ସୁନ୍ଦରଗଡ଼ରେ ବିକାଶର ଶଙ୍ଖଧ୍ବନି : ରାଉରକେଲାରେ ଦେଶର ସର୍ବବୃହତ୍ ହକି ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ ସହ ୪୯୧୫ କୋଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ରାଉରକେଲା : ବିକାଶର ମହାପର୍ବରେ ସାମିଲ ହେଲା ସୁନ୍ଦରଗଡ଼ । ସ୍ମାର୍ଟ ସିଟି ରାଉରକେଲାରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିପିୟୁଟି ପରିସରରେ ଦେଶର ସର୍ବବୃହତ୍ ଅତ୍ୟାଧୁନିକ ହକି ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ନିର୍ମାଣ ହେବାକୁ ଯାଉଥିବା ଏହି ଅତ୍ୟାଧୁନିକ ଷ୍ଟାଡିୟମରେ ଏକକାଳୀନ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରିବେ। ଏଥିସହ ମୁଖ୍ୟମନ୍ତ୍ରୀ ଜିଲ୍ଲାର ମୋଟ ୪୯୧୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିଛନ୍ତି। ଏଥିମଧ୍ୟରେ ରହିଛି […]

ରାଉରକେଲା : ବିକାଶର ମହାପର୍ବରେ ସାମିଲ ହେଲା ସୁନ୍ଦରଗଡ଼ । ସ୍ମାର୍ଟ ସିଟି ରାଉରକେଲାରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିପିୟୁଟି ପରିସରରେ ଦେଶର ସର୍ବବୃହତ୍ ଅତ୍ୟାଧୁନିକ ହକି ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ନିର୍ମାଣ ହେବାକୁ ଯାଉଥିବା ଏହି ଅତ୍ୟାଧୁନିକ ଷ୍ଟାଡିୟମରେ ଏକକାଳୀନ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରିବେ। ଏଥିସହ ମୁଖ୍ୟମନ୍ତ୍ରୀ ଜିଲ୍ଲାର ମୋଟ ୪୯୧୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିଛନ୍ତି।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ଏଥିମଧ୍ୟରେ ରହିଛି ୧୬୨୨କୋଟିର ପାନୀୟ ଜଳ ପ୍ରକଳ୍ପ, ୩୨୦ କୋଟିର ଜଳସେଚନ, ୧୧୧କୋଟି ର ସ୍ୱାସ୍ଥ୍ୟସେବା, ୧୦୬୦ କୋଟିର ରାସ୍ତାଘାଟର ବିକାଶ, ୩୬୬କୋଟିର ଶିକ୍ଷା ପ୍ରକଳ୍ପ । ଅନୁରୂପ ଭାବେ ୨୫୦ କୋଟିର ପରିମଳ,୨୧୬ କୋଟିର ଜୀବିକା ବିକାଶ, ୪୭୧ କୋଟିର ସ୍ମାର୍ଟ ସିଟି ପ୍ରକଳ୍ପ , ୩୮ କୋଟିର ବିଦ୍ୟୁତଶକ୍ତି ଯୋଗାଣ, ୬୭ କୋଟି ଭିତ୍ତିଭୂମି ଉନ୍ନୟନ, ୧୩୫ କୋଟିର ମହିଳା ଓ ଶିଶୁ ବିକାଶ, ୧୨ କୋଟିର ପରିବେଶ ସୁରକ୍ଷା, ୧୫ କୋଟିର ଦକ୍ଷତା ବିକାଶ ଓ ୧୨୦ କୋଟିର କ୍ରୀଡ଼ା ପ୍ରକଳ୍ପ ରହିଛି।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଏହି ଉତ୍ସବରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି, କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ରଘୁନାଥପାଲୀ ବିଧାୟକ ସୁବ୍ରତ ତରାଇ, ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡା, ୫ ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ, ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଳ ପବନ କଲ୍ୟାଣ, ପୂର୍ଵତନ ସାଂସଦ ତଥା ଅନ୍ତର୍ଜାତୀୟ ହକି ଖେଳାଳି ଦିଲୀପ ତିର୍କୀ ଓ ଅନ୍ୟ ବରିଷ୍ଠ ଅଧିକାରୀ ମଞ୍ଚରେ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ପାଇଁ ସୁନ୍ଦରଗଡ଼ ଜିଲ୍ଲା ଓ ରାଉରକେଲା ସହରରେ ୧୨୦ ଟି ସ୍ଥାନରେ ଏଲଇଡି ୱାଲର ବ୍ୟବସ୍ଥା କରାଯାଇଥିଲା । ଜିଲ୍ଲାର ୧୭ ବ୍ଲକ ସମେତ ପ୍ରମୁଖ ପଞ୍ଚାୟତରେ ୧୭ ମନ୍ତ୍ରୀ ଓ ୮୦ରୁ ଅଧିକ ବିଧାୟକ ଉପସ୍ଥିତ ଥିଲେ ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

16 Feb 2021 By The Sakala

ସୁନ୍ଦରଗଡ଼ରେ ବିକାଶର ଶଙ୍ଖଧ୍ବନି : ରାଉରକେଲାରେ ଦେଶର ସର୍ବବୃହତ୍ ହକି ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ ସହ ୪୯୧୫ କୋଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା : ବିକାଶର ମହାପର୍ବରେ ସାମିଲ ହେଲା ସୁନ୍ଦରଗଡ଼ । ସ୍ମାର୍ଟ ସିଟି ରାଉରକେଲାରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିପିୟୁଟି ପରିସରରେ ଦେଶର ସର୍ବବୃହତ୍ ଅତ୍ୟାଧୁନିକ ହକି ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ନିର୍ମାଣ ହେବାକୁ ଯାଉଥିବା ଏହି ଅତ୍ୟାଧୁନିକ ଷ୍ଟାଡିୟମରେ ଏକକାଳୀନ ୨୦ ହଜାର ଦର୍ଶକ ବସି ଖେଳ ଉପଭୋଗ କରିପାରିବେ। ଏଥିସହ ମୁଖ୍ୟମନ୍ତ୍ରୀ ଜିଲ୍ଲାର ମୋଟ ୪୯୧୫ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିଛନ୍ତି।

ଏଥିମଧ୍ୟରେ ରହିଛି ୧୬୨୨କୋଟିର ପାନୀୟ ଜଳ ପ୍ରକଳ୍ପ, ୩୨୦ କୋଟିର ଜଳସେଚନ, ୧୧୧କୋଟି ର ସ୍ୱାସ୍ଥ୍ୟସେବା, ୧୦୬୦ କୋଟିର ରାସ୍ତାଘାଟର ବିକାଶ, ୩୬୬କୋଟିର ଶିକ୍ଷା ପ୍ରକଳ୍ପ । ଅନୁରୂପ ଭାବେ ୨୫୦ କୋଟିର ପରିମଳ,୨୧୬ କୋଟିର ଜୀବିକା ବିକାଶ, ୪୭୧ କୋଟିର ସ୍ମାର୍ଟ ସିଟି ପ୍ରକଳ୍ପ , ୩୮ କୋଟିର ବିଦ୍ୟୁତଶକ୍ତି ଯୋଗାଣ, ୬୭ କୋଟି ଭିତ୍ତିଭୂମି ଉନ୍ନୟନ, ୧୩୫ କୋଟିର ମହିଳା ଓ ଶିଶୁ ବିକାଶ, ୧୨ କୋଟିର ପରିବେଶ ସୁରକ୍ଷା, ୧୫ କୋଟିର ଦକ୍ଷତା ବିକାଶ ଓ ୧୨୦ କୋଟିର କ୍ରୀଡ଼ା ପ୍ରକଳ୍ପ ରହିଛି।

ଏହି ଉତ୍ସବରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି, କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା, ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ, ରଘୁନାଥପାଲୀ ବିଧାୟକ ସୁବ୍ରତ ତରାଇ, ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡା, ୫ ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ, ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଳ ପବନ କଲ୍ୟାଣ, ପୂର୍ଵତନ ସାଂସଦ ତଥା ଅନ୍ତର୍ଜାତୀୟ ହକି ଖେଳାଳି ଦିଲୀପ ତିର୍କୀ ଓ ଅନ୍ୟ ବରିଷ୍ଠ ଅଧିକାରୀ ମଞ୍ଚରେ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ପାଇଁ ସୁନ୍ଦରଗଡ଼ ଜିଲ୍ଲା ଓ ରାଉରକେଲା ସହରରେ ୧୨୦ ଟି ସ୍ଥାନରେ ଏଲଇଡି ୱାଲର ବ୍ୟବସ୍ଥା କରାଯାଇଥିଲା । ଜିଲ୍ଲାର ୧୭ ବ୍ଲକ ସମେତ ପ୍ରମୁଖ ପଞ୍ଚାୟତରେ ୧୭ ମନ୍ତ୍ରୀ ଓ ୮୦ରୁ ଅଧିକ ବିଧାୟକ ଉପସ୍ଥିତ ଥିଲେ ।

https://www.thesakala.in/latest-odisha-news/cm-naveen-patnaik-in-sundargarh/article-42
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର