ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ, AICC ପକ୍ଷରୁ କାର୍ଯ୍ୟାନୁଷ୍ଠାନ

Madhusudan Das Picture
Published On

ଭୁବନେଶ୍ୱର: ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ । ଦଳ ବିରୋଧୀ କାର୍ଯ୍ୟ ପାଇଁ ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି । ତାଙ୍କୁ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଛି । ଦଳୀୟ ନେତୃତ୍ବକୁ ଖୋଲାଖୋଲି ଚ୍ୟାଲେଞ୍ଜ କରି ସୋନିଆଙ୍କୁ ଚିଠି ଲେଖିଥିଲେ ମୋକିମ୍ । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ମୋକିମଙ୍କୁ ବହିସ୍କୃତ ନେଇ ଏଆଇସିସିକୁ ଚିଠି ଲେଖାଯାଇଥିଲା । ଏଥିରେ ଏଆଇସିସି ମୋହର ମାରିଛି । ଗତ କିଛି ଦିନ ତଳେ କଂଗ୍ରେସ ସାଂସଦ ସୋନିଆ ଗାନ୍ଧିଙ୍କୁ ୫ ପୃଷ୍ଠାର ଚିଠି ଲେଖିଥିଲେ ମୋକିମ୍ । ପିସିସି ସଭାପତି ଭକ୍ତ ଦାସଙ୍କ ସହ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଜାତୀୟ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ନେତୃତ୍ବକୁ ନେଇ ପ୍ରଶ୍ନ କରିଥିଲେ ।  କଂଗ୍ରେସର ପରିଚାଳନା ନେଇ ଅସନ୍ତୋଷ ପ୍ରକାଶ କରି ଦଳର ନେତ୍ରୀ ସୋନିଆ ଗାନ୍ଧୀଙ୍କ ନିକଟକୁ ଚିଠି ଲେଖିଥିଲେ ମୋକିମ୍ । 

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

ଚିଠିରେ ସେ ପିସିସି ସଭାପତି ଭକ୍ତ ଦାସଙ୍କ ବିରୋଧରେ ଖୋଲାଖୋଲି ବିଷୋଦଗାର କରିଥିଲେ। ନୂଆପଡ଼ା ପରାଜୟକୁ ନେଇ କହିଥିଲେ ଭକ୍ତ ଦାସଙ୍କ ନିଜ ଅଞ୍ଚଳରେ ବି ଦଳ ୮୦ ହଜାର ଭୋଟରେ ହାରିଛି। ଏଥିପାଇଁ କର୍ମୀ ହତାଶ ହୋଇ ପଡ଼ିଥିବା କହିଥିଲେ। କେବଳ ସେତିକି ନୁହେଁ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଓ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କ ବିରୋଧରେ ବି ମତ ଦେଇଥିଲେ। ଏହାକୁ ନେଇ ଦଳରେ ସୃଷ୍ଟି ହୋଇଥିଲା କମ୍ପନ। ଅନୁମାନ କରାଯାଉଥିଲା ମୋକିମଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହୋଇପାରେ। ଏପରି ସଂକେତ ବି ଆସିଥିଲା। ଶେଷରେ ତାଙ୍କୁ ଦଳରୁ ବହିଷ୍କାର କରାଯାଇଛି।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର