ନୂଆପଡ଼ା ଉପନିର୍ବାଚନ: ପୂର୍ବବର୍ତ୍ତୀ ଅପରାଧିକ ତଥ୍ୟ ପରିପ୍ରକାଶ ପାଇଁ ସବୁ ପ୍ରାର୍ଥୀଙ୍କୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ

Madhusudan Das Picture
Published On

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନର ଅବ୍ୟବହିତ ପୂର୍ବରୁ ସବୁ ଦଳର ପ୍ରାର୍ଥୀମାନଙ୍କୁ ଅପରାଧିକ ତଥ୍ୟ ମାଗିଛନ୍ତି ନିର୍ବାଚନ ଆୟୋଗ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଏହି ନିର୍ଦ୍ଦେଶାବଳୀ ଅନୁପାଳନ କରିବା ବାଧ୍ୟତାମୂଳକ ବୋଲି କୁହାଯାଇଛି । ରାଜନୈତିକ ଦଳ ଏବଂ ପ୍ରାର୍ଥୀମାନଙ୍କୁ ରାଜ୍ୟ ନିର୍ବାଚନ କମିଶନ ନିକଟରେ ଦାଖଲ କରିବେ।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

୭୧-ନୂଆପଡ଼ା ନିର୍ବାଚନ ମଣ୍ଡଳୀ ସମ୍ବନ୍ଧୀୟ ନିର୍ଦ୍ଦେଶାବଳୀ
ରାଜନୈତିକ ଦଳମାନେ ପ୍ରାର୍ଥୀଚୟନର ୪୮ ଘଣ୍ଟା ମଧ୍ୟରେ ମୁଦ୍ରିତ ଗଣମାଧ୍ୟମ, ସ୍ୱକୀୟ ଅଫିସିଆଲ ସୋସିଆଲ ମିଡ଼ିଆ ଓ ୱେବସାଇଟ ମାଧ୍ୟମରେ ଫର୍ମ-ସି ୭ (Form C-7)ର ସୁସ୍ପଷ୍ଟ ପରିପ୍ରକାଶ କରିବେ । ରାଜନୈତିକ ଦଳମାନେ ପ୍ରାର୍ଥୀ ଚୟନର ୭୨ ଘଣ୍ଟା ମଧ୍ୟରେ ଫର୍ମ-୮ ସି (Form 8 C) (ଫର୍ମ-ସି ୭ (Form C7)ର ନକଲ ସଂଲଗ୍ନ କରି) ସିଧାସଳଖ ଭାରତ ନିର୍ବାଚନ ଆୟୋଗଙ୍କ ପାଖକୁ ପ୍ରେରଣ କରିବେ । ନାମାଙ୍କନର ଶେଷ ତାରିଖ ୨୦ ଅକ୍ଟୋବର ୨୦୨୫ (ସୋମବାର) ସୁଦ୍ଧା ଫର୍ମାଟ-ସିଏ (Format CA)କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଓଡ଼ିଶାଙ୍କ ଜରିଆରେ ଭାରତ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ କରିବେ । ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ୨୪ ଅକ୍ଟୋବର ୨୦୨୫ ସୁଦ୍ଧା ଭାରତ ନିର୍ବାଚନ ଆୟୋଗଙ୍କ ନିକଟରେ ଫର୍ମ ୭ ଏ(Form 7 - A)କୁ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ କରିବେ । ଉପରୋକ୍ତ ସମସ୍ତ ଦସ୍ତାବିଜ୍‌  camc-eci@eci.gov.in  ଜରିଆରେ ନିର୍ବାଚନ ଆୟୋଗ ନିକଟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। । 

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ଯେଉଁ ପ୍ରାର୍ଥୀମାନେ ଉପରୋକ୍ତ ନିର୍ଦ୍ଦେଶାବଳୀକୁ ପାଳନ ନ କରିବେ, ସେମାନେ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଅବମାନନା ଭାବରେ ବିବେଚିତ କରାଯିବ ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

17 Oct 2025 By Madhusudan Das

ନୂଆପଡ଼ା ଉପନିର୍ବାଚନ: ପୂର୍ବବର୍ତ୍ତୀ ଅପରାଧିକ ତଥ୍ୟ ପରିପ୍ରକାଶ ପାଇଁ ସବୁ ପ୍ରାର୍ଥୀଙ୍କୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନର ଅବ୍ୟବହିତ ପୂର୍ବରୁ ସବୁ ଦଳର ପ୍ରାର୍ଥୀମାନଙ୍କୁ ଅପରାଧିକ ତଥ୍ୟ ମାଗିଛନ୍ତି ନିର୍ବାଚନ ଆୟୋଗ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଏହି ନିର୍ଦ୍ଦେଶାବଳୀ ଅନୁପାଳନ କରିବା ବାଧ୍ୟତାମୂଳକ ବୋଲି କୁହାଯାଇଛି । ରାଜନୈତିକ ଦଳ ଏବଂ ପ୍ରାର୍ଥୀମାନଙ୍କୁ ରାଜ୍ୟ ନିର୍ବାଚନ କମିଶନ ନିକଟରେ ଦାଖଲ କରିବେ।

୭୧-ନୂଆପଡ଼ା ନିର୍ବାଚନ ମଣ୍ଡଳୀ ସମ୍ବନ୍ଧୀୟ ନିର୍ଦ୍ଦେଶାବଳୀ
ରାଜନୈତିକ ଦଳମାନେ ପ୍ରାର୍ଥୀଚୟନର ୪୮ ଘଣ୍ଟା ମଧ୍ୟରେ ମୁଦ୍ରିତ ଗଣମାଧ୍ୟମ, ସ୍ୱକୀୟ ଅଫିସିଆଲ ସୋସିଆଲ ମିଡ଼ିଆ ଓ ୱେବସାଇଟ ମାଧ୍ୟମରେ ଫର୍ମ-ସି ୭ (Form C-7)ର ସୁସ୍ପଷ୍ଟ ପରିପ୍ରକାଶ କରିବେ । ରାଜନୈତିକ ଦଳମାନେ ପ୍ରାର୍ଥୀ ଚୟନର ୭୨ ଘଣ୍ଟା ମଧ୍ୟରେ ଫର୍ମ-୮ ସି (Form 8 C) (ଫର୍ମ-ସି ୭ (Form C7)ର ନକଲ ସଂଲଗ୍ନ କରି) ସିଧାସଳଖ ଭାରତ ନିର୍ବାଚନ ଆୟୋଗଙ୍କ ପାଖକୁ ପ୍ରେରଣ କରିବେ । ନାମାଙ୍କନର ଶେଷ ତାରିଖ ୨୦ ଅକ୍ଟୋବର ୨୦୨୫ (ସୋମବାର) ସୁଦ୍ଧା ଫର୍ମାଟ-ସିଏ (Format CA)କୁ ମୁଖ୍ୟ ନିର୍ବାଚନ ଅଧିକାରୀ ଓଡ଼ିଶାଙ୍କ ଜରିଆରେ ଭାରତ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ କରିବେ । ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ୨୪ ଅକ୍ଟୋବର ୨୦୨୫ ସୁଦ୍ଧା ଭାରତ ନିର୍ବାଚନ ଆୟୋଗଙ୍କ ନିକଟରେ ଫର୍ମ ୭ ଏ(Form 7 - A)କୁ ନିର୍ବାଚନ ଆୟୋଗଙ୍କ ନିକଟରେ ଦାଖଲ କରିବେ । ଉପରୋକ୍ତ ସମସ୍ତ ଦସ୍ତାବିଜ୍‌  camc-eci@eci.gov.in  ଜରିଆରେ ନିର୍ବାଚନ ଆୟୋଗ ନିକଟରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। । 

ଯେଉଁ ପ୍ରାର୍ଥୀମାନେ ଉପରୋକ୍ତ ନିର୍ଦ୍ଦେଶାବଳୀକୁ ପାଳନ ନ କରିବେ, ସେମାନେ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଅବମାନନା ଭାବରେ ବିବେଚିତ କରାଯିବ ।

https://www.thesakala.in/latest-odisha-news/election-commission-asks-all-party-candidates-to-provide-criminal-records-ahead-of-nuapada-by-election/article-42737
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର