ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

କ୍ଷୋଭ ପ୍ରକାଶ କଲେ ନବୀନ; ଖୋଲାଖୋଲି ଆତଙ୍କରାଜ; ଲୋକଙ୍କୁ ସୁରକ୍ଷା ଦେବ କିଏ ?

Deviprasad Mohanty Picture
Published On

ଭୁବନେଶ୍ୱର: ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ପୁଣି କ୍ଷୋଭ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ୤ ରାଜ୍ୟ ରାଜଧାନୀ ଅଶାନ୍ତ ଥିବାବେଳେ ଆତଙ୍କରାଜ ଖୋଲାଖୋଲି ବୃଦ୍ଧି ପାଇଛି। ଏପରିସ୍ଥଳେ ସାଧାରଣ ଲୋକଙ୍କୁ କିଏ ସୁରକ୍ଷା ଦେବ ବୋଲି ନବୀନ ସାମାଜିକ ଗଣମାଧ୍ୟମରେ ପ୍ରଶ୍ନ କରିଛନ୍ତି।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ଧାମରୁ ହଟିବ 'ଧାମ' ଶବ୍ଦ; ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ନବୀନ କହିଛନ୍ତି ଯେ  ଗୋଟିଏ ଦିନରେ ରାଜଧାନୀ ଭୁବନେଶ୍ୱରରେ ଜଣେ ଏମ୍ସ କର୍ମଚାରୀଙ୍କୁ ଗୁଳି କରି ନିର୍ମମ  ହତ୍ୟା, ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଚନ୍ଦ୍ରଶେଖରପୁରରେ ବୀଭତ୍ସ ହତ୍ୟାକାଣ୍ଡ ସହ ରେଳ ଷ୍ଟେସନରେ ଜନୈକ ରାଷ୍ଟ୍ରପତି ସମ୍ମାନପ୍ରାପ୍ତ ଶିକ୍ଷକଙ୍କୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ ଘଟଣା ସାଧାରଣ ଲୋକଙ୍କୁ ଆତଙ୍କିତ କରିଛି। କେବଳ ଘଟଣା ଘଟିବା ପରେ ବିଜେପି ସରକାରରେ ପୁଲିସ ପ୍ରଶାସନ କ୍ରିୟାଶୀଳ ହେବା ଅପରାଧୀଙ୍କୁ ଭୟଶୂନ୍ୟ କରିଦେଉଛି। କଥା କଥାକେ ଦିବାଲୋକରେ ଗୁଳି ଫୁଟୁଛି, ଅପରାଧୀ ଅବାଧ ଭାବେ ବୁଲୁଛନ୍ତି ବୋଲି ନବୀନ ଉଦବେଗ ପ୍ରକାଶ କରିଛନ୍ତି। ରାଜ୍ୟର ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ୁ ଥିବାବେଳେ ବିଜେପି ସରକାର ସଜାଗ ନ ହେବା ସବୁଠୁ ଆଶ୍ଚର୍ଯ୍ୟର ବିଷୟ। ଲୋକଙ୍କ ସୁରକ୍ଷାକୁ ଅଗ୍ରାଧିକାର ଦେଇ ଏକ ଭୟମୁକ୍ତ ପରିବେଶ ସୁନିଶ୍ଚିତ କରିବା ପାଇଁ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ନବୀନ ଦାବି କରିଛନ୍ତି।

ଆହୁରି ପଢ଼ନ୍ତୁ: ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଧକ୍କା ଦେଲା କଣ୍ଟେନର, ଚାଲିଗଲା ୨ ଜଣଙ୍କ ଜୀବନ

14 Oct 2025 By Deviprasad Mohanty

କ୍ଷୋଭ ପ୍ରକାଶ କଲେ ନବୀନ; ଖୋଲାଖୋଲି ଆତଙ୍କରାଜ; ଲୋକଙ୍କୁ ସୁରକ୍ଷା ଦେବ କିଏ ?

ଭୁବନେଶ୍ୱର: ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ପୁଣି କ୍ଷୋଭ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ୤ ରାଜ୍ୟ ରାଜଧାନୀ ଅଶାନ୍ତ ଥିବାବେଳେ ଆତଙ୍କରାଜ ଖୋଲାଖୋଲି ବୃଦ୍ଧି ପାଇଛି। ଏପରିସ୍ଥଳେ ସାଧାରଣ ଲୋକଙ୍କୁ କିଏ ସୁରକ୍ଷା ଦେବ ବୋଲି ନବୀନ ସାମାଜିକ ଗଣମାଧ୍ୟମରେ ପ୍ରଶ୍ନ କରିଛନ୍ତି।

ନବୀନ କହିଛନ୍ତି ଯେ  ଗୋଟିଏ ଦିନରେ ରାଜଧାନୀ ଭୁବନେଶ୍ୱରରେ ଜଣେ ଏମ୍ସ କର୍ମଚାରୀଙ୍କୁ ଗୁଳି କରି ନିର୍ମମ  ହତ୍ୟା, ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଚନ୍ଦ୍ରଶେଖରପୁରରେ ବୀଭତ୍ସ ହତ୍ୟାକାଣ୍ଡ ସହ ରେଳ ଷ୍ଟେସନରେ ଜନୈକ ରାଷ୍ଟ୍ରପତି ସମ୍ମାନପ୍ରାପ୍ତ ଶିକ୍ଷକଙ୍କୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ ଘଟଣା ସାଧାରଣ ଲୋକଙ୍କୁ ଆତଙ୍କିତ କରିଛି। କେବଳ ଘଟଣା ଘଟିବା ପରେ ବିଜେପି ସରକାରରେ ପୁଲିସ ପ୍ରଶାସନ କ୍ରିୟାଶୀଳ ହେବା ଅପରାଧୀଙ୍କୁ ଭୟଶୂନ୍ୟ କରିଦେଉଛି। କଥା କଥାକେ ଦିବାଲୋକରେ ଗୁଳି ଫୁଟୁଛି, ଅପରାଧୀ ଅବାଧ ଭାବେ ବୁଲୁଛନ୍ତି ବୋଲି ନବୀନ ଉଦବେଗ ପ୍ରକାଶ କରିଛନ୍ତି। ରାଜ୍ୟର ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ୁ ଥିବାବେଳେ ବିଜେପି ସରକାର ସଜାଗ ନ ହେବା ସବୁଠୁ ଆଶ୍ଚର୍ଯ୍ୟର ବିଷୟ। ଲୋକଙ୍କ ସୁରକ୍ଷାକୁ ଅଗ୍ରାଧିକାର ଦେଇ ଏକ ଭୟମୁକ୍ତ ପରିବେଶ ସୁନିଶ୍ଚିତ କରିବା ପାଇଁ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ନବୀନ ଦାବି କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର