ଲାଞ୍ଜିବେର୍ଣ୍ଣାରେ ନିଆଁରେ ଜଳି କଲେଜ ଛାତ୍ରୀ ପ୍ରାଣହରାଇବା ଘଟଣା; ସରକାର କେତେ ଆଉ ନିରୀହ ଜୀବନ ଏପରି ଜଳିବାକୁ ଛାଡ଼ିଦେବେ ବୋଲି ନବୀନଙ୍କ ପ୍ରଶ୍ନ

ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହ ଛାତ୍ରୀଙ୍କ ଅମର ଆତ୍ମାର ସଦଗତି କାମନା କଲେ ନବୀନ ପଟ୍ଟନାୟକ

Deviprasad Mohanty Picture
Published On

ଭୁବନେଶ୍ବର: ରାଜଗାଙ୍ଗପୁର ଲାଞ୍ଜିବେର୍ଣ୍ଣାରେ ନିଆଁରେ ଜଳି କଲେଜ ଛାତ୍ରୀ ପ୍ରାଣ ହରାଇବା ଘଟଣା ଅତ୍ୟନ୍ତ ହୃଦୟ ବିଦାରକ ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି। ଏପରି ଦୁଃଖଦ ସମୟରେ ପରିବାରବର୍ଗଙ୍କ ପ୍ରତି ସେ ତାଙ୍କର ଗଭୀର ସମବେଦନା ଜଣାଇବା ସହ ଛାତ୍ରୀଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

ଜୀବନରୁ ମାରିଦେବା ପାଇଁ ପୂର୍ବରୁ ଧମକ ମିଳିଥିବା ନେଇ ପରିବାର ଲୋକେ କହିବା ପରେ ବି ସରକାରଙ୍କ ନିଷ୍କ୍ରିୟତା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଛି ବୋଲି ନବୀନ କହିଛନ୍ତି। ସରକାର କେତେ ଆଉ ନିରୀହ ଜୀବନ ଏପରି ଜଳିବାକୁ ଛାଡ଼ିଦେବେ ବୋଲି ନବୀନ ପ୍ରଶ୍ନ କରିଛନ୍ତି। ଓଡ଼ିଶାରେ ବଢୁଥିବା ଏହିପରି ଘଟଣାକୁ ରୋକିବା ଦିଗରେ ସରକାରଙ୍କ ଉଦାସୀନତା ଅପରାଧୀଙ୍କ ସାହସ ବଢ଼ାଉଛି। ଲୋକେ ଅସୁରକ୍ଷିତ ହେଉଛନ୍ତି, ଅପରାଧୀମାନେ ଖୁଲମଖୋଲା ବୁଲୁଛନ୍ତି। ସରକାର ସୁରକ୍ଷା କାହାକୁ ଦେଉଛନ୍ତି ବୋଲି ନବୀନ ପ୍ରଶ୍ନ କରିଛନ୍ତି। ରାଜ୍ୟରେ ଆଇନଶୃଙ୍ଖଳା ବ୍ୟବସ୍ଥା ସଜାଡ଼ିବା ଦିଗରେ ସରକାର କଠୋର ହୁଅନ୍ତୁ। ଲୋକଙ୍କୁ ନ୍ୟାୟ ମିଳୁ, ଅପରାଧୀଙ୍କ ଉପରେ ତୁରନ୍ତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ନବୀନ କହିଛନ୍ତି।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରୁ କୁଆଖାଇ ନଦୀକୁ ଦେଇଥିବା ଅଟୋ ଚାଳକଙ୍କ ମୃତଦେହ ଉଦ୍ଧାର

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର