ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର

Madhusudan Das Picture
Published On

ପୁରୀ: ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର । ପରିବାର ସହ ଶ୍ରୀମନ୍ଦିର ଯାଇ ରତ୍ନ ସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରିବା ସହ ମହାପ୍ରଭୁଙ୍କ ସାନିଧ୍ୟ ଲାଭ କରିଛନ୍ତି ଜ୍ଞାନେଶ କୁମାର । ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ମୁଖ୍ୟ ନିର୍ବାଚନ କମିଶନ ଓ ତାଙ୍କ ପତ୍ନୀ ପହଞ୍ଚିବା ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଏସ୍‌ପି ପ୍ରତୀକ ସିଂଙ୍କ ସହିତ ପରିଚାଳନା କମିଟିର ସେବାୟତ ମାନେ ତାଙ୍କୁ ସ୍ବାଗତ କରିବା ସହ ଶ୍ରୀମନ୍ଦିରକୁ ପାଛୋଟି ନେଇଥିଲେ । ଶ୍ରୀଜିଉଙ୍କୁ ଦର୍ଶନ କରି ବେଶ୍ ଭାବବିହ୍ବଳ ହୋଇଥିଲେ ମୁଖ୍ୟ ନିର୍ବାଚନ କମିଶନର । ପରେ ମା’ ବିମଳା, ମା' ଲକ୍ଷ୍ମୀଙ୍କ ସହିତ ଅନ୍ୟାନ୍ୟ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନ ସହିତ ପୂଜାର୍ଚ୍ଚନା କରିଥିଲେ ସେ । ଏହାପରେ ମୁଖ୍ୟ ନିର୍ବାଚନ କମିଶନର କୋଣାର୍କ ଯାଇ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି 

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ୫ ପ୍ରତିଶତ ବୃଦ୍ଧି ହେଲା ମହଙ୍ଗା ଭତ୍ତା

ଦର୍ଶନ ସାରି ଫେରିବା ପରେ ଜ୍ଞାନେଶ କୁମାର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ମୁଁ ମୋ ପରିବାର ସହିତ ଆଜି ମହାପ୍ରଭୁଙ୍କ ଦର୍ଶନ କରିବାର ସୁଯୋଗ ପାଇଲି। ମହାପ୍ରଭୁଙ୍କ ଆଶୀର୍ବାଦ ଯୋଗୁଁ ଏହା ଆଜି ମୋ ପାଇଁ ଶୁଭ ଅବସର ହୋଇପାରିଛି। ଓଡ଼ିଶାର କଳା, ସଂସ୍କୃତି ଓ ଭାଷା ଭାରତର ସବୁଠାରୁ ପ୍ରାଚୀନ କଳା। ଏହା ବିଷୟରେ ବୁଝିବା ଏବଂ ଜାଣିବାର ସୁଯୋଗ ମତେ ମିଳିଥିବାରୁ ମୁଁ ନିଜକୁ ଧନ୍ୟ ମନେ କରୁଛି ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ପ୍ରଶାସନର ବଡ଼ ପଦକ୍ଷେପ: 'ମହାପ୍ରସାଦ' ଓ 'ନୀଳଚକ୍ର' ସମେତ ୫ଟି ପବିତ୍ର ନାମକୁ ମିଳିଲା ଟ୍ରେଡମାର୍କ ଅନୁମୋଦନ

ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର । ପରିବାର ସହ ଆସିଛନ୍ତି ଜ୍ଞାନେଶ କୁମାର । ଭୁବନେଶ୍ବରରେ ପହଞ୍ଚିବା ପରେ ସେ ଓଡ଼ିଶାବାସୀଙ୍କୁ ଜୟ ଜଗନ୍ନାଥ କହି ଶୁଭେଚ୍ଛା ଜଣାଇଥିଲେ ଜ୍ଞାନେଶ । ନିର୍ବାଚନ ପ୍ରକ୍ରିୟା ନେଇ ସେ ବିଏଲଓମାନଙ୍କ ସହ ବୈଠକରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟ ନିର୍ବାଚନ କମିଶନର ଆସନ୍ତା ୨୯ ତାରିଖ ସୋମବାର ଅପରାହ୍ନ ୩ଟାରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଡିଟୋରିୟମରେ ବୁଥ ସ୍ତରୀୟ ଅଧିକାରୀମାନଙ୍କ ସହ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଅଧ୍ୟକ୍ଷତା କରି ସମ୍ବୋଧନ କରିବେ । 

ଆହୁରି ପଢ଼ନ୍ତୁ: ଶ୍ରୀଜୀଉଙ୍କ ସୁନାବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଅଭିମୁଖେ ହଜାର ହଜାର ଭକ୍ତ: ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥରେ ପ୍ରବଳ ଟ୍ରାଫିକ୍ ଜାମ୍

27 Dec 2025 By Madhusudan Das

ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର

ପୁରୀ: ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର । ପରିବାର ସହ ଶ୍ରୀମନ୍ଦିର ଯାଇ ରତ୍ନ ସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରିବା ସହ ମହାପ୍ରଭୁଙ୍କ ସାନିଧ୍ୟ ଲାଭ କରିଛନ୍ତି ଜ୍ଞାନେଶ କୁମାର । ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ମୁଖ୍ୟ ନିର୍ବାଚନ କମିଶନ ଓ ତାଙ୍କ ପତ୍ନୀ ପହଞ୍ଚିବା ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଏସ୍‌ପି ପ୍ରତୀକ ସିଂଙ୍କ ସହିତ ପରିଚାଳନା କମିଟିର ସେବାୟତ ମାନେ ତାଙ୍କୁ ସ୍ବାଗତ କରିବା ସହ ଶ୍ରୀମନ୍ଦିରକୁ ପାଛୋଟି ନେଇଥିଲେ । ଶ୍ରୀଜିଉଙ୍କୁ ଦର୍ଶନ କରି ବେଶ୍ ଭାବବିହ୍ବଳ ହୋଇଥିଲେ ମୁଖ୍ୟ ନିର୍ବାଚନ କମିଶନର । ପରେ ମା’ ବିମଳା, ମା' ଲକ୍ଷ୍ମୀଙ୍କ ସହିତ ଅନ୍ୟାନ୍ୟ ପାର୍ଶ୍ଵ ଦେବାଦେବୀଙ୍କ ଦର୍ଶନ ସହିତ ପୂଜାର୍ଚ୍ଚନା କରିଥିଲେ ସେ । ଏହାପରେ ମୁଖ୍ୟ ନିର୍ବାଚନ କମିଶନର କୋଣାର୍କ ଯାଇ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି 

ଦର୍ଶନ ସାରି ଫେରିବା ପରେ ଜ୍ଞାନେଶ କୁମାର ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ମୁଁ ମୋ ପରିବାର ସହିତ ଆଜି ମହାପ୍ରଭୁଙ୍କ ଦର୍ଶନ କରିବାର ସୁଯୋଗ ପାଇଲି। ମହାପ୍ରଭୁଙ୍କ ଆଶୀର୍ବାଦ ଯୋଗୁଁ ଏହା ଆଜି ମୋ ପାଇଁ ଶୁଭ ଅବସର ହୋଇପାରିଛି। ଓଡ଼ିଶାର କଳା, ସଂସ୍କୃତି ଓ ଭାଷା ଭାରତର ସବୁଠାରୁ ପ୍ରାଚୀନ କଳା। ଏହା ବିଷୟରେ ବୁଝିବା ଏବଂ ଜାଣିବାର ସୁଯୋଗ ମତେ ମିଳିଥିବାରୁ ମୁଁ ନିଜକୁ ଧନ୍ୟ ମନେ କରୁଛି ।

ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର । ପରିବାର ସହ ଆସିଛନ୍ତି ଜ୍ଞାନେଶ କୁମାର । ଭୁବନେଶ୍ବରରେ ପହଞ୍ଚିବା ପରେ ସେ ଓଡ଼ିଶାବାସୀଙ୍କୁ ଜୟ ଜଗନ୍ନାଥ କହି ଶୁଭେଚ୍ଛା ଜଣାଇଥିଲେ ଜ୍ଞାନେଶ । ନିର୍ବାଚନ ପ୍ରକ୍ରିୟା ନେଇ ସେ ବିଏଲଓମାନଙ୍କ ସହ ବୈଠକରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟ ନିର୍ବାଚନ କମିଶନର ଆସନ୍ତା ୨୯ ତାରିଖ ସୋମବାର ଅପରାହ୍ନ ୩ଟାରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଡିଟୋରିୟମରେ ବୁଥ ସ୍ତରୀୟ ଅଧିକାରୀମାନଙ୍କ ସହ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଅଧ୍ୟକ୍ଷତା କରି ସମ୍ବୋଧନ କରିବେ । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର