ଆସନ୍ତାକାଲି ପାଇଁ ବିଭିନ୍ନ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି….

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ବର୍ଷା ଜାରି ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ସକ୍ରିୟ ଘୁର୍ଣ୍ଣିବଳୟ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ। ତାହାର ପ୍ରଭାବରେ ଆଗାମୀ ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ରାଜ୍ୟରେ ଲାଗି ରହିବ। ଆସନ୍ତା ୨୪ ଘଣ୍ଟା ପାଇଁ ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଭୀଷଣ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି। ଏହା ସହ ଗଣେଶ ପୂଜାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ କେନ୍ଦ୍ର ପକ୍ଷରୁ […]

ଭୁବନେଶ୍ବର: ରାଜ୍ୟରେ ବର୍ଷା ଜାରି ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ସକ୍ରିୟ ଘୁର୍ଣ୍ଣିବଳୟ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ। ତାହାର ପ୍ରଭାବରେ ଆଗାମୀ ୩୧ ତାରିଖ ପର୍ଯ୍ୟନ୍ତ ବର୍ଷା ରାଜ୍ୟରେ ଲାଗି ରହିବ। ଆସନ୍ତା ୨୪ ଘଣ୍ଟା ପାଇଁ ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଭୀଷଣ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଛି। ଏହା ସହ ଗଣେଶ ପୂଜାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ବେଙ୍ଗାଲୁରୁ-ଭୁବନେଶ୍ୱର ଟ୍ରେନରୁ ଜଗତସିଂହପୁରର ମହିଳା ଓ ୯ ମାସର ଶିଶୁପୁତ୍ର ନିଖୋଜ

ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଜାରି ହୋଇଛି ଅରେଞ୍ଜ ଆଲର୍ଟ। ବାକି ସମସ୍ତ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

ଆସନ୍ତାକାଲି ମାଲକାନାଗିରିରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ବାକି ୨୯ ଜିଲ୍ଲାକୁ ହଳଦିଆ ଚେତାବନୀ ଦିଆଯାଇଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସହ ପବନ ଅଧିକ ରହିବ। ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୫ ଦିନ ପଯ୍ୟନ୍ତ ମତ୍ସ୍ୟଯିବି ମାନଙ୍କୁ ସମୁଦ୍ର ମନା ହୋଇଛି।

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନକୁ ବିରୋଧ: ୯ରେ ଲୋକଭବନ ସମ୍ମୁଖରେ ବିଜେଡିର ଗଣଧାରଣା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର