ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ୭୮ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ

Madhusudan Das Picture
Published On

ନୀଳଗିରି: ପରଲୋକରେ ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟ । ୭୮ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଅକ୍ଷୟ ଆଚାର୍ଯ୍ୟ । ନୀଳଗିରି ଆସନରୁ କଂଗ୍ରେସ ଟିକେଟରେ ଦୁଇ ଥର ବିଧାୟକ ହୋଇଥିଲେ ସେ । ତେବେ ଦୀର୍ଘ ଦିନ ହେବ ସେ କ୍ୟାନସର ରୋଗରେ ପୀଡ଼ିତ ହୋଇ ମୁମ୍ବାଇରେ ଚିକିତ୍ସିତ ହେଉଥିଲେ । ଆଉ ଆଜି ଭୋର ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ପ୍ରଥମେ ନୀଳଗିରି ଓ ପରେ ବାଲେଶ୍ବର ଜିଲ୍ଲା ମୁଖ୍ଯ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁବରଣ କରିଛନ୍ତି। ପୂର୍ବତନ ବିଧାୟକଙ୍କ ଦେହାନ୍ତରେ ନୀଳଗିରିରେ ଶୋକର ଛାୟା ଖେଳିଯାଇଛି।

ଆହୁରି ପଢ଼ନ୍ତୁ: ଜନଗଣନା କରିବାକୁ ଯାଇ ଶିକ୍ଷୟିତ୍ରୀ ନିଖୋଜ, ତିନି ଦିନ ହେଲା ମିଳୁନି ପତ୍ତା

କଂଗ୍ରେସ ଟିକେଟ୍‌ରୁ ନିର୍ବାଚିତ ହୋଇଥିଲେ ଅକ୍ଷୟ ଆଚାର୍ଯ୍ୟ । ୧୯୮୦-୮୫, ୧୯୯୦-୯୫ ଯାଏଁ ସେ ବିଧାୟକ ଥିଲେ । ଅକ୍ଷୟ କୁମାର ଆଚାର୍ଯ୍ୟ ୧୯୬୯ ମସିହାରେ ଭାରତୀୟ କଂଗ୍ରେସ ଯୋଗ ଦେଇଥିଲେ । ଅକ୍ଷୟ ୧୯୮୦ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ଇନ୍ଦିରା କଂଗ୍ରେସର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ ।

ଆହୁରି ପଢ଼ନ୍ତୁ: ସିଂହଦ୍ୱାର ଗୁମୁଟରେ ‘ଦଶାବତାର ମୂର୍ତ୍ତି’ ପୁନଃ ସଂସ୍ଥାପନ ପ୍ରସ୍ତାବ: ଜଗଦ୍‌ଗୁରୁଙ୍କ ମାର୍ଗଦର୍ଶନ ଲୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

02 Jan 2026 By Madhusudan Das

ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ, ୭୮ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ

ନୀଳଗିରି: ପରଲୋକରେ ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟ । ୭୮ ବର୍ଷ ବୟସରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଅକ୍ଷୟ ଆଚାର୍ଯ୍ୟ । ନୀଳଗିରି ଆସନରୁ କଂଗ୍ରେସ ଟିକେଟରେ ଦୁଇ ଥର ବିଧାୟକ ହୋଇଥିଲେ ସେ । ତେବେ ଦୀର୍ଘ ଦିନ ହେବ ସେ କ୍ୟାନସର ରୋଗରେ ପୀଡ଼ିତ ହୋଇ ମୁମ୍ବାଇରେ ଚିକିତ୍ସିତ ହେଉଥିଲେ । ଆଉ ଆଜି ଭୋର ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ପ୍ରଥମେ ନୀଳଗିରି ଓ ପରେ ବାଲେଶ୍ବର ଜିଲ୍ଲା ମୁଖ୍ଯ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁବରଣ କରିଛନ୍ତି। ପୂର୍ବତନ ବିଧାୟକଙ୍କ ଦେହାନ୍ତରେ ନୀଳଗିରିରେ ଶୋକର ଛାୟା ଖେଳିଯାଇଛି।

କଂଗ୍ରେସ ଟିକେଟ୍‌ରୁ ନିର୍ବାଚିତ ହୋଇଥିଲେ ଅକ୍ଷୟ ଆଚାର୍ଯ୍ୟ । ୧୯୮୦-୮୫, ୧୯୯୦-୯୫ ଯାଏଁ ସେ ବିଧାୟକ ଥିଲେ । ଅକ୍ଷୟ କୁମାର ଆଚାର୍ଯ୍ୟ ୧୯୬୯ ମସିହାରେ ଭାରତୀୟ କଂଗ୍ରେସ ଯୋଗ ଦେଇଥିଲେ । ଅକ୍ଷୟ ୧୯୮୦ ମସିହାର ଓଡ଼ିଶା ବିଧାନସଭା ନିର୍ବାଚନରେ ଇନ୍ଦିରା କଂଗ୍ରେସର ପ୍ରାର୍ଥୀ ଭାବରେ ନୀଳଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର