ଶିବ ମନ୍ଦିରରେ ବିଷ ପିଇଲେ ପ୍ରେମୀଯୁଗଳ: ନାବାଳିକା ମୃତ, ପ୍ରେମିକ ଗୁରୁତର...

ହତ୍ୟା ଅଭିଯୋଗ ଆଣିଲେ ପରିବାର

Deviprasad Mohanty Picture
Published On

ନୟାଗଡ଼: ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ଅନ୍ତର୍ଗତ ମଗରବନ୍ଧ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗାଁର ଶିବ ମନ୍ଦିର ପରିସରରେ ଜଣେ ନାବାଳିକା ପ୍ରେମିକା ଓ ତାଙ୍କ ପ୍ରେମିକ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହି ଘଟଣାରେ ନାବାଳିକା ଜଣକ ପ୍ରାଣ ହରାଇଥିବା ବେଳେ, ପ୍ରେମିକ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ହେବେ ମହାପ୍ରଭୁ, ସାଢେ଼ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ସୂଚନାନୁଯାୟୀ, ଗାଁର ଶିବ ମନ୍ଦିରରେ ପୂର୍ଣ୍ଣ ଚନ୍ଦ୍ର ନାୟକ ଓରଫ ମିଥୁନ୍ ଓ ଜଣେ ନାବାଳିକା ପ୍ରେମିକା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ବେଳେ, ପ୍ରେମିକ ପୂର୍ଣ୍ଣ ଚନ୍ଦ୍ର ନାୟକଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

ଏହି ଘଟଣାକୁ ନେଇ ନାବାଳିକାଙ୍କ ପରିବାର ଲୋକେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସେମାନଙ୍କ କହିବା ଅନୁଯାୟୀ, ପୂର୍ଣ୍ଣ ଚନ୍ଦ୍ର ନାୟକ ନାବାଳିକାଙ୍କୁ ଏକତରଫା ପ୍ରେମ କରୁଥିଲେ। ସେଥିରେ ବିଫଳ ହେବା ପରେ ପୂର୍ଣ୍ଣ ଚନ୍ଦ୍ର ନାବାଳିକାଙ୍କୁ ମନ୍ଦିରକୁ ଡାକିଥିଲେ ଏବଂ ଫୁଙ୍କୁନଳୀରେ ମାଡ଼ ମାରି ହତ୍ୟା କରିଛନ୍ତି। ହତ୍ୟା ପରେ ସେ ନିଜେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

ଶରଣକୁଳ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯିବା ସହ ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତି କରି ବିଭିନ୍ନ ଦିଗକୁ ନେଇ ପୋଲିସ ତଦନ୍ତ ଜାରି ରଖିଛି। ପ୍ରେମିକ ପୂର୍ଣ୍ଣ ଚନ୍ଦ୍ର ନାୟକଙ୍କ ସମ୍ପୂର୍ଣ୍ଣ ଚେତା ଫେରିବା ପରେ ହିଁ ଘଟଣାର ପ୍ରକୃତ ସତ୍ୟାସତ୍ୟ ଜଣାପଡ଼ିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର