ରାଜଧାନୀରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

Deviprasad Mohanty Picture
Published On

ଭୁବନେଶ୍ବର: ଭୁବନେଶ୍ୱରରେ ଘଟିଛି ଲୋମହର୍ଷଣକାରୀ ଘଟଣା। ରାଜଧାନୀରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ I ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଥିବା ଅଭିଯୋଗ ହୋଇଛି। ପୀଡିତାଙ୍କ ଘର ଝାଡଖଣ୍ଡରେ ହୋଇଥିବା ବେଳେ ଗତ ରାତିରେ ତାଙ୍କ ସହ କେହି ଦୁର୍ବୃତ୍ତ ଏଭଲି ଜଘନ୍ୟ କାଣ୍ଡ ଘଟାଇଛନ୍ତି I କ୍ୟାପିଟାଲ ଥାନା ଅଶୋକ ନଗର ଅଞ୍ଚଳରେ ଘଟିଛି ଏଭଳି ହୃଦୟ ବିଦାରକ ଘଟଣା I ନାବାଳିକା ଜଣଙ୍କ ଏବେ କ୍ୟାପିଟାଲ୍ ହସ୍ପିଟାଲ୍ ଆଇସିୟୁରେ ଅଛନ୍ତି। ପୁଲିସ୍ ମାମଲା ରୁଜୁ କରି ସ୍ଥାନୀୟ ଅଞ୍ଚଳରେ ଲାଗିଥିବା ସିସିଟିଭି କ୍ୟାମେରା ଯାଞ୍ଚ କରୁଛି। ହେଲେ ଅଭିଯୁକ୍ତମାନଙ୍କର ଟେର ପାଇନାହିଁ।

ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର

ଗତକାଲି ବିଳମ୍ବିତ ରାତିରେ ଜଣେ ୧୭ ବର୍ଷର ନାବାଳିକା ଅଶୋକ ନଗର ଅଞ୍ଚଳ ରାସ୍ତା କଡ଼ରେ ଗୁରୁତର ଅବସ୍ଥାରେ ପଡ଼ିଥିଲେ। କିଛି ଲୋକ ମାନସିକ ବିକୃତ ଭାବି ଅଣଦେଖା କରିଥିଲେ। ରାତି ଯେତେ ବଢ଼ିଥିଲା ନାବାଳିକା ଯନ୍ତ୍ରଣାରେ ଅଧିକ ଛଟପଟ ହେଉଥିବାର କିଛି ଅଟୋ ଚାଳକ ଦେଖି ଘଟଣାସ୍ଥଳକୁ ଯାଇ ଦେଖିଥିଲେ ନାବାଳିକାର ଦେହର ବିଭିନ୍ନ ସ୍ଥାନ କ୍ଷତ ରହିଛ। ପିନ୍ଧିଥିବା ପୋଷାକ ଚିରି ଯାଇଛି। ଏହା ଦେଖି ସେମାନେ ପୁଲିସ୍‌କୁ ଫୋନ୍ କରିଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ନାବାଳିକାଙ୍କୁ ଉଦ୍ଧାର କରି କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଚିକିତ୍ସା ସମୟରେ ଡାକ୍ତର ଜାଣିବାକୁ ପାଇଥିଲେ ନାବଳିକା ସହ ଦୁଷ୍କର୍ମ ଘଟିଛି। ନାବାଳିକା ଜଣଙ୍କ କଥା ମଧ୍ୟ ହୋଇପାରୁ ନ ଥିଲେ। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ପୀଡିତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଗଣଦୁଷ୍କର୍ମ ଓ ପୋକ୍ସୋ ମାମଲା ରୁଜୁ କରି ପୁଲିସ ତଦନ୍ତ ଆରମ୍ଭ କରିଛିI

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର