ଆସୁଛି ଭୀଷଣ ବାତ୍ୟା ‘ମୋନ୍ଥା’; ଆନ୍ଧ୍ରର କାକିନାଡ଼ା ନିକଟରେ କରିପାରେ ଲ୍ୟାଣ୍ଡଫଲ୍...

Madhusudan Das Picture
Published On

ଭୁବନେଶ୍ୱର: ସ୍ଥଳଭାଗକୁ ମାଡ଼ିଆସୁଛି ବାତ୍ୟା ’ମୋନ୍ଥା’ । ତେବେ ବାତ୍ୟା ‘ମୋନ୍ଥା’କୁ ନେଇ ଆସିଲା ବଡ଼ ଖବର । ୨୮ ତାରିଖ ସନ୍ଧ୍ୟା ପରେ ଆନ୍ଧ୍ରରେ ଲ୍ୟାଣ୍ଡଫଲ କରିବ ବାତ୍ୟା ‘ମୋନ୍ଥା’ । ଆନ୍ଧ୍ରର ମଚ୍ଛଲିପଟ୍ଟନମ୍-କଳିଙ୍ଗପଟନମ୍ ଭିତରେ କାକିନାଡ଼ା ନିକଟରେ ସ୍ଥଳଭାଗ ଛୁଇଁବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ୨୮ ତାରିଖ ସନ୍ଧ୍ୟାରୁ ରାତି ଭିତରେ ଲ୍ୟାଣ୍ଡଫଲ କରିପାରେ। ଲ୍ୟାଣ୍ଡଫଲ୍ ବେଳେ ସର୍ବାଧିକ ୧୧୦ କିମି ବେଗରେ ପବନ ବହିବ। 

ଆହୁରି ପଢ଼ନ୍ତୁ: ଗାଧୋଇବାବେଳେ ପୋଖରୀରେ ବୁଡି ଜେଜେ ଓ ନାତି ମୃତ

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକାଙ୍କ ଅନୁସାରେ ବାତ୍ୟା ପ୍ରଭାବରେ ଓଡ଼ିଶାରେ ବଡ ବର୍ଷାର ସମ୍ଭାବନା ରହିଛି । ୨୬ ତାରିଖ ସକାଳୁ ଗଭୀର ଅବପାତରେ ପରିଣତ ହେବ । ଯାହା ଆସନ୍ତା ୨୭ ତାରିଖ ସକାଳୁ ବାତ୍ୟାର ରୂପ ନେବ । ୨୭ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ବର୍ଷା ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ଆଲର୍ଟ କରାଯାଇଛି । 

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଆଜିଠୁ ପାଗ ବଦଳୁ ଥିବା ବେଳେ ୨୭ରୁ ୨୯ ତାରିଖ, ତିନି ଦିନ ଯାଏଁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ କାଚିବ । ୨୭ରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆ ଯାଇଥିବା ବେଳେ ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିକୁ ବି ଦିଆ ଯାଇଛି ସମାନ ଚେତାବନୀ ।ସେହିପରି ୨୮ରେ କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ୨୯ରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକକୁ ବି ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଏହି ସମୟରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତର ଚେତାବନୀ ଦିଆଯାଇଛି। ଝଡ଼ତୋଫୋନ ସହ ଏହି ସମୟରେ ୬୦ରୁ ୭୦ କିଲୋମିଟର ବେଗରେ ପବନ ମଧ୍ୟ ବହିବ । ୩୦ ତାରିଖରୁ ପାଗରେ ପରିବର୍ତ୍ତନ ଆସିବ । ସେପଟେ କାଲିଠୁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଆତଙ୍କ: ଘରେ ପଶି ଯୁବତୀ ଓ ତାଙ୍କ ବାପା-ମା'ଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର