ବିଜେପି ଓଡ଼ିଶାରେ ଶାସନ ଭାର ଗ୍ରହଣ କରିବା ଦିନଠୁ ରାଜ୍ୟରେ ଆଇନଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି: ବିଜେଡି

ଇ-ମେଲ ଜରିଆରେ ୩ଟି କୋର୍ଟକୁ ବୋମା ଦ୍ୱାରା ଉଡାଇ ଦେବା ପ୍ରସଙ୍ଗ

Madhusudan Das Picture
Published On

ଭୁବନେଶ୍ୱର: ଆଜି ରାଜ୍ୟରେ ପୂର୍ବାହ୍ନରେ ଅଜଣା ବ୍ୟକ୍ତିଙ୍କ ଦ୍ୱାରା ବିଭିନ୍ନ କୋର୍ଟକୁ ଧମକପୂର୍ଣ୍ଣ ଇ-ମେଲ ଆସିବା ପରେ ସବୁଆଡେ ଭୟର ବାତାବରଣ ସୃଷ୍ଟି ହୋଇଥିଲା । ରାଜ୍ୟରେ ବିଭିନ୍ନ କୋର୍ଟକୁ ଏହି ବୋମା ଧମକ ଦର୍ଶାଉଛି ଗୃହ ବିଭାଗ ଅସହାୟ ହୋଇଯାଇଛି । ବିଜେପି ଦଳ ଓଡ଼ିଶାରେ ଶାସନ ଭାର ଗ୍ରହଣ କରିବା ଦିନଠୁ ରାଜ୍ୟରେ ଆଇନଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି ବୋଲି ବିଜେଡି ଅଭିଯୋଗ କରିଛି । 

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ. ଲେନିନ ମହାନ୍ତି କହିଛନ୍ତି, ଓଡିଶା ଇତିହାସରେ ପ୍ରଥମ ଘଟଣା, କଟକ, ସମ୍ୱଲପୁର ଓ ଦେବଗଡ଼ କୋର୍ଟରେ ବୋମାର ଆତଙ୍କ । କୋର୍ଟକୁ ବୋମାରେ ଉଡାଇ ଦେବାକୁ ଆସିଛି ଧମକପୂର୍ଣ୍ଣ ଇ-ମେଲ । କିଛି ସମୟ ମଧ୍ୟରେ କୋର୍ଟ ପରିସରରେ ବିସ୍ଫୋରଣ ହେବା ନେଇ ଅଜ୍ଞାତ ବ୍ୟକ୍ତି ଧମକ ଦେଇଥିଲେ । ଧମକପୂର୍ଣ୍ଣ ଇ-ମେଲ ମିଳିବା ପରେ କାର୍ଯ୍ୟ ବନ୍ଦ ସହ କୋର୍ଟ ପରିସର ଛାଡିବାକୁ ନିଦେ୍ର୍ଦଶ ଦିଆଯାଇଛି । ସମସ୍ତ କର୍ମଚାରୀ, ଓକିଲ ଓ ମହକିଲ କୋର୍ଟ ପରିସରରୁ ବାହାରି ଆସିଛନ୍ତି । ସେହିପରି କଟକରେ ହାଇଆଲର୍ଟ ମଧ୍ୟ ଜାରି କରାଯାଇଛି ।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

ଆମ ନ୍ୟାୟିକ ପ୍ରତିଷ୍ଠାନଗୁଡ଼ିକ ସମେତ ବିଚାରପତି, ଓକିଲ, ମକଦ୍ଦମାକାରୀ, କୋର୍ଟ କର୍ମଚାରୀ ତଥା ସାଧାରଣ ଲୋକଙ୍କ ସୁରକ୍ଷା ସର୍ବୋପରି । ଭାରପ୍ରାପ୍ତ ଅଧିକାରୀମାନେ ମିଳିଥିବା ଧମକର ତ୍ୱରିତ, ପୁଙ୍ଖାନୁପୁଙ୍ଖ ଏବଂ ଉପଯୁକ୍ତ ଯାଞ୍ଚ କରନ୍ତୁ । ଧମକ କେଉଁଠୁ ଆସିଲା ଏବଂ ଏଥିରେ କେଉଁମାନେ ସମ୍ପୃକ୍ତ ସେମାନଙ୍କୁ ତୁରନ୍ତ ଠାବ କରି ଏହାର ନିଷ୍କର୍ଷ ସର୍ବସମ୍ମୁଖକୁ ଆଣନ୍ତୁ ବୋଲି ବିଜେଡି ଦାବି କରିଛି ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

ରାଜ୍ୟରେ ଭୟର ବାତାବରଣ ସୃଷ୍ଟିହେଇଛି । ଅପରାଧୀ ମାନେ ବିଜେପି ସରକାରକୁ ଡରିବା ତ ଦୂରର କଥା ଓଲଟା ଇ-ମେଲ ଧମକ ଦେଇଛନ୍ତି । କିଛି ଦିନ ପୂର୍ବରୁ ମଧ୍ୟ ରାଜ୍ୟର ଜଣେ ସାମ୍ୱାଦିକଙ୍କୁ ଏଭଳି ଇ-ମେଲ ଜରିଆରେ ଧମକ ଦିଆଯାଇଥିଲା । ରାଜ୍ୟ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ନେଲେ ନାହିଁ କି ଏ ସଂପର୍କରେ ସ୍ପଷ୍ଟତା ଦେଲେ ନାହିଁ । ଏଥିରୁ ସ୍ପଷ୍ଟ ବାରି ହେଉଛି ଆଇନଶୃଙ୍ଖଳା ନିୟନ୍ତ୍ରଣ କରିବାରେ ଗୃହ ବିଭାଗ ସଂପୂର୍ଣ୍ଣ ବିଫଳ ହୋଇଛି । 

ଡ. ମହାନ୍ତି ଆହୁରି ମଧ୍ୟ କହିଥିଲେ ଯେ, ପୋଲିସ ପ୍ରଶାସନ ମଧ୍ୟ ସମ୍ପୂର୍ଣ୍ଣ ନିଷ୍କ୍ରିୟ ହୋଇ ପଡିଛନ୍ତି । ନିକଟରେ ଡିଜିପି ବିଜେଡି ପ୍ରତିନିଧିଙ୍କୁ ଭେଟିବାକୁ ଅସହଜ ମନେ କରିଥିଲେ । ଏଥିପାଇଁ ପୋଲିସ ପ୍ରଶାସନ ଏବଂ ରାଜ୍ୟ ସରକାର ଜନସାଧାରଣଙ୍କ ପ୍ରତି ଉତ୍ତରଦାୟୀ ହେବା ଦରକାର । ଭୟର ବାତାବରଣ ଦୂର କରିବା ପାଇଁ ରାଜ୍ୟ ସରକାର ତୁରନ୍ତ ପଦକ୍ଷେପ ନେବା ସହ ସାଧାରଣ ଜୀବନଯାପନକୁ ସ୍ୱାଭାବିକ କରନ୍ତୁ ।

08 Jan 2026 By Madhusudan Das

ବିଜେପି ଓଡ଼ିଶାରେ ଶାସନ ଭାର ଗ୍ରହଣ କରିବା ଦିନଠୁ ରାଜ୍ୟରେ ଆଇନଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି: ବିଜେଡି

ଇ-ମେଲ ଜରିଆରେ ୩ଟି କୋର୍ଟକୁ ବୋମା ଦ୍ୱାରା ଉଡାଇ ଦେବା ପ୍ରସଙ୍ଗ

ଭୁବନେଶ୍ୱର: ଆଜି ରାଜ୍ୟରେ ପୂର୍ବାହ୍ନରେ ଅଜଣା ବ୍ୟକ୍ତିଙ୍କ ଦ୍ୱାରା ବିଭିନ୍ନ କୋର୍ଟକୁ ଧମକପୂର୍ଣ୍ଣ ଇ-ମେଲ ଆସିବା ପରେ ସବୁଆଡେ ଭୟର ବାତାବରଣ ସୃଷ୍ଟି ହୋଇଥିଲା । ରାଜ୍ୟରେ ବିଭିନ୍ନ କୋର୍ଟକୁ ଏହି ବୋମା ଧମକ ଦର୍ଶାଉଛି ଗୃହ ବିଭାଗ ଅସହାୟ ହୋଇଯାଇଛି । ବିଜେପି ଦଳ ଓଡ଼ିଶାରେ ଶାସନ ଭାର ଗ୍ରହଣ କରିବା ଦିନଠୁ ରାଜ୍ୟରେ ଆଇନଶୃଙ୍ଖଳା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି ବୋଲି ବିଜେଡି ଅଭିଯୋଗ କରିଛି । 

ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ. ଲେନିନ ମହାନ୍ତି କହିଛନ୍ତି, ଓଡିଶା ଇତିହାସରେ ପ୍ରଥମ ଘଟଣା, କଟକ, ସମ୍ୱଲପୁର ଓ ଦେବଗଡ଼ କୋର୍ଟରେ ବୋମାର ଆତଙ୍କ । କୋର୍ଟକୁ ବୋମାରେ ଉଡାଇ ଦେବାକୁ ଆସିଛି ଧମକପୂର୍ଣ୍ଣ ଇ-ମେଲ । କିଛି ସମୟ ମଧ୍ୟରେ କୋର୍ଟ ପରିସରରେ ବିସ୍ଫୋରଣ ହେବା ନେଇ ଅଜ୍ଞାତ ବ୍ୟକ୍ତି ଧମକ ଦେଇଥିଲେ । ଧମକପୂର୍ଣ୍ଣ ଇ-ମେଲ ମିଳିବା ପରେ କାର୍ଯ୍ୟ ବନ୍ଦ ସହ କୋର୍ଟ ପରିସର ଛାଡିବାକୁ ନିଦେ୍ର୍ଦଶ ଦିଆଯାଇଛି । ସମସ୍ତ କର୍ମଚାରୀ, ଓକିଲ ଓ ମହକିଲ କୋର୍ଟ ପରିସରରୁ ବାହାରି ଆସିଛନ୍ତି । ସେହିପରି କଟକରେ ହାଇଆଲର୍ଟ ମଧ୍ୟ ଜାରି କରାଯାଇଛି ।

ଆମ ନ୍ୟାୟିକ ପ୍ରତିଷ୍ଠାନଗୁଡ଼ିକ ସମେତ ବିଚାରପତି, ଓକିଲ, ମକଦ୍ଦମାକାରୀ, କୋର୍ଟ କର୍ମଚାରୀ ତଥା ସାଧାରଣ ଲୋକଙ୍କ ସୁରକ୍ଷା ସର୍ବୋପରି । ଭାରପ୍ରାପ୍ତ ଅଧିକାରୀମାନେ ମିଳିଥିବା ଧମକର ତ୍ୱରିତ, ପୁଙ୍ଖାନୁପୁଙ୍ଖ ଏବଂ ଉପଯୁକ୍ତ ଯାଞ୍ଚ କରନ୍ତୁ । ଧମକ କେଉଁଠୁ ଆସିଲା ଏବଂ ଏଥିରେ କେଉଁମାନେ ସମ୍ପୃକ୍ତ ସେମାନଙ୍କୁ ତୁରନ୍ତ ଠାବ କରି ଏହାର ନିଷ୍କର୍ଷ ସର୍ବସମ୍ମୁଖକୁ ଆଣନ୍ତୁ ବୋଲି ବିଜେଡି ଦାବି କରିଛି ।

ରାଜ୍ୟରେ ଭୟର ବାତାବରଣ ସୃଷ୍ଟିହେଇଛି । ଅପରାଧୀ ମାନେ ବିଜେପି ସରକାରକୁ ଡରିବା ତ ଦୂରର କଥା ଓଲଟା ଇ-ମେଲ ଧମକ ଦେଇଛନ୍ତି । କିଛି ଦିନ ପୂର୍ବରୁ ମଧ୍ୟ ରାଜ୍ୟର ଜଣେ ସାମ୍ୱାଦିକଙ୍କୁ ଏଭଳି ଇ-ମେଲ ଜରିଆରେ ଧମକ ଦିଆଯାଇଥିଲା । ରାଜ୍ୟ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ନେଲେ ନାହିଁ କି ଏ ସଂପର୍କରେ ସ୍ପଷ୍ଟତା ଦେଲେ ନାହିଁ । ଏଥିରୁ ସ୍ପଷ୍ଟ ବାରି ହେଉଛି ଆଇନଶୃଙ୍ଖଳା ନିୟନ୍ତ୍ରଣ କରିବାରେ ଗୃହ ବିଭାଗ ସଂପୂର୍ଣ୍ଣ ବିଫଳ ହୋଇଛି । 

ଡ. ମହାନ୍ତି ଆହୁରି ମଧ୍ୟ କହିଥିଲେ ଯେ, ପୋଲିସ ପ୍ରଶାସନ ମଧ୍ୟ ସମ୍ପୂର୍ଣ୍ଣ ନିଷ୍କ୍ରିୟ ହୋଇ ପଡିଛନ୍ତି । ନିକଟରେ ଡିଜିପି ବିଜେଡି ପ୍ରତିନିଧିଙ୍କୁ ଭେଟିବାକୁ ଅସହଜ ମନେ କରିଥିଲେ । ଏଥିପାଇଁ ପୋଲିସ ପ୍ରଶାସନ ଏବଂ ରାଜ୍ୟ ସରକାର ଜନସାଧାରଣଙ୍କ ପ୍ରତି ଉତ୍ତରଦାୟୀ ହେବା ଦରକାର । ଭୟର ବାତାବରଣ ଦୂର କରିବା ପାଇଁ ରାଜ୍ୟ ସରକାର ତୁରନ୍ତ ପଦକ୍ଷେପ ନେବା ସହ ସାଧାରଣ ଜୀବନଯାପନକୁ ସ୍ୱାଭାବିକ କରନ୍ତୁ ।

https://www.thesakala.in/latest-odisha-news/law-and-order-situation-in-odisha-has-deteriorated-since-the-bjp-took-power-in-odisha-says-bjd/article-43995
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର