ରାଜ୍ୟରେ ଜାନୁଆରୀ ୬ରୁ ଆରମ୍ଭ ହେବ ପକ୍ଷୀ ଗଣନା....

Deviprasad Mohanty Picture
Published On

ଭୁବନେଶ୍ୱର: ରାଜ୍ୟରେ ଏବେ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ଜାନୁଆରୀ ୬ ତାରିଖରୁ ରାଜ୍ୟରେ ପକ୍ଷୀ ଗଣନା ଆରମ୍ଭ ହେବ। ଏନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି। ଚିଲିକା, ନଳବନ, ମଙ୍ଗଳାଯୋଡ଼ି, ହୀରାକୁଦ ଏବଂ ନନ୍ଦନକାନନ ପରି ପ୍ରମୁଖ ସ୍ଥାନମାନଙ୍କରେ ବିଦେଶୀ ପକ୍ଷୀଙ୍କ ଆଗମନକୁ ନେଇ ଏହି ଗଣନା କାର୍ଯ୍ୟ କରାଯିବ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ଦୁଇ ଭାଇଙ୍କ ମଧ୍ୟରେ ବୋମାମାଡ଼, ଜଣେ ମୃତ ଓ ଅନ୍ୟ ଜଣେ ଗୁରୁତର

ଚଳିତ ବର୍ଷ ପକ୍ଷୀ ଗଣନା କାର୍ଯ୍ୟରେ ଜଙ୍ଗଲ ଓ ପରିବେଶ ବିଭାଗ ସହ ପର୍ଯ୍ୟଟନ ବିଭାଗ ମଧ୍ୟ ସହଯୋଗ କରିବ। ପକ୍ଷୀମାନଙ୍କ ପାଇଁ ଅନୁକୂଳ ପରିବେଶ ସୃଷ୍ଟି କରିବା ଏବଂ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲକ୍ଷ୍ୟରେ ଉଭୟ ବିଭାଗ ମିଳିତ ଭାବେ କାର୍ଯ୍ୟ କରିବେ। ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇଥିବାରୁ ଜଳବାୟୁ ପରିବର୍ତ୍ତନ ପକ୍ଷୀମାନଙ୍କ ପାଇଁ ବେଶ୍ ଅନୁକୂଳ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ସନ୍ତାନର ମଙ୍ଗଳ କାମନା କରି ଶ୍ରଦ୍ଧା ଓ ଭକ୍ତିର ସହ ରାଜ୍ୟରେ ପାଳିତ ହେଉଛି ପାରମ୍ପରିକ ‘ଷଠି ଓଷା’

ପକ୍ଷୀମାନଙ୍କ ସଂରକ୍ଷଣ ଏବଂ ପର୍ଯ୍ୟଟନର ବିକାଶ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଉଛି। ବିଭିନ୍ନ ସ୍ଥାନରେ ଆଧୁନିକ ୱାଚ୍ ଟାୱାର ଏବଂ ଏନକ୍ଲୋଜର ନିର୍ମାଣ କରାଯିବ। ଏହାଦ୍ୱାରା ପର୍ଯ୍ୟଟକମାନେ ସୁବିଧାରେ ପକ୍ଷୀ ଦେଖିପାରିବେ। ଅନ୍ୟପକ୍ଷରେ, ପକ୍ଷୀ ଶିକାର ରୋକିବା ପାଇଁ ବିଭାଗ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯିବ। ଶିକାରୀମାନଙ୍କ ଗତିବିଧି ଉପରେ ତୀକ୍ଷ୍ଣ ନଜର ରଖାଯିବ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି।

ଆହୁରି ପଢ଼ନ୍ତୁ: ଏକାମ୍ର ରେସିଡେନ୍ସି ପ୍ରକଳ୍ପରେ ୪୯୬ଟି ଫ୍ଲାଟ୍ ପାଇଁ ଅନଲାଇନ୍ ଆବେଦନ ଆରମ୍ଭ କଲା ବିଡିଏ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର