ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୧୨୦୮ ଜଣ କୋଭିଡ ପଜିଟିଭ୍

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୨୦୮ ଜଣ କରୋନା ସଂକ୍ରମିତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୨ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୦୬ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୦ ହଜାର ୮୬୬ ଜଣକୁ […]

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୨୦୮ ଜଣ କରୋନା ସଂକ୍ରମିତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୨ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୦୬ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୦ ହଜାର ୮୬୬ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

ଆଜି ସଂକ୍ରମିତ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୯୯ ଜଣ, କଟକରୁ ୧୭୩ ଜଣ, ବାଲେଶ୍ବରରୁ ୬୩ ଜଣ, ଜଗତସିଂହପୁରରୁ ୬୦ ଜଣ,ପୁରୀରୁ ୫୮ ଜଣ, ଯାଜପୁରରୁ ୫୭ ଜଣ, ଅନୁଗୁଳରୁ ୫୫ ଜଣ,ମୟୂରଭଞ୍ଜରୁ ୩୩ ଜଣ,କେନ୍ଦ୍ରାପଡ଼ାରୁ ୩୨ ଜଣ, ନୟାଗଡ଼ାରୁ ୨୫ ଜଣ, ସମ୍ବଲପୁରରୁ ୨୪ ଜଣ, ଭଦ୍ରକରୁ ୨୨ ଜଣ, ସୁନ୍ଦରଗଡ଼ରୁ ୨୦ ଜଣ, କନ୍ଧମାଳ ଓ କେନ୍ଦୁଝର ଜିଲ୍ଲାରୁ ୧୬ ଜଣ ଲେଖାଏଁ, ଢ଼େଙ୍କାନାଳରୁ ୧୫ ଜଣ,ଗଞ୍ଜାମରୁ ୧୨ ଜଣ,ରାୟଗଡ଼ାରୁ ୮ ଜଣ, ବରଗଡ଼, ବଲାଙ୍ଗୀର ଓ ଦେବଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁ, ମାଲକାନଗିରିର ଓ ନବରଙ୍ଗପୁର ଜିଲ୍ଲାରୁ ୪ ଜଣ ଲେଖାଏଁ , ଝାରସୁଗୁଡ଼ା ଓ ସୋନୁପର ଜିଲ୍ଲାରୁ ୩ ଜଣ ଲେଖାଏଁ , କଳାହାଣ୍ଡି, କୋରାପୁଟ ଓ ନୂଆପଡ଼ା ଜିଳ୍ଳାରୁ ୩ ଜଣ ଲେଖାଏଁ,କଳାହାଣ୍ଡିରୁ ୨ ଜଣ, ଗଜପତିରୁ ଜଣେ ଏବଂ ଷ୍ଟେଟ୍ ପୋଲ୍‌ରୁ ୮୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୯ ଲକ୍ଷ ୮୪ ହଜାର ୭୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୩ ହଜାର ୦୦୬ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୫ ହଜାର ୩୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୬୨୩୬ ଜଣଙ୍କର ମୃତ୍ୟୁ ହୋଇଛି ।

06 Aug 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର