ମାଲକାନଗିରି ହିଂସା ଘଟଣା: ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କଲା ବିଜେଡି ଟିମ୍

Madhusudan Das Picture
Published On

ମାଲକାନଗିରି: ମାଲକାନଗିରିର ଦୁଇ ଗାଁ ମଧ୍ୟରେ ହିଂସା ଘଟଣା । ଏମଭି ୨୬ ଓ ରାଖେଲଗୁଡାରେ ପହଞ୍ଚି ସ୍ଥିତି ସମୀକ୍ଷା କଲେ ବିଜେଡିର ୭ ଜଣିଆ ତଥ୍ୟ ଅନୁସନ୍ଧାନକାରୀ ଦଳ। ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜେଡିର ଏହି ଟିମ ଘଟଣାସ୍ଥଳକୁ ଗସ୍ତ କରିଥିଲା। ତୃଣମୂଳ ସ୍ତରରେ ସ୍ଥିତି ଅନୁସନ୍ଧାନ କର ବିଜେଡି ସୁପ୍ରିମୋଙ୍କୁ ରିପୋର୍ଟ ଦେବ ଟିମ୍। ଏହି ଟିମରେ ଅଛନ୍ତି ପୂର୍ବତନ ମନ୍ତ୍ରୀ ରବି ନାରାୟଣ ନନ୍ଦ, ପୂର୍ବତନ ସାଂସଦ ରମେଶ ଚନ୍ଦ୍ର ମାଝୀ ଓ ପ୍ରଦୀପ ମାଝୀ, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ,ବିଜେଡି ନେତା ତଥା କେସିସି ବ୍ୟାଙ୍କ ସଭାପତି ଈଶ୍ୱର ପାଣିଗ୍ରାହୀ , ମାଲକାନଗିରିର ପୂର୍ବତନ ବିଧାୟକ ତଥା ଜିଲ୍ଲା ବିଜେଡି ସଭାପତି ମାନସ ମାଡକାମି ଏବଂ ଜିଲ୍ଲା ବିଜେଡି ମହିଳା ସଭାନେତ୍ରୀ ଲକ୍ଷ୍ମୀପ୍ରିୟା ନାୟକ। ମାଲକାନଗିରି ଜିଲ୍ଲାର ଆଦିବାସୀ ସମାଜ ଓ ବଙ୍ଗାଳୀ ସମାଜର କର୍ମକର୍ତ୍ତା, ବୁଦ୍ଧିଜୀବୀଙ୍କ ସହ ଆଲୋଚନା କରିଛନ୍ତି ଟିମ। ଶାନ୍ତି ପ୍ରତିଷ୍ଠା ଲାଗି ଉଦ୍ୟମ ଚାଲିଛି ବୋଲି କହିଛନ୍ତି ଜିଲ୍ଲା ବିଜେଡି ସଭାପତି ମାନସ ମାଡକାମୀ।

ଆହୁରି ପଢ଼ନ୍ତୁ: ସାମ୍ବାଦିକଙ୍କ ପାଇଁ ଖୁସି ଖବର: ଆୟୁଷ୍ମାନ ଭାରତ ସହ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର