ଆସନ୍ତା ୨୭ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ମୁତୟନ ହେବେ ୩୩ ପ୍ଲାଟୁନ୍ ପୁଲିସ ଫୋର୍ସ..

ଉଦବୋଧନ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Deviprasad Mohanty Picture
Published On

ଭୁବନେଶ୍ବର: ଆସନ୍ତା ୨୭ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ। ଏଥିପାଇଁ କମିଶନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଥର ବିଧାନସଭା ଅଧିବେଶନରେ ଉଦବୋଧନ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏ ନେଇ ବ୍ଲୁବୁକ ଗାଇଡ଼ ଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ପୁଲିସ କମିଶନର୍ ଏସ୍ ଦେବଦତ୍ତ ସିଂ ଏ ନେଇ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି।

ଆହୁରି ପଢ଼ନ୍ତୁ: ନୟାଗଡ଼ ଖଣ୍ଡପଡ଼ା ଏସ୍‌ଡିପିଓଙ୍କ ନାଁରେ ସାଂଘାତିକ ଅଭିଯୋଗ: ମାମଲା ରଫାଦଫା ପାଇଁ ମହିଳାଙ୍କୁ ଅଶ୍ଳୀଳ ବାର୍ତ୍ତା ଓ ଧମକ

ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ। ଏଥିପାଇଁ ୩୩ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍‌ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍ପାଇ‌ଡ୍ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ। ଡିସିପି ସୁରକ୍ଷା ତଦାରଖ ଦାୟିତ୍ବରେ ଥିବା ବେଳେ ତାଙ୍କ ଅଧୀନରେ ୭ ଜଣ ଅତିରିକ୍ତ ଡିସିପି, ୨୩ ଜଣ ଏସିପି, ୨୬ ଜଣ ଇନ୍ସପେକ୍ଟର, ୮୮ ଜଣ ଏସଆଇ ଓ ଏଏସଆଇ ଦାୟିତ୍ୱରେ ରହିବେ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଙ୍ଗ କରିଥିବା ବିଧାୟକଙ୍କ ସଭ୍ୟପଦ ରଦ୍ଦ ହେଉ: ପ୍ରସନ୍ନ ଆଚାର୍ଯ୍ୟ

ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି। ୫ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି । କଣ୍ଟ୍ରୋଲ୍‌ରୁମ୍‌ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବ। ୨୨୫ ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ। ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା।  ଲୋୟର ପିଏମଜି ରେ ୧୪୪ ଧାରା ଜାରି କରାଯିବ। ସିସିଟିଭି ସରଭେଲାନସ ଦ୍ବାରା ବିଧାନସଭା ଓ ତାକୁ ଲାଗି ରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ। ଏହା ସହିତ ସମ୍ପୁର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।

ଆହୁରି ପଢ଼ନ୍ତୁ: ବ୍ୟବସାୟୀଙ୍କୁ ଅପହରଣ କରି ୨ କୋଟି ଦାବି କଲେ ଦୁବୃର୍ତ୍ତ, ପରିବାର ପୁଲିସର ଦ୍ୱାରସ୍ଥ ହେବାରୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ

25 Nov 2025 By Deviprasad Mohanty

ଆସନ୍ତା ୨୭ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳୀନ ଅଧିବେଶନ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ମୁତୟନ ହେବେ ୩୩ ପ୍ଲାଟୁନ୍ ପୁଲିସ ଫୋର୍ସ..

ଉଦବୋଧନ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଆସନ୍ତା ୨୭ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ। ଏଥିପାଇଁ କମିଶନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଥର ବିଧାନସଭା ଅଧିବେଶନରେ ଉଦବୋଧନ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏ ନେଇ ବ୍ଲୁବୁକ ଗାଇଡ଼ ଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ପୁଲିସ କମିଶନର୍ ଏସ୍ ଦେବଦତ୍ତ ସିଂ ଏ ନେଇ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି।

ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ। ଏଥିପାଇଁ ୩୩ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍‌ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍ପାଇ‌ଡ୍ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ। ଡିସିପି ସୁରକ୍ଷା ତଦାରଖ ଦାୟିତ୍ବରେ ଥିବା ବେଳେ ତାଙ୍କ ଅଧୀନରେ ୭ ଜଣ ଅତିରିକ୍ତ ଡିସିପି, ୨୩ ଜଣ ଏସିପି, ୨୬ ଜଣ ଇନ୍ସପେକ୍ଟର, ୮୮ ଜଣ ଏସଆଇ ଓ ଏଏସଆଇ ଦାୟିତ୍ୱରେ ରହିବେ।

ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି। ୫ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି । କଣ୍ଟ୍ରୋଲ୍‌ରୁମ୍‌ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବ। ୨୨୫ ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ। ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା।  ଲୋୟର ପିଏମଜି ରେ ୧୪୪ ଧାରା ଜାରି କରାଯିବ। ସିସିଟିଭି ସରଭେଲାନସ ଦ୍ବାରା ବିଧାନସଭା ଓ ତାକୁ ଲାଗି ରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ। ଏହା ସହିତ ସମ୍ପୁର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର