ଆଜି ପବିତ୍ର ଶାମ୍ବ ଦଶମୀ; ସୂର୍ଯ୍ୟପୂଜା ସହ କୋଣାର୍କ ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଶ୍ରଦ୍ଧାଳୁ

Madhusudan Das Picture
Published On

କୋଣାର୍କ: ଆଜି ପବିତ୍ର ଶାମ୍ବ ଦଶମୀ । ସୂର୍ଯ୍ୟ ଭଗବାନଙ୍କ ପୂଜା । ଏହି ଦିନରେ  ସୂର୍ଯ୍ୟ ପୂଜା କଲେ, ମହାପାତକ କ୍ଷୟ ହୁଏ ବୋଲି କୁହାଯାଏ। ବିଶ୍ବାସ ରହିଛି ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କ ଉପାସନା କରି ଅର୍ଘ୍ୟ ଦାନ କଲେ ଦୁରାରୋଗ୍ୟରୁ ମୁକ୍ତି ମିଳିଥାଏ । କାହିଁକି ନାଁ ସୂର୍ଯ୍ୟ ଭଗବାନ ହେଉଛନ୍ତି ସକଳ ଶକ୍ତିର ଆଧାର । ଆଜିର ଦିନରେ ଭଗବାନ କୃଷ୍ଣଙ୍କ ପୁତ୍ର “ସାମ୍ବ” ଚନ୍ଦ୍ରଭଗା କୂଳରେ ସୂର୍ଯ୍ୟ ଭଗବାନଙ୍କ ଉପାସନା କରି ପିତୃ ଅଭିଶାପରୁ ମୁକ୍ତିଲାଭ କରିଥିବା ନେଇ ପୂରାଣରେ ବର୍ଣ୍ଣିତ ରହିଛି । ଯାହାକୁ ବିଶ୍ୱାସ କରି ଆଜିର ଦିନରେ ଓଡ଼ିଆ ଘରର ମାଆମାନେ ସୂର୍ଯ୍ୟ ଉଦୟ ପୂର୍ବରୁ ଉଠି ଉଦୟ ସୂର୍ଯ୍ୟଙ୍କୁ ପୂଜାର୍ଚ୍ଚନା କରି ପରିବାରର ସମସ୍ତଙ୍କ ମଙ୍ଗଳ କାମନା କରିଥାନ୍ତି ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

ଶାମ୍ବ ଦଶମୀ ପାଇଁ ଉତ୍ସବ ମୁଖର ଅର୍କକ୍ଷେତ୍ର କୋଣାର୍କ । ଚନ୍ଦ୍ରଭାଗା ତୀର୍ଥକ୍ଷେତ୍ରରେ ଶହ ଶହ ଶ୍ରଦ୍ଧାଳୁଙ୍କ ସୂର୍ଯ୍ୟ ନାରାୟଣଙ୍କ ଦର୍ଶନ ଓ ସୂର୍ଯ୍ୟ ଆଳତି ଲାଗି ଭିଡ଼ ଲାଗିଛି । ଭକ୍ତଙ୍କ ସମ୍ଭାବ୍ୟ ଗହଳିକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଶାମ୍ବ ଦଶମୀ ଅବସରରେ ଆଜି କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ ରହିଛି । ବିନା ଟିକେଟରେ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିରର ନିଖୁଣ କାରୁକାର୍ଯ୍ୟକୁ ବୁଲି ଦେଖୁଛନ୍ତି କୋଣାର୍କକୁ ବୁଲି ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକ ।

ଆହୁରି ପଢ଼ନ୍ତୁ: ରସିକିଆ ହିନ୍ଦୀ ଶିକ୍ଷକଙ୍କ ବିରୋଧରେ ଛାତ୍ରୀଙ୍କ ଅସଦାଚରଣ ଅଭିଯୋଗ, ଥାନାରେ ଅଟକ

30 Dec 2025 By Madhusudan Das

ଆଜି ପବିତ୍ର ଶାମ୍ବ ଦଶମୀ; ସୂର୍ଯ୍ୟପୂଜା ସହ କୋଣାର୍କ ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଶ୍ରଦ୍ଧାଳୁ

କୋଣାର୍କ: ଆଜି ପବିତ୍ର ଶାମ୍ବ ଦଶମୀ । ସୂର୍ଯ୍ୟ ଭଗବାନଙ୍କ ପୂଜା । ଏହି ଦିନରେ  ସୂର୍ଯ୍ୟ ପୂଜା କଲେ, ମହାପାତକ କ୍ଷୟ ହୁଏ ବୋଲି କୁହାଯାଏ। ବିଶ୍ବାସ ରହିଛି ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କ ଉପାସନା କରି ଅର୍ଘ୍ୟ ଦାନ କଲେ ଦୁରାରୋଗ୍ୟରୁ ମୁକ୍ତି ମିଳିଥାଏ । କାହିଁକି ନାଁ ସୂର୍ଯ୍ୟ ଭଗବାନ ହେଉଛନ୍ତି ସକଳ ଶକ୍ତିର ଆଧାର । ଆଜିର ଦିନରେ ଭଗବାନ କୃଷ୍ଣଙ୍କ ପୁତ୍ର “ସାମ୍ବ” ଚନ୍ଦ୍ରଭଗା କୂଳରେ ସୂର୍ଯ୍ୟ ଭଗବାନଙ୍କ ଉପାସନା କରି ପିତୃ ଅଭିଶାପରୁ ମୁକ୍ତିଲାଭ କରିଥିବା ନେଇ ପୂରାଣରେ ବର୍ଣ୍ଣିତ ରହିଛି । ଯାହାକୁ ବିଶ୍ୱାସ କରି ଆଜିର ଦିନରେ ଓଡ଼ିଆ ଘରର ମାଆମାନେ ସୂର୍ଯ୍ୟ ଉଦୟ ପୂର୍ବରୁ ଉଠି ଉଦୟ ସୂର୍ଯ୍ୟଙ୍କୁ ପୂଜାର୍ଚ୍ଚନା କରି ପରିବାରର ସମସ୍ତଙ୍କ ମଙ୍ଗଳ କାମନା କରିଥାନ୍ତି ।

ଶାମ୍ବ ଦଶମୀ ପାଇଁ ଉତ୍ସବ ମୁଖର ଅର୍କକ୍ଷେତ୍ର କୋଣାର୍କ । ଚନ୍ଦ୍ରଭାଗା ତୀର୍ଥକ୍ଷେତ୍ରରେ ଶହ ଶହ ଶ୍ରଦ୍ଧାଳୁଙ୍କ ସୂର୍ଯ୍ୟ ନାରାୟଣଙ୍କ ଦର୍ଶନ ଓ ସୂର୍ଯ୍ୟ ଆଳତି ଲାଗି ଭିଡ଼ ଲାଗିଛି । ଭକ୍ତଙ୍କ ସମ୍ଭାବ୍ୟ ଗହଳିକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଶାମ୍ବ ଦଶମୀ ଅବସରରେ ଆଜି କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ ରହିଛି । ବିନା ଟିକେଟରେ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିରର ନିଖୁଣ କାରୁକାର୍ଯ୍ୟକୁ ବୁଲି ଦେଖୁଛନ୍ତି କୋଣାର୍କକୁ ବୁଲି ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକ ।

https://www.thesakala.in/latest-odisha-news/today-is-holy-shambhadashami-puja-crowd-in-chandrabhaga-to-worship-sun/article-43841
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର