ବାଂଲାଦେଶୀ ଲିଙ୍କ୍‌: ଯାଜପୁରରୁ ମୁଖ୍ୟ ଅଭିଯୁକ୍ତ ସିକନ୍ଦର ଆଲାମକୁ ଗିରଫ କଲା ଜଗତସିଂହପୁର ପୋଲିସ

Madhusudan Das Picture
Published On

ଜଗତସିଂହପୁର: ଶେଷରେ ଗିରଫ ହେଲା ସିକନ୍ଦର ଆଲାମ । ବାଂଲାଦେଶୀ ଲିଙ୍କ୍‌ରେ ଯାଜପୁରରୁ ମୁଖ୍ୟ ଅଭିଯୁକ୍ତ ସିକନ୍ଦର ଆଲାମକୁ ଗିରଫ କଲା ଜଗତସିଂହପୁର ପୋଲିସ । ଗତ ୬ ଦିନ ହେଲା ଫେରାର ଥିଲା ସିକନ୍ଦର । ତାକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଜାଲ ବିଛାଇ ଥିଲା ଜଗତସିଂହପୁର ପୋଲିସ । ସିକନ୍ଦର ଠାରୁ ତାର ପାସପୋର୍ଟ ସହ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ । ବେହେରାମପୁର ବସ୍ତିରେ ସରକାରୀ ଜାଗାରେ ବେଆଇନ ଘର ତିଆରି କରି ବାଂଲାଦେଶୀଙ୍କୁ ରଖିଥିଲା ସିକନ୍ଦର । ସିକନ୍ଦରର ବିଦେଶୀ ଲିଙ୍କ ରହିଥିବା ସୂଚନା । ଏକ ଅଜ୍ଞାତ ସ୍ଥାନରେ ରଖି ପଚାରା ଉଚରା ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ସୂଚନା ଅନୁସାରେ, ଗତ ୧୬ ତାରିଖ ସନ୍ଧ୍ୟାରେ ବେହେରାମପୁର ବସ୍ତିରେ ଚଢ଼ାଉ କରିଥିଲା ପୋଲିସ । ସନ୍ଦିଗ୍ଧ ବାଂଲାଦେଶୀ ରହୁଥିବା ସନ୍ଦେହରେ ହୋଇଥିଲା ଚଢ଼ାଉ । ଅତିରିକ୍ତ ଏସ୍‌ପି, ତରିକୁନ୍ଦ ବିଟ୍‌ ହାଉସ୍ ଅଧିକାରୀ ଓ ମହିଳା କନଷ୍ଟେବଳ ସମେତ ୫ଜଣ ସାମିଲ । ଚଢ଼ାଉ କରିବା ମାତ୍ରେ ସିକନ୍ଦରର ଦୁଇ ଭଉଣୀ ପୋଲିସ୍‌କୁ କରିଥିଲେ ଆକ୍ରମଣ ।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର