ଅତିରିକ୍ତ ସୁରକ୍ଷା ଜମା ପ୍ରସଙ୍ଗରେ ଟାଟା ପାୱାରକୁ ହାଇକୋର୍ଟଙ୍କ ନୋଟିସ

Madhusudan Das Picture
Published On

କଟକ: ଟାଟା ପାୱାରକୁ ହାଇକୋର୍ଟ ଛାଟ । ଅତିରିକ୍ତ ସୁରକ୍ଷା ଜମା ପ୍ରସଙ୍ଗରେ ଟାଟା ପାୱାରକୁ ହାଇକୋର୍ଟଙ୍କ ନୋଟିସ । ଦୁଇ ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଓଇଆରସି ଏବଂ ଶକ୍ତି ସଚିବଙ୍କୁ ବି ନୋଟିସ ଜାରୀ କରିଛନ୍ତି ମାନ୍ୟବର ହାଇକୋର୍ଟ । ଏହି ମାମଲାରେ ପରବର୍ତ୍ତୀ ଶୁଣାଣି ୩ ସପ୍ତାହ ପରେ ହେବ ।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ସୂଚନା ଅନୁସାରେ, ଭଏସ ଅଫ କଟକ ପକ୍ଷରୁ ସ୍ମାର୍ଟ ମିଟର ଏବଂ ଅତିରିକ୍ତ ସୁରକ୍ଷା ଜମାକୁ ବିରୋଧ କରି ହାଇକୋର୍ଟରେ ରୁଜୁ ହୋଇଛି ଜନସ୍ୱାର୍ଥ ମାମଲା । ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ଆଇନ ଏବଂ ଓଡ଼ିଶା ବିଦ୍ୟୁତ୍ ନିର୍ଦେଶାବଳୀର ଉଲ୍ଲଙ୍ଘନ କରାଯାଇଥିବା ଅଭିଯୋଗ କରି ହାଇକୋର୍ଟରେ ମାମଲା ଦାୟର କରିଥିଲା ସାମାଜିକ ସଂଗଠନ ‘ଭଏସ୍ ଅଫ୍ କଟକ’। ବିନା ଗ୍ରାହକଙ୍କ ସମ୍ମତି ଓ ସଚେତନତାରେ ସ୍ମାର୍ଟ ମିଟର ଲଗାଯିବା କଥାକୁ ପିଟିସନରେ ଉଲ୍ଲେଖ କରାଯାଇଥିଲା । ଏହି ପ୍ରକ୍ରିୟା ବିଦ୍ୟୁତ୍ ଆଇନ ୨୦୦୩ ଏବଂ ସମ୍ବିଧାନର ଧାରା ୧୪ ଓ ୨୧ର ଖୋଲାଖୋଲି ଉଲ୍ଲଂଘନ ବୋଲି ଆବେଦନକାରୀ କହିଥିଲେ । ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ ନକରିବାକୁ ଏବଂ ଅତିରିକ୍ତ ସୁରକ୍ଷା ଜମା ନୋଟିସକୁ ରଦ୍ଦ କରିବାକୁ ଆବଦେନକାରୀ ଦାବି କରିଥିଲେ । ଏହି ମମାଲାରେ ଶକ୍ତି ସଚିବ, ଟାଟା ପାୱାର ଏବଂ OERCକୁ  ପକ୍ଷଭୁକ୍ତ କରାଯାଇଥିଲା । ତେବେ ଏହି ମାମଲାରେ ହାଇକୋର୍ଟ ମଙ୍ଗଳବାର ଶୁଣାଣି କରି ଦୁଇ ସପ୍ତାହରେ ଜବାବ ତଲବ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । 

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

13 Jan 2026 By Madhusudan Das

ଅତିରିକ୍ତ ସୁରକ୍ଷା ଜମା ପ୍ରସଙ୍ଗରେ ଟାଟା ପାୱାରକୁ ହାଇକୋର୍ଟଙ୍କ ନୋଟିସ

କଟକ: ଟାଟା ପାୱାରକୁ ହାଇକୋର୍ଟ ଛାଟ । ଅତିରିକ୍ତ ସୁରକ୍ଷା ଜମା ପ୍ରସଙ୍ଗରେ ଟାଟା ପାୱାରକୁ ହାଇକୋର୍ଟଙ୍କ ନୋଟିସ । ଦୁଇ ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଓଇଆରସି ଏବଂ ଶକ୍ତି ସଚିବଙ୍କୁ ବି ନୋଟିସ ଜାରୀ କରିଛନ୍ତି ମାନ୍ୟବର ହାଇକୋର୍ଟ । ଏହି ମାମଲାରେ ପରବର୍ତ୍ତୀ ଶୁଣାଣି ୩ ସପ୍ତାହ ପରେ ହେବ ।

ସୂଚନା ଅନୁସାରେ, ଭଏସ ଅଫ କଟକ ପକ୍ଷରୁ ସ୍ମାର୍ଟ ମିଟର ଏବଂ ଅତିରିକ୍ତ ସୁରକ୍ଷା ଜମାକୁ ବିରୋଧ କରି ହାଇକୋର୍ଟରେ ରୁଜୁ ହୋଇଛି ଜନସ୍ୱାର୍ଥ ମାମଲା । ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ଆଇନ ଏବଂ ଓଡ଼ିଶା ବିଦ୍ୟୁତ୍ ନିର୍ଦେଶାବଳୀର ଉଲ୍ଲଙ୍ଘନ କରାଯାଇଥିବା ଅଭିଯୋଗ କରି ହାଇକୋର୍ଟରେ ମାମଲା ଦାୟର କରିଥିଲା ସାମାଜିକ ସଂଗଠନ ‘ଭଏସ୍ ଅଫ୍ କଟକ’। ବିନା ଗ୍ରାହକଙ୍କ ସମ୍ମତି ଓ ସଚେତନତାରେ ସ୍ମାର୍ଟ ମିଟର ଲଗାଯିବା କଥାକୁ ପିଟିସନରେ ଉଲ୍ଲେଖ କରାଯାଇଥିଲା । ଏହି ପ୍ରକ୍ରିୟା ବିଦ୍ୟୁତ୍ ଆଇନ ୨୦୦୩ ଏବଂ ସମ୍ବିଧାନର ଧାରା ୧୪ ଓ ୨୧ର ଖୋଲାଖୋଲି ଉଲ୍ଲଂଘନ ବୋଲି ଆବେଦନକାରୀ କହିଥିଲେ । ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ ନକରିବାକୁ ଏବଂ ଅତିରିକ୍ତ ସୁରକ୍ଷା ଜମା ନୋଟିସକୁ ରଦ୍ଦ କରିବାକୁ ଆବଦେନକାରୀ ଦାବି କରିଥିଲେ । ଏହି ମମାଲାରେ ଶକ୍ତି ସଚିବ, ଟାଟା ପାୱାର ଏବଂ OERCକୁ  ପକ୍ଷଭୁକ୍ତ କରାଯାଇଥିଲା । ତେବେ ଏହି ମାମଲାରେ ହାଇକୋର୍ଟ ମଙ୍ଗଳବାର ଶୁଣାଣି କରି ଦୁଇ ସପ୍ତାହରେ ଜବାବ ତଲବ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । 

https://www.thesakala.in/latest-odisha-news/high-court-notice-to-tata-power-on-additional-security-deposit-issue/article-44068
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର