଥିବା ଲଘୁଚାପ ଯୋଗୁଁ ରାଜ୍ୟର ଅଧିକାଂଶ ନଦୀରେ ବଡ଼ ବନ୍ୟା ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ। ଲଘୁଚାପ ପ୍ରଭାବରେ ବର୍ତ୍ତମାନ ବଙ୍ଗୋପସାଗର ବିଶେଷକରି ଉତ୍ତର ବଙ୍ଗୋପସାଗର ଅଶାନ୍ତ ରହିଛି। ସମୁଦ୍ର ମଧ୍ୟରେ ପବନର ବେଗ ୪୦ରୁ ୫୦ ଓ ଝଟକା ପବନ ୬୦ କିମି ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟ୍ ତାଲିକାରୁ କଟିଛି ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାଁ, ତୃଣମୂଳ ସ୍ତରରେ ଯାଞ୍ଚ ହୋଇନଥିବା ଅଭିଯୋଗ

ଅନ୍ୟପଟେ ଉତ୍ତର ଓଡ଼ିଶାରେ ବର୍ତ୍ତମାନ ପୁଣି ଥରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଗଲା ଲଘୁଚାପ ପ୍ରଭାବରେ ଉପମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ବିଭିନ୍ନ ନଦୀ ବୈତରଣୀ, ବ୍ରାହ୍ମଣୀ ଏବଂ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇଛି। ଏଥିମଧ୍ୟରୁ ବୈତରଣୀ ଏବଂ ସୁବର୍ଣ୍ଣରେଖାରେ ବିପଦ ସଙ୍କେତ ଉପରେ ଜଳସ୍ତର ପ୍ରବାହିତ ହେଉଥିବା ବେଳେ ଏହାର ଅବବାହୀକାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ନେଇ ସୂଚନା ଦେଇଛନ୍ତି ଜଳ ସମ୍ପଦ ବିଭାଗର ମୁଖ୍ୟଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ କହିଛନ୍ତି। ସେ ଆହୁରି କହିଛନ୍ତି ଯେ ଚଳିତ ବର୍ଷ ସୁବର୍ଣ୍ଣରେଖାରେ ଏହା ପଞ୍ଚମ ବନ୍ୟା। ସୁବର୍ଣ୍ଣରେଖାରେ ଛୋଟରୁ ମଧ୍ୟମ ଓ ବୈତରଣୀରେ ଛୋଟ ଧରଣରେ ବନ୍ୟା ହୋଇଛି। ବିଗତ କିଛି ଦିନରୁ ଲଗାଣ ବର୍ଷା ହେଉଛି। ଗତ ୨୪ ଘଣ୍ଟାରେ ବୈତରଣୀ, ବେସିନ, କେନ୍ଦୁଝର ଓ ଝାଡ଼ଖଣ୍ଡରେ ୪୨.୫୭ ମିମି ବର୍ଷା ହୋଇଛି। ଉପର ବ୍ରାହ୍ମଣୀରେ ୩୫ ମିମି ବର୍ଷା ହୋଇଛି ଏବଂ ଉପର ମହାନଦୀରେ ୩୧ ମିମି ବର୍ଷା ହୋଇଛି। ଯାହା ପ୍ରଭାବରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବଂଶଧରା ଓ ବୁଢାବଳଙ୍ଗରେ ପାଣି ଅଧିକ ଥିଲେ ବି କମିଯିବ। ମାତ୍ର ବୈତରଣୀରେ ଗତକାଲି ଠାରୁ ବନ୍ୟା ହୋଇଛି। ଅପରପକ୍ଷେ ହୀରାକୁଦରେ ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇ ଜଳସ୍ତର ବଢୁଛି। ହୀରାକୁଦ ଜଳଭଣ୍ଡାରରେ ୬୨୧.୬୫ ଫୁଟ ପାଣି ଅଛି। ଗତକାଲି ଉପର ମହାନଦୀରେ ୩୧.୩୩ ମିମି ବଡ଼ ବର୍ଷା ହୋଇଛି, ତେଣୁ ହୀରାକୁଦର ୧୨ଟି ଗେଟ୍‌ ଖୋଲାଯାଇ ଜଳ ନିଷ୍କାସିତ ହେଉଛି। ସେହିପରି ରେଙ୍ଗାଲି ଡ୍ୟାମରେ ଦୁଇଟି ଗେଟ ଦେଇ ୩,୪୦୦ କ୍ୟୁସେକ ବ୍ରାହ୍ମଣୀ ଜଳ ନିଷ୍କାସନ ହେବ। ଜେନାପୁରରେ ନଦୀଜଳ ବିପଦ ସଙ୍କେତ ତଳେ ଅଛି। ବନ୍ୟା ସ୍ଥିତି ଯୋଗୁଁ ବର୍ତ୍ତମାନ ଯାଜପୁରରେ ମୁଖ୍ୟଯନ୍ତ୍ରୀ ଓ ଧାମନଗରରେ ଅତିରିକ୍ତ ମୁଖ୍ୟଯନ୍ତ୍ରୀ କ୍ୟାମ୍ପ କରିଛନ୍ତି। ଯାହା କ୍ଷୟକ୍ଷତି ହେଉଛି ତୁରନ୍ତ ମରାମତି କରାଯାଉଛି ବୋଲି ଜଳସମ୍ପଦ ବିଭାଗ ପକ୍ଷରୂ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଟାଇଁ ଟାଇଁ ଖରାରେ ହନ୍ତସନ୍ତ ରାଜଧାନୀବାସୀ, ଅପରାହ୍ନ ୨ଟା ସୁଦ୍ଧା ୪୨ ଡିଗ୍ରୀ ଛୁଇଁଲା ତାପମାତ୍ରା

25 Aug 2025 By The Sakala

ବଡ଼ ବନ୍ୟା ଆଶଙ୍କା , ୪୮ ଘଣ୍ଟା ମଧ୍ୟରେ ପୁଣି ଏକ ଲଘୁଚାପ ସୃଷ୍ଟି ସମ୍ଭାବନା…

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପଟି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବାରୁ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଅନୁମାନ କରିଛିି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବିଶେଷକରି ୨୫ ଓ ୨୬ରେ ବର୍ଷାର ପ୍ରଭାବ ସବୁଠୁ ଅଧିକ ରହିବ।

ସୋମବାର କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ବର୍ଷାର ପ୍ରଭାବ ସବୁଠୁ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି। ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ଯେହେତୁ ବର୍ତ୍ତମାନ ରାଜ୍ୟର ପ୍ରାୟ ସମସ୍ତ ପ୍ରମୁଖ ନଦୀଗୁଡ଼ିକରେ ଜଳସ୍ତର ଅଧିକ ରହିଛି, ତେଣୁ ଆଗକୁ ହେବାକୁ ଥିବା ଲଘୁଚାପ ଯୋଗୁଁ ରାଜ୍ୟର ଅଧିକାଂଶ ନଦୀରେ ବଡ଼ ବନ୍ୟା ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ। ଲଘୁଚାପ ପ୍ରଭାବରେ ବର୍ତ୍ତମାନ ବଙ୍ଗୋପସାଗର ବିଶେଷକରି ଉତ୍ତର ବଙ୍ଗୋପସାଗର ଅଶାନ୍ତ ରହିଛି। ସମୁଦ୍ର ମଧ୍ୟରେ ପବନର ବେଗ ୪୦ରୁ ୫୦ ଓ ଝଟକା ପବନ ୬୦ କିମି ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଅନ୍ୟପଟେ ଉତ୍ତର ଓଡ଼ିଶାରେ ବର୍ତ୍ତମାନ ପୁଣି ଥରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଗଲା ଲଘୁଚାପ ପ୍ରଭାବରେ ଉପମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ବିଭିନ୍ନ ନଦୀ ବୈତରଣୀ, ବ୍ରାହ୍ମଣୀ ଏବଂ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି ପାଇଛି। ଏଥିମଧ୍ୟରୁ ବୈତରଣୀ ଏବଂ ସୁବର୍ଣ୍ଣରେଖାରେ ବିପଦ ସଙ୍କେତ ଉପରେ ଜଳସ୍ତର ପ୍ରବାହିତ ହେଉଥିବା ବେଳେ ଏହାର ଅବବାହୀକାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ନେଇ ସୂଚନା ଦେଇଛନ୍ତି ଜଳ ସମ୍ପଦ ବିଭାଗର ମୁଖ୍ୟଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ କହିଛନ୍ତି। ସେ ଆହୁରି କହିଛନ୍ତି ଯେ ଚଳିତ ବର୍ଷ ସୁବର୍ଣ୍ଣରେଖାରେ ଏହା ପଞ୍ଚମ ବନ୍ୟା। ସୁବର୍ଣ୍ଣରେଖାରେ ଛୋଟରୁ ମଧ୍ୟମ ଓ ବୈତରଣୀରେ ଛୋଟ ଧରଣରେ ବନ୍ୟା ହୋଇଛି। ବିଗତ କିଛି ଦିନରୁ ଲଗାଣ ବର୍ଷା ହେଉଛି। ଗତ ୨୪ ଘଣ୍ଟାରେ ବୈତରଣୀ, ବେସିନ, କେନ୍ଦୁଝର ଓ ଝାଡ଼ଖଣ୍ଡରେ ୪୨.୫୭ ମିମି ବର୍ଷା ହୋଇଛି। ଉପର ବ୍ରାହ୍ମଣୀରେ ୩୫ ମିମି ବର୍ଷା ହୋଇଛି ଏବଂ ଉପର ମହାନଦୀରେ ୩୧ ମିମି ବର୍ଷା ହୋଇଛି। ଯାହା ପ୍ରଭାବରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବଂଶଧରା ଓ ବୁଢାବଳଙ୍ଗରେ ପାଣି ଅଧିକ ଥିଲେ ବି କମିଯିବ। ମାତ୍ର ବୈତରଣୀରେ ଗତକାଲି ଠାରୁ ବନ୍ୟା ହୋଇଛି। ଅପରପକ୍ଷେ ହୀରାକୁଦରେ ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇ ଜଳସ୍ତର ବଢୁଛି। ହୀରାକୁଦ ଜଳଭଣ୍ଡାରରେ ୬୨୧.୬୫ ଫୁଟ ପାଣି ଅଛି। ଗତକାଲି ଉପର ମହାନଦୀରେ ୩୧.୩୩ ମିମି ବଡ଼ ବର୍ଷା ହୋଇଛି, ତେଣୁ ହୀରାକୁଦର ୧୨ଟି ଗେଟ୍‌ ଖୋଲାଯାଇ ଜଳ ନିଷ୍କାସିତ ହେଉଛି। ସେହିପରି ରେଙ୍ଗାଲି ଡ୍ୟାମରେ ଦୁଇଟି ଗେଟ ଦେଇ ୩,୪୦୦ କ୍ୟୁସେକ ବ୍ରାହ୍ମଣୀ ଜଳ ନିଷ୍କାସନ ହେବ। ଜେନାପୁରରେ ନଦୀଜଳ ବିପଦ ସଙ୍କେତ ତଳେ ଅଛି। ବନ୍ୟା ସ୍ଥିତି ଯୋଗୁଁ ବର୍ତ୍ତମାନ ଯାଜପୁରରେ ମୁଖ୍ୟଯନ୍ତ୍ରୀ ଓ ଧାମନଗରରେ ଅତିରିକ୍ତ ମୁଖ୍ୟଯନ୍ତ୍ରୀ କ୍ୟାମ୍ପ କରିଛନ୍ତି। ଯାହା କ୍ଷୟକ୍ଷତି ହେଉଛି ତୁରନ୍ତ ମରାମତି କରାଯାଉଛି ବୋଲି ଜଳସମ୍ପଦ ବିଭାଗ ପକ୍ଷରୂ ସୂଚନା ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର