ଆସୁଛି ଭୀଷଣ ବାତ୍ୟା ‘ମୋନ୍ଥା’; ଆନ୍ଧ୍ରର କାକିନାଡ଼ା ନିକଟରେ କରିପାରେ ଲ୍ୟାଣ୍ଡଫଲ୍...

Madhusudan Das Picture
Published On

ଭୁବନେଶ୍ୱର: ସ୍ଥଳଭାଗକୁ ମାଡ଼ିଆସୁଛି ବାତ୍ୟା ’ମୋନ୍ଥା’ । ତେବେ ବାତ୍ୟା ‘ମୋନ୍ଥା’କୁ ନେଇ ଆସିଲା ବଡ଼ ଖବର । ୨୮ ତାରିଖ ସନ୍ଧ୍ୟା ପରେ ଆନ୍ଧ୍ରରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ମୋନ୍ଥା’ । ଆନ୍ଧ୍ରର ମଚ୍ଛଲିପଟ୍ଟନମ୍-କଳିଙ୍ଗପଟନମ୍ ଭିତରେ କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ୨୮ ତାରିଖ ସନ୍ଧ୍ୟାରୁ ରାତି ଭିତରେ ଲ୍ୟାଣ୍ଡଫଲ କରିପାରେ। ଲ୍ୟାଣ୍ଡଫଲ୍ ବେଳେ ସର୍ବାଧିକ ୧୧୦ କିମି ବେଗରେ ପବନ ବହିବ। 

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକାଙ୍କ ଅନୁସାରେ ବାତ୍ୟା ପ୍ରଭାବରେ ଓଡ଼ିଶାରେ ବଡ ବର୍ଷାର ସମ୍ଭାବନା ରହିଛି । ୨୬ ତାରିଖ ସକାଳୁ ଗଭୀର ଅବପାତରେ ପରିଣତ ହେବ । ଯାହା ଆସନ୍ତା ୨୭ ତାରିଖ ସକାଳୁ ବାତ୍ୟାର ରୂପ ନେବ । ୨୭ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ଆଲର୍ଟ କରାଯାଇଛି । 

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

ଆଜିଠୁ ପାଗ ବଦଳୁ ଥିବା ବେଳେ ୨୭ରୁ ୨୯ ତାରିଖ, ତିନି ଦିନ ଯାଏଁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ କାଚିବ । ୨୭ରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆ ଯାଇଥିବା ବେଳେ ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିକୁ ବି ଦିଆ ଯାଇଛି ସମାନ ଚେତାବନୀ ।ସେହିପରି ୨୮ରେ କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ୨୯ରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକକୁ ବି ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଏହି ସମୟରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତର ଚେତାବନୀ ଦିଆଯାଇଛି। ଝଡ଼ତୋଫୋନ ସହ ଏହି ସମୟରେ ୬୦ରୁ ୭୦ କିଲୋମିଟର ବେଗରେ ପବନ ମଧ୍ୟ ବହିବ । ୩୦ ତାରିଖରୁ ପାଗରେ ପରିବର୍ତ୍ତନ ଆସିବ । ସେପଟେ କାଲିଠୁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ସେଣ୍ଟ୍ରିଂ କାଢ଼ିବା ବେଳେ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୩ ଶ୍ରମିକ ମୃତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର