ପରଲୋକରେ ଆଦିବାସୀ ନେତା ତଥା ପୂର୍ବତନ ବିଧାୟକ ଜର୍ଜ ତିର୍କି
ରାଉରକେଲା: ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ତଥା ୪ଥରର ବିଧାୟକ, ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଜର୍ଜ ତିର୍କି ଆଉ ନାହାନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ଭୁବନେଶ୍ଵର ଆପୋଲୋ ହସ୍ପିଟାଲ୍ରେ ତାଙ୍କର ପରଲୋକ ଘଟିଛି । ତାଙ୍କୁ ୬୭ ବର୍ଷ ହୋଇଥିଲା । ଗତ କିଛିମାସ ଧରି ସେ ଗୁରୁତର ଅସୁସ୍ଥ ଥିଲେ। ଶୁକ୍ରବାର ଅପରାହ୍ଣରେ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ଇସ୍ପାତ୍ ଜେନେରାଲ୍ ହସ୍ପିଟାଲ୍କୁ ନିଆ ଯାଇଥିଲା। ଅବସ୍ଥା ସଂକଟାପନ୍ନ ଥିବାରୁ ସେଠାରୁ ଅପରାହ୍ଣ […]
ରାଉରକେଲା: ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ତଥା ୪ଥରର ବିଧାୟକ, ବିଶିଷ୍ଟ ଶ୍ରମିକ ଓ ଆଦିବାସୀ ନେତା ଜର୍ଜ ତିର୍କି ଆଉ ନାହାନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ଭୁବନେଶ୍ଵର ଆପୋଲୋ ହସ୍ପିଟାଲ୍ରେ ତାଙ୍କର ପରଲୋକ ଘଟିଛି । ତାଙ୍କୁ ୬୭ ବର୍ଷ ହୋଇଥିଲା । ଗତ କିଛିମାସ ଧରି ସେ ଗୁରୁତର ଅସୁସ୍ଥ ଥିଲେ। ଶୁକ୍ରବାର ଅପରାହ୍ଣରେ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ରାଉରକେଲା ଇସ୍ପାତ୍ ଜେନେରାଲ୍ ହସ୍ପିଟାଲ୍କୁ ନିଆ ଯାଇଥିଲା। ଅବସ୍ଥା ସଂକଟାପନ୍ନ ଥିବାରୁ ସେଠାରୁ ଅପରାହ୍ଣ ୪ଟାରେ ଭୁବନେଶ୍ଵର ଆପୋଲୋ ହସ୍ପିଟାଲ୍କୁ ପଠା ଯାଇଥିଲା । ତେବେ ଆପୋଲୋ ହସ୍ପିଟାଲ୍ରେ ବିଳମ୍ବିତ ରାତିରେ ତାଙ୍କର ପରଲୋକ ହୋଇଛି। ଶେଷ ଶଯ୍ୟା ନିକଟରେ ତାଙ୍କ ପୁଅ ତଥା ବୀରମିତ୍ରପୁର ବିଧାୟକ ରୋହିତ ଯୋସେଫ ତିର୍କି ଏବଂ ପରିବାରର ଅନ୍ୟ ସଦସ୍ୟଗଣ ଉପସ୍ଥିତ ଥିଲେ। ଶନିବାର ଅପରାହ୍ଣରେ ପୈତୃକ ଗ୍ରାମ ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅନ୍ତର୍ଗତ ଝୁନମୁରଠାରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ପରିବାର ସୂତ୍ରରୁ ପ୍ରକାଶ ।