ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୦୩୨ ଜଣ କରୋନା ପଜିଟିଭ୍

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦୩୨ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୮ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୩୪ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୯୭୩୭ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦୩୨ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୮ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୩୪ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୯୭୩୭ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୨୩୭ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

ଅନୁଗୁଳରୁ ୪୮ , ବାଲେଶ୍ୱରରୁ ୩୬ , ବରଗଡ଼ ୮ , ଭଦ୍ରକ ୪୭ , ବଲାଙ୍ଗୀର ୪ , ବୌଦ୍ଧ ୨ , କଟକ ୧୫୪ , ଦେବଗଡ଼ ୮ , ଢେଙ୍କାନାଳ ୨୫ , ଗଜପତି ୬, ଗଞ୍ଜାମ ୮ , ଜଗତସିଂହପୁର ୮୨ , ଯାଜପୁର ୪୩ , ଝାରସୁଗୁଡ଼ା ୩ , କଳାହାଣ୍ଡି ୬ , କନ୍ଧମାଳ ୧୦ , କେନ୍ଦ୍ରାପଡ଼ା ୧୮ , କେନ୍ଦୁଝର ୨୩ , କୋରାପୁଟ ୯ , ମାଲକାନଗିରି ୬ , ମୟୂରଭଞ୍ଜ ୨୦ , ନବରଙ୍ଗପୁର ୬ , ନୟାଗଡ଼ ୩୦ , ନୂଆପଡ଼ା ୧ , ପୁରୀ ୮୨ , ରାୟଗଡ଼ା ୮ , ସମ୍ୱଲପୁର ୧୯ , ସୋନପୁର ୧୦ , ସୁନ୍ଦରଗଡ଼ ୨୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର