ମହିଳା କିଣିବେ କାର୍‌, ସୁଧ ସୁଝିବେ ରାଜ୍ୟ ସରକାର !

ବ୍ୟାଙ୍କରୁ ଜଣଙ୍କୁ ୧୦ଲକ୍ଷ ଟଙ୍କା ଲେଖାଏଁ ଋଣ ଯୋଗାଇ ଦିଆଯିବ...

Deviprasad Mohanty Picture
Published On

ଭୁବନେଶ୍ବର: ରାଜ୍ୟରେ ମହିଳାମାନଙ୍କୁ ସଶକ୍ତ ରୋଜଗାରକ୍ଷମ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଆତ୍ମନିର୍ଭର ମହିଳା ଆମ ସୁବାହକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏଥିରେ ୪ବର୍ଷରେ ୧୧୦୦ଜଣ ମହିଳାଙ୍କୁ କାର୍ କିଣି ଟ୍ୟାକ୍ସି ଭାବେ ବ୍ୟବହାର କରିବାକୁ ବ୍ୟାଙ୍କରୁ ଜଣଙ୍କୁ ୧୦ଲକ୍ଷ ଟଙ୍କା ଲେଖାଏଁ ଋଣ ଯୋଗାଇ ଦିଆଯିବ। ଏହି ଋଣର କିସ୍ତି ମହିଳାମାନେ ୫ବର୍ଷରେ ସୁଝିବେ। ରାଜ୍ୟ ସରକାର ବାର୍ଷିକ ୧୧% ହାରରେ ସୁଧ ସୁଝିବେ। ବାଣିଜ୍ୟ ଓ ପରିବହନ ବିଭାଗର ଏହି ଯୋଜନାକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟର ୪ଟି ଡ୍ରାଇଭିଂ ତାଲିମ ଏବଂ ଗବେଷଣା ପ୍ରତିଷ୍ଠାନଗୁଡ଼ିକରେ ଏବେ ସୁଦ୍ଧା ୬୨୧୬ଜଣ ମହିଳା ଡ୍ରାଇଭିଂ ଟ୍ରେନିଂ ନେଇ ସାରିଥିବାବେଳେ ସେମାନଙ୍କୁ ଆତ୍ମନିର୍ଭର କରିବା ଉଦ୍ଦେଶ୍ୟରେ ଏହି ଯୋଜନା ଆରମ୍ଭ ହୋଇଛି ବୋଲି ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା କହିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାର ପ୍ରତି ଚାଷୀ ପରିବାର ଉପରେ ୩୨,୭୨୧ଟଙ୍କା ଋଣ: କେନ୍ଦ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର