ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ରାସନକାର୍ଡ E-KYC ପ୍ରକ୍ରିୟା: ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର

Madhusudan Das Picture
Published On

ଭୁବନେଶ୍ୱର: ରାସନକାର୍ଡକୁ ନେଇ ଆସିଲା ବଡ ଖବର । ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ E-KYC ପ୍ରକ୍ରିୟା । ଏନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର । ଇ-କେୱାଇସି ପ୍ରକ୍ରିୟା ଓ କ୍ଷେତ୍ର ତର୍ଜମା ସମୟରେ ୬ ଲକ୍ଷ ୮୩ ହଜାର ୯୯୫ ଜଣ ମୃତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ସେହିପରି ୩୩ ହଜାର ୧୨୮ ଅଯୋଗ୍ୟ ରାସନ କାର୍ଡକୁ ବାତିଲ କରାଯାଇଛି । ଯାହାର ପରିବାର ସଦସ୍ୟଙ୍କ ସଂଖ୍ୟା ହେଉଛି ୧ ଲକ୍ଷ ୨୦ ହଜାର ୧୯୯ । ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରେ ୪ ହଜାର ୭୪୭ ଗୋଟି ଜାଲ୍ ରାସନକାର୍ଡ ଧରା ପଡ଼ିଛି । ସେହିପରି ଦ୍ୱିତୀୟରେ କଟକରୁ ୨୯୦୫ ଗୋଟି ଜାଲ୍ କାର୍ଡ ଧରା ପଡିଛି । ତୃତୀୟରେ ରହିଛି ସୁନ୍ଦର ଗଡ଼ ଜିଲ୍ଲା ଯେଉଁଠି ୨୩୫୭ ଗୋଟି ଜାଲ୍ ରାସନକାର୍ଡ ଧରା ପଡ଼ିଛି ।  

ଆହୁରି ପଢ଼ନ୍ତୁ: ଗାଡ଼ି ମାଲିକଙ୍କୁ ବଡ଼ ଆଶ୍ୱସ୍ତି: ପିୟୁସିସି (PUCC) ନିୟମ ଉଲ୍ଲଂଘନ ପାଇଁ କମିଲା ଜରିମାନା

ଅନ୍ୟ ଏକ ଲିଖିତ ଉତ୍ତରରେ ଯୋଗାଣ ମନ୍ତ୍ରୀ କହିଛନ୍ତି ଯେ, ଜୁନ୍ ୨୦୨୪ ଠାରୁ ରାସନ କାର୍ଡ଼ ପାଇଁ ମୋଟ ୧୫ ଲକ୍ଷ ୩୩ ହଜାର ୧୫୩ ଗୋଟି ଆବେଦନ ହସ୍ତଗତ ହୋଇଛି। ସେଥି ମଧ୍ୟରୁ, ୩ ଲକ୍ଷ ୨୩ ହଜାର ୧୪୫ଟି ଆବେଦନ ହୋଇଛି, ଯାହାର ପରିବାର ସଦସ୍ୟ ସଂଖ୍ୟା ୬ ଲକ୍ଷ ୩୯ ହଜାର ୮୨୭। ଏଗୁଡିକ କ୍ଷେତ୍ର ତର୍ଜମା ପରେ ଯୋଗ୍ୟ ବିବେଚିତ ହୋଇ ଖାଦ୍ୟ ସୁରକ୍ଷା ଯୋଜନାରେ ନୂତନ ଭାବରେ ଅନ୍ତର୍ଭୁକ୍ତ ହୋଇଛନ୍ତି। 

ଆହୁରି ପଢ଼ନ୍ତୁ: ନକଲି ଡିଇଫ ରାକେଟ୍‌ ଠାବ; ୧୮୨ ବାଲ୍ଟି ନକଲି ଡିଇଫ ସହ ଗାଡ଼ି ଓ ଉତ୍ପାଦନ ଯନ୍ତ୍ରପାତି ଜବତ, ୪ ଗିରଫ

ସେହିଭଳି, ୭ ଲକ୍ଷ ୩୭ ହଜାର ୫୩୦ଟି ଆବେଦନ ଗୁଡ଼ିକୁ, 'ଓଡ଼ିଶା ରାଜ୍ୟ ଖାଦ୍ୟ ସୁରକ୍ଷା ଲକ୍ଷ୍ୟଭିତ୍ତିକ ସାଧାରଣ ବଣ୍ଟନ ବ୍ୟବସ୍ଥା ନିୟମ ୨୦୨୦′ର ବାଦ ଦେବା ମାନଦଣ୍ଡ ଭିତ୍ତିରେ, ଅଗ୍ରାହ୍ୟ କରାଯାଇଛି। ବଳକା ଥିବା ଏବଂ ସଦ୍ୟ ହସ୍ତଗତ ହେଉଥିବା ୪ ଲକ୍ଷ ୭୨ ହଜାର ୪୭୮ ଗୋଟି ଆବେଦନ ଗୁଡ଼ିକର, ବ୍ଲକ ଏବଂ ପୌରାଞ୍ଚଳ ସ୍ତରରେ କ୍ଷେତ୍ରରେ ତର୍ଜମା ଚାଲିଛି।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର