ଲା-ନିନା ସକ୍ରିୟ: ବଢୁଛି ବାତ୍ୟା ଭୟ, ଅକ୍ଟୋବରରୁ ଡିସେମ୍ବର ସ୍ଥିତି ସମ୍ବେଦନଶୀ…

The Sakala Picture
Published On

ଭୁବନେଶ୍ୱର: ଆଉ ଦିନ କେଇଟା ପରେ ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ଆରମ୍ଭ ହେବ। ଏହି ସମୟରେ କିଛି କାରକ ଚଳିତ ବର୍ଷ ବାତ୍ୟା ଆଶଙ୍କା ସହ ବାତ୍ୟା ବାତାବରଣକୁ ଅନୁକୂଳ କରିଛି। ନେଗେଟିଭ୍‌ ଆଇଓଡି ଓ ଲା-ନିନା ସକ୍ରିୟ ରହିଲେ ବାତ୍ୟା ସୃଷ୍ଟି ନିମନ୍ତେ ପରିବେଶକୁ ଅନୁକୂଳ କରିଥାଏ। ସାମୁଦ୍ରିକ ତାପମାତ୍ରା ୨୬.୫ ଡିଗ୍ରୀରୁ ଅଧିକ ରହିଲେ ଏହା ମଧ୍ୟ ବାତ୍ୟା ସୃଷ୍ଟି ସାଙ୍ଗକୁ ବାତ୍ୟାକୁ ଅଧିକ ଘନୀଭୂତ କରାଏ। ଚଳିତ ବର୍ଷ ଏହି […]

ଭୁବନେଶ୍ୱର: ଆଉ ଦିନ କେଇଟା ପରେ ଦେଶରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅପସାରଣ ଆରମ୍ଭ ହେବ। ଏହି ସମୟରେ କିଛି କାରକ ଚଳିତ ବର୍ଷ ବାତ୍ୟା ଆଶଙ୍କା ସହ ବାତ୍ୟା ବାତାବରଣକୁ ଅନୁକୂଳ କରିଛି। ନେଗେଟିଭ୍‌ ଆଇଓଡି ଓ ଲା-ନିନା ସକ୍ରିୟ ରହିଲେ ବାତ୍ୟା ସୃଷ୍ଟି ନିମନ୍ତେ ପରିବେଶକୁ ଅନୁକୂଳ କରିଥାଏ। ସାମୁଦ୍ରିକ ତାପମାତ୍ରା ୨୬.୫ ଡିଗ୍ରୀରୁ ଅଧିକ ରହିଲେ ଏହା ମଧ୍ୟ ବାତ୍ୟା ସୃଷ୍ଟି ସାଙ୍ଗକୁ ବାତ୍ୟାକୁ ଅଧିକ ଘନୀଭୂତ କରାଏ। ଚଳିତ ବର୍ଷ ଏହି ସବୁ ସ୍ଥିତି ଅନୁକୂଳ ରହୁଥିବାରୁ ବାତ୍ୟା ସୃଷ୍ଟି ହେବାର ଆଶଙ୍କାକୁ ଦୃଢ଼ୀଭୂତ କରିଛି। ବିଶ୍ୱ ପାଣିପାଗ ସଂସ୍ଥା ସହ ଅନେକ ପାଣିପାଗ ବିଜ୍ଞାନୀ ଭାରତର ପୂର୍ବ ଉପକୂଳ ଓ ବିଶେଷ କରି ଆନ୍ଧ୍ରରୁ ପଶ୍ଚିମବଙ୍ଗ ଅଞ୍ଚଳ ପ୍ରଭାବିତ ହୋଇପାରେ ବୋଲି ଆଶଙ୍କା ପ୍ରକାଶ କରିଛନ୍ତି। ଯାହା ଓଡ଼ିଶା ପାଇଁ ଚିନ୍ତା ବଢ଼ାଇଛି ଓ ଅକ୍ଟୋବର ୧ରୁ ବାତ୍ୟା ଋତୁ ଓଡ଼ିଶା ପାଇଁ ବିପଦ ଆଣିପାରେ ବୋଲି କୁହାଯାଉଛି ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ସାଧାରଣତଃ ଜଳବାୟୁ ପ୍ରକ୍ରିୟା ଲା-ନିନା ପରିସ୍ଥିତି ସଂଘଠିତ ହେଲେ ବଙ୍ଗୋପସାଗରରେ ସାମୁଦ୍ରିକ ଝଡ଼ ବା ବାତ୍ୟାକୁ ବଳ ଯୋଗାଇଥାଏ ଓ ଏହାର ତୀବ୍ରତାକୁ ବୃଦ୍ଧିରେ ସହାୟକ ହୋଇଥାଏ। ଜଳବାୟୁ ପ୍ରକ୍ରିୟା ଲା-ନିନା ପ୍ରଭାବରେ ଉଚ୍ଚ ସାମୁଦ୍ରିକ ପୃଷ୍ଠ ତାପମାତ୍ରାର ଉପସ୍ଥିତି ହେତୁ ପଶ୍ଚିମ ପ୍ରଶାନ୍ତ ମହାସାଗର ତଥା ଚାଇନା ସାଗର
ଅଞ୍ଚଳରେ ସୃଷ୍ଟି ହେଉଥିବା ବାତ୍ୟାଗୁଡିକର ଅବଶିଷ୍ଟାଂଶ ବଙ୍ଗୋପସାଗରରେ ପ୍ରବେଶ

କରିଥାଏ। ଏହା ମୌସୁମୀ ପରବର୍ତ୍ତୀ ବାତ୍ୟା ଋତୁକୁ ସକ୍ରିୟ କରାଇବାରେ ଯଥେଷ୍ଟ ସାହାଯ୍ୟ କରିଥାଏ। ବିଶେଷ କରି ପ୍ରଶାନ୍ତ ମହାସାଗର ଅଞ୍ଚଳରୁ ବଙ୍ଗୋପସାଗର ଅଞ୍ଚଳକୁ ପ୍ରବେଶ କରୁଥିବା ଅବଶିଷ୍ଟାଂଶ ଗୁଡ଼ିକ ମୁଖ୍ୟତଃ ଆଣ୍ଡାମାନ ସାଗର ଅଞ୍ଚଳରେ ପ୍ରବେଶ କରିଥାଏ। ଯେହେତୁ ଏହା ଏକ ଦ୍ୱୀପାଞ୍ଚଳ, ତେଣୁ ଏଠାରେ ତାପମାତ୍ରା ୩୦ ଡିଗ୍ରୀ କିମ୍ୱା ଅଧିକ ରହିଥାଏ ଓ ବାତ୍ୟା ଏଠାରେ ମାଡ଼ ହେବା ପରେ ସାମୁଦ୍ରିକ ଆଭ୍ୟନ୍ତରୀଣ ତରଙ୍ଗ ସୃଷ୍ଟି କରିବା ସହ ଅଧିକ ଶକ୍ତିଶାଳୀ ହୋଇ ଆଗକୁ ବଢ଼ିଥାଏ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

ବିଶେଷକରି ଅକ୍ଟୋବରରୁ ଡିସେମ୍ୱର ମାସ ମଧ୍ୟରେ ଉଚ୍ଚ ଆର୍ଦ୍ରତା, ବାୟୁପ୍ରବାହ ତାରତମ୍ୟ ଓ ଉଚ୍ଚ ସମୁଦ୍ରପୃଷ୍ଠ ତାପମାତ୍ରା ଆଦି ଯୋଗୁଁ ବାତ୍ୟାଗୁଡ଼ିକ ଶକ୍ତିଶାଳୀ ହୋଇଥାଏ। ଏହା ସହିତ ପ୍ରବଳ ବର୍ଷା ଏବଂ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥାଏ।

ପୂର୍ବରୁ ଲା-ନିନା ପ୍ରଭାବ ଯୋଗୁଁ ଓଡ଼ିଶା ୧୯୯୯ରେ ସୁପର ସାଇକ୍ଲୋନ ସମ୍ମୁଖୀନ ହୋଇଥିଲା। ସେହିପରି ୨୦୦୯ ଅଇଲା, ୨୦୧୮ର ତିତିଲି, ୨୦୨୧ରେ ଗୁଲାବ ଏବଂ ଜୱାଦ, ୨୦୨୨ର ଅସାନି ଭଳି ବାତ୍ୟା ଲା-ନିନା ସକ୍ରିୟ ରହିଥିବା ବର୍ଷରେ ସୃଷ୍ଟି ହୋଇଛି। ସେହିପରି ପ୍ରାକ୍‌ ମୌସୁମୀ ଋତୁରେ ଆସିଥିବା ବାତ୍ୟାଗୁଡ଼ିକ ମଧ୍ୟରୁ ୨୦୧୯ ରେ ଆସିଥିବା ଫନି, ୨୦୨୦ରେ ଅମ୍ପନ, ୨୦୨୧ର ୟସ ଭଳି ବାତ୍ୟା ମଧ୍ୟ ଲା-ନିନା ବର୍ଷରେ ସୃଷ୍ଟି ହୋଇଛି ଓ ଏହାଦ୍ୱାରା ଓଡ଼ିଶା ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହୋଇଛି। ଅନ୍ୟପଟେ ଗତ ୬୦ ବର୍ଷ ମଧ୍ୟରେ ବଙ୍ଗୋପସାଗର ଓ ଆରବ ସାଗରରେ ବାତ୍ୟା ସଂଖ୍ୟା ବଢ଼ି ଚାଲୁଥିବା ନେଇ ବିଭିନ୍ନ ରିପୋର୍ଟରେ ଦର୍ଶାଯାଇଛି। ଏହି ବାତ୍ୟାଗୁଡ଼ିକ ଉଭୟ ମୌସୁମୀ ପୂର୍ବବର୍ତ୍ତିକାଳୀନ ଓ ପରବର୍ତ୍ତିକାଳୀନ ସମୟରେ ସୃଷ୍ଟି ହେଉଛି। ସେହିପରି ଭୀଷଣ ବାତ୍ୟା କିମ୍ୱା ଏହାଠାରୁ ଅଧିକ ଶକ୍ତିଶାଳୀ ହେଉଥିବା ବାତ୍ୟାଗୁଡ଼ିକ ସଂଖ୍ୟା ମୌସୁମୀ ପରବର୍ତ୍ତୀକାଳନୀ ସମୟରେ ବଙ୍ଗୋପସାଗରରେ ବୃଦ୍ଧି ପାଇଛି। ଏ ଦୃଷ୍ଟିରୁ ଆଗାମୀ ଅକ୍ଟୋବର ମାସରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ରାଜ୍ୟ ପାଇଁ ଏକ ସମ୍ବେଦନଶୀଳ ସମୟ ସୃଷ୍ଟି ପାଇଁ ଯାଉଥିବା ଆଶଙ୍କା ରହିଛି।

11 Sep 2025 By The Sakala

https://www.thesakala.in/latest-odisha-news/cyclone-threat-increasing-situation-sensitive-from-october-to-december/article-42318
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର