ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ୧୫ ସୂତ୍ରୀ ନିର୍ଦ୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ

Madhusudan Das Picture
Published On

ଭୁବନେଶ୍ୱର: ପ୍ରଶାସନକୁ ଅଧିକ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୂଆ ଆଭିମୁଖ୍ୟ । ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ୧୫ ସୂତ୍ରୀ ନିର୍ଦ୍ଦେଶାବଳୀ ଦେଲେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ । ନୂଆ ବର୍ଷରେ ଶାସନ-ପ୍ରଶାସନକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ଯୋଜନା କରିଛନ୍ତି । ଶାସନ-ପ୍ରଶାସନକୁ ଚଳଚଞ୍ଚଳ ଓ ଲୋକାଭିମୁଖୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ଏକ ୧୫ଟି ନିର୍ଦ୍ଦେଶାବଳି ପ୍ରଦାନ କରିଛନ୍ତି । ଏହି ଦିଶା ନିର୍ଦ୍ଦେଶରେ ଓଡିଶା ଭିଜନ ଡକ୍ୟୁମେଣ୍ଟରେ ଆସନ୍ତା ଦୁଇବର୍ଷ ପାଇଁ ସରକାରଙ୍କ ଧାର୍ଯ୍ୟ ଲକ୍ଷ୍ୟକୁ ହାସଲ କରିବା ପାଇଁ ଅଗ୍ରାଧିକାର ଭିତ୍ତିରେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

୨୦୩୬ ସୁଦ୍ଧା ୫୦୦ ବିଲିଅନ ଆମେରିକୀୟ ଡଲାର ଅର୍ଥନୀତି ସହିତ ସମୃଦ୍ଧ ଓଡିଶା ଗଠନ ଏବଂ ଓଡିଶାକୁ ଶ୍ରେଷ୍ଠ ପାଞ୍ଚଗୋଟି ବିକଶିତ ରାଜ୍ୟ ମଧ୍ୟରେ ଆଣିବାକୁ ରାଜ୍ୟକୁ ଏକ ‘ମିଶ୍ରିତ ଅର୍ଥନୀତି’ ଆଡକୁ ନେବାପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି । ଏହାସହ ନଲେଜ୍ ଡ୍ରିଭେନ୍ ତଥା ସେବା କ୍ଷେତ୍ରକୁ ଅଧିକ ଗୁରୁତ୍ଵ ଦେଇ ଏହାର ଦ୍ରୁତ ବିକାଶ ପାଇଁ କାର୍ଯ୍ୟ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟରେ ଶିଳ୍ପାୟନର ଦୃତ ବିକାଶ ପାଇଁ ସବୁ ଜିଲ୍ଲାପାଳଙ୍କୁ ବିଭିନ୍ନ ପ୍ରକ୍ରିୟାକୁ ଫାଷ୍ଟଟ୍ରାକ କରିବାକୁ ଏହି ନିର୍ଦ୍ଦେଶାବଳୀରେ ଗୁରୁତ୍ଵ ଆରୋପ କରାଯାଇଛି। ସେହିପରି ଆସନ୍ତା ଦୁଇବର୍ଷ ମଧ୍ୟରେ ସବୁ ଖାଲିଥିବା ସରକାରୀ ପଦ ପଦବୀକୁ ପୂରଣ କରିବା ପାଇଁ ପଦକ୍ଷେପ ନେବାକୁ ଚିଠିରେ ଉଲ୍ଲେଖ କରିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର