ଟୋକିଓ ଅଲିମ୍ପିକ୍ସ: ଦୀର୍ଘ ୪୧ ବର୍ଷ ପରେ ପୁରୁଷ ହକିରେ ଭାରତକୁ ଐତିହାସିକ ବ୍ରୋଞ୍ଜ ପଦକ

The Sakala Picture
Published On

ଟୋକିଓ: ପୁରୁଷ ହକିରେ ଭାରତକୁ ଐତିହାସିକ ବ୍ରୋଞ୍ଜ ପଦକ । ଜର୍ମାନୀକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଭାରତ । ଦୀର୍ଘ ୪୧ ବର୍ଷ ପରେ ଭାରତ ହକିରେ ପଦକ ଜିତିଛି । ଜର୍ମାନୀକୁ ୫-୪ ଗୋଲରେ ହରାଇ ବ୍ରୋଞ୍ଜ ପଦକ ହାସଲ କରିଛି ଭାରତ। ଭାରତବାସୀ ଏହି ଐତିହାସିକ ବିଜୟକୁ ପାଳନ କରୁଛନ୍ତି। ଭାରତ ପକ୍ଷରୁ ଆଜି ସିମରନଜୀତ୍ ସିଂହ ଦୁଇଟି ଗୋଲ କରିଥିବା ବେଳେ ରୁପିନ୍ଦର ପଲ୍‌, ହରମନପ୍ରୀତ୍ ସିଂହ ଓ ହାର୍ଦ୍ଦିକ ସିଂହ […]

ଟୋକିଓ: ପୁରୁଷ ହକିରେ ଭାରତକୁ ଐତିହାସିକ ବ୍ରୋଞ୍ଜ ପଦକ । ଜର୍ମାନୀକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଭାରତ । ଦୀର୍ଘ ୪୧ ବର୍ଷ ପରେ ଭାରତ ହକିରେ ପଦକ ଜିତିଛି । ଜର୍ମାନୀକୁ ୫-୪ ଗୋଲରେ ହରାଇ ବ୍ରୋଞ୍ଜ ପଦକ ହାସଲ କରିଛି ଭାରତ। ଭାରତବାସୀ ଏହି ଐତିହାସିକ ବିଜୟକୁ ପାଳନ କରୁଛନ୍ତି।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଭୟ: ଓଡ଼ିଶା ମୁହାଁ ହେବ କି ଘୂର୍ଣ୍ଣିବଳୟ?

ଭାରତ ପକ୍ଷରୁ ଆଜି ସିମରନଜୀତ୍ ସିଂହ ଦୁଇଟି ଗୋଲ କରିଥିବା ବେଳେ ରୁପିନ୍ଦର ପଲ୍‌, ହରମନପ୍ରୀତ୍ ସିଂହ ଓ ହାର୍ଦ୍ଦିକ ସିଂହ ଗୋଟିଏ ଲେଖାଏଁ ଗୋଲ୍ ଦେଇଥିଲେ। ଏହି ମ୍ୟାଚରେ ଟିମ୍ ଇଣ୍ଡିଆର ଖରାପ ଆରମ୍ଭ କରିଥିଲା, କିନ୍ତୁ ତା’ପରେ କ୍ରମାଗତ ଗୋଲ୍ ସ୍କୋର କରି ଏହା ପ୍ରତ୍ୟାବର୍ତ୍ତନ କରିଥିଲା।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

ଦ୍ୱିତୀୟ କ୍ୱାର୍ଟର ପ୍ରାରମ୍ଭରେ ଜର୍ମାନୀ ଉପରେ ଏକ ଗୋଲ୍ ଦେଇଥିଲା ଭାରତ। ସିମରନଜୀନ ସିଂହ ଏହି ଗୋଲ୍‌ଟି ଦେଇଥିଲେ। ଆଉ ଏହା ସହିତ ଦୁଇ ଦଳ ବରାବର ସ୍ଥିତିରେ ପହଞ୍ଚି ଯାଇଥିଲେ। କିନ୍ତୁ ଏହା ପରେ ଜର୍ମାନୀ ଦୁଇଟି ଗୋଲ ଦେଇଥିଲା ଏବଂ ୩-୧ରେ ଆଗୁଆ ରହିଥିଲା। ତେବେ ଦ୍ୱିତୀୟ କ୍ୱାର୍ଟର ଶେଷ ବେଳକୁ ଭାରତ ଆଉ ଦୁଇ ଗୋଲ୍‌ ଦେବାରେ ସଫଳ ହୋଇଥିଲା। ଆଉ ଦ୍ୱିତୀୟ କ୍ୱାର୍ଟର ଶେଷ ସୁଦ୍ଧା ଦୁଇ ଦଳ ୩-୩ରେ ରହିଥିଲେ। ଦ୍ୱିତୀୟ କ୍ୱାର୍ଟରରେ ଭାରତ ପକ୍ଷରୁ ହାର୍ଦ୍ଦିକ ସିଂହ ଓ ହରମନପ୍ରୀତ୍ ସିଂହ ଗୋଟିଏ ଲେଖାଏଁ ଗୋଲ୍ କରିଥିଲେ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି: ୩ପାୱାର ବୋଟ୍‌ ସହ ୮୪ ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ, ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର