ବାରବାଟୀ ଟି-୨୦; କଡା ସୁରକ୍ଷା, କଟକରେ ୭୪ ପ୍ଲାଟୁନ ଓ ଭୁବନେଶ୍ୱରରେ ମୁତୟନ ହେବେ ୨୨ ପ୍ଲାଟୁନ ପୁଲିସ ଫୋର୍ସ...

Deviprasad Mohanty Picture
Published On

ଭୁବନେଶ୍ବର: ବାରବାଟୀରେ ହେବାକୁ ଥିବା କ୍ରିକେଟ ମ୍ୟାଚ ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।  ବମ ସ୍କ୍ବାଡ ସହ ସୁରକ୍ଷା ବଳୟକୁ ଯାଞ୍ଚ କରିବେ ସ୍ପେଶାଲ ଟାକ୍ଟିକାଲ ୟୁନିଟ। କଟକରେ ୭୪ ପ୍ଲାଟୁନ ଫୋର୍ସ ଓ ଭୁବନେଶ୍ୱରରେ ୨୨ ପ୍ଲାଟୁନ ଫୋର୍ସ ରହିବ। ସୁରକ୍ଷା ବେଳେ ଏରିଏଲ ସର୍ଭେ କରାଯିବ। ଆଜି ଓ କାଲି ଭୁବନେଶ୍ୱର ଆସିବେ ଖେଳାଳି। ସେଥିପାଇଁ ଏୟାରଫୋର୍ଟ ଠାରୁ ଆରମ୍ଭ କରି ହୋଟେଲ ଓ ହୋଟେଲରୁ ଆରମ୍ଭ କରି ଷ୍ଟାଡିୟମ ପର୍ଯ୍ୟନ୍ତ ରହିବ ବ୍ୟାପକ ସୁରକ୍ଷା ବ୍ୟବସ୍ଥା। ଯିବା ଆସିବା ବାଟ, ଷ୍ଟାଡିୟମ ଓ ଷ୍ଟାଡିୟମ ଭିତରେ ନଜର ରଖିବ ଡ୍ରୋନ୍। ଏହି କ୍ୟାମେରାଗୁଡ଼ିକ କଣ୍ଟ୍ରୋଲ ରୁମ୍ ସହିତ ସଂଯୋଗ କରାଯାଇ ସେଠାରୁ ନିୟନ୍ତ୍ରଣ କରାଯିବ। ପୁଲିସ ସହିତ ମେଡିକାଲ୍ ଟିମ୍ ଓ ଅଗ୍ନିଶମ ଟିମ୍ ନିୟୋଜିତ ହେବେ। ବକ୍ସିବଜାର ଅଗ୍ନିଶମ କେନ୍ଦ୍ର ପକ୍ଷରୁ ଏକ ୬ ଜଣିଆ ଟିମ୍ ନିୟୋଜିତ ହେବେ। ଏଥିରେ ଗୋଟିଏ ଅଗ୍ନିଶମ ଗାଡ଼ି ରହିବ । ହଜାର ହଜାର କ୍ରୀଡ଼ା ପ୍ରେମୀ ଏକାଠି ହେବାକୁ ଥିବା ବେଳେ କୌଣସି ଅଘଟଣ ଏଡ଼ାଇବାକୁ ଉଭୟ ଅଗ୍ନିଶମ ଓ ଡାକ୍ତରୀ ଟିମ୍ ସଜାଗ ନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର୍ ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

05 Dec 2025 By Deviprasad Mohanty

ବାରବାଟୀ ଟି-୨୦; କଡା ସୁରକ୍ଷା, କଟକରେ ୭୪ ପ୍ଲାଟୁନ ଓ ଭୁବନେଶ୍ୱରରେ ମୁତୟନ ହେବେ ୨୨ ପ୍ଲାଟୁନ ପୁଲିସ ଫୋର୍ସ...

ଭୁବନେଶ୍ବର: ବାରବାଟୀରେ ହେବାକୁ ଥିବା କ୍ରିକେଟ ମ୍ୟାଚ ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।  ବମ ସ୍କ୍ବାଡ ସହ ସୁରକ୍ଷା ବଳୟକୁ ଯାଞ୍ଚ କରିବେ ସ୍ପେଶାଲ ଟାକ୍ଟିକାଲ ୟୁନିଟ। କଟକରେ ୭୪ ପ୍ଲାଟୁନ ଫୋର୍ସ ଓ ଭୁବନେଶ୍ୱରରେ ୨୨ ପ୍ଲାଟୁନ ଫୋର୍ସ ରହିବ। ସୁରକ୍ଷା ବେଳେ ଏରିଏଲ ସର୍ଭେ କରାଯିବ। ଆଜି ଓ କାଲି ଭୁବନେଶ୍ୱର ଆସିବେ ଖେଳାଳି। ସେଥିପାଇଁ ଏୟାରଫୋର୍ଟ ଠାରୁ ଆରମ୍ଭ କରି ହୋଟେଲ ଓ ହୋଟେଲରୁ ଆରମ୍ଭ କରି ଷ୍ଟାଡିୟମ ପର୍ଯ୍ୟନ୍ତ ରହିବ ବ୍ୟାପକ ସୁରକ୍ଷା ବ୍ୟବସ୍ଥା। ଯିବା ଆସିବା ବାଟ, ଷ୍ଟାଡିୟମ ଓ ଷ୍ଟାଡିୟମ ଭିତରେ ନଜର ରଖିବ ଡ୍ରୋନ୍। ଏହି କ୍ୟାମେରାଗୁଡ଼ିକ କଣ୍ଟ୍ରୋଲ ରୁମ୍ ସହିତ ସଂଯୋଗ କରାଯାଇ ସେଠାରୁ ନିୟନ୍ତ୍ରଣ କରାଯିବ। ପୁଲିସ ସହିତ ମେଡିକାଲ୍ ଟିମ୍ ଓ ଅଗ୍ନିଶମ ଟିମ୍ ନିୟୋଜିତ ହେବେ। ବକ୍ସିବଜାର ଅଗ୍ନିଶମ କେନ୍ଦ୍ର ପକ୍ଷରୁ ଏକ ୬ ଜଣିଆ ଟିମ୍ ନିୟୋଜିତ ହେବେ। ଏଥିରେ ଗୋଟିଏ ଅଗ୍ନିଶମ ଗାଡ଼ି ରହିବ । ହଜାର ହଜାର କ୍ରୀଡ଼ା ପ୍ରେମୀ ଏକାଠି ହେବାକୁ ଥିବା ବେଳେ କୌଣସି ଅଘଟଣ ଏଡ଼ାଇବାକୁ ଉଭୟ ଅଗ୍ନିଶମ ଓ ଡାକ୍ତରୀ ଟିମ୍ ସଜାଗ ନେଇ ସୂଚନା ଦେଇଛନ୍ତି ପୁଲିସ କମିଶନର୍ ।

https://www.thesakala.in/latest-odisha-news/barabati-t-20-match-74-platoons-of-police-force-will-be-deployed-in-cuttack-and-22-platoons-will-be-deployed-in-bhubaneswar/article-43418
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର