ରାଜ୍ୟରେ ପୁଣି ହ୍ରାସ ପାଇବ ତାପମାତ୍ରା, ଶୀତ ସହ ବଢ଼ିବ କୁହୁଡ଼ି...

Deviprasad Mohanty Picture
Published On

ଭୁବନେଶ୍ୱର: ରାଜ୍ୟରେ ପୁଣି ତାପମାତ୍ରା ହ୍ରାସ ପାଇବ। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିବ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ତାମିଲନାଡୁ ଓ ପୁଡୁଚେରୀ ଉପକୂଳରେ ସୃଷ୍ଟି ହୋଇଥିବା ବାତ୍ୟା ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଏହା ଦୁର୍ବଳ ହେବା ପରେ ପୁଣି ଥରେ ରାଜ୍ୟକୁ ଉତ୍ତର ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ଆରମ୍ଭ ହୋଇଛି। ଏହା ଫଳରେ ରାଜ୍ୟର ଅନେକ ସ୍ଥାନରେ ଶୀତ ବଢ଼ିବା ନେଇ ଆକଳନ କରାଯାଉଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ, ସାରା ରାଜ୍ୟରେ ବୁଧବାର ରାତିଠାରୁ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବ। ଆସନ୍ତା ଶନିବାର ରାତି ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ଜାରି ରହିବ। ଏହି ୪ ଦିନରେ ପାରଦ ପ୍ରାୟ ୪ ଡିଗ୍ରୀ କମିବାର ସମ୍ଭାବନା ରହିଛି॥ ୭ ତାରିଖ ଅର୍ଥାତ ରବିବାର ରାତିରେ ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶା ଓ କେନ୍ଦ୍ରୀୟ ଓଡ଼ିଶାରେ ଆଉ ୧ ଡିଗ୍ରୀ କମିପାରେ। ୮ ତାରିଖ ରାତିରେ ଅନେକ ସ୍ଥାନରେ ୧-୨ ଡିଗ୍ରୀ ବଢ଼ି ପୁଣି ତା ପରଦିନ ତାପମାତ୍ରା କମିବ ଓ ଶୀତ ଜାରି ରହିବ। ଆଗକୁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ତେବେ ଏହି ସମୟରେ ରାଜ୍ୟର ଅନେକ ସ୍ଥାନରେ କୁହୁଡ଼ି ବଢ଼ିବ। ବିଶେଷ କରି ୫ ଓ ୯ ତାରିଖ ରାତିରେ ଘନ କୁହୁଡ଼ି ହୋଇପାରେ ବୋଲି ପ୍ରଫସର ପଶୁପାଳକ କହିଛନ୍ତି।  

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ସେହିପରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ମଧ୍ୟ ଦୁଇ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ କୁହୁଡ଼ି ସତର୍କତା ଜାରି କରିଛି। କେନ୍ଦ୍ର କହିଛି ଯେ ଗୁରୁବାର ରାତିରୁ ଶୁକ୍ରବାର ସକାଳ ମଧ୍ୟରେ ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଝାରସୁଗୁଡ଼ା, ବଲାଙ୍ଗିର ଓ ସୋନପୁରରେ ଘନ କୁହୁଡ଼ି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ଘନ କୁହୁଡ଼ି ଜନିତ ୟେଲୋ ଆଲର୍ଟ ଜାରି କରିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ଜି ଉଦୟଗିରିରେ ସବୁଠୁ କମ୍‌ ତାପମାତ୍ରା ଅର୍ଥାତ ୯.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। 

ଆହୁରି ପଢ଼ନ୍ତୁ: କଲେଜ ହଷ୍ଟେଲରୁ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର