ମକର ସଂକ୍ରାନ୍ତିରେ ଶ୍ରୀମନ୍ଦିରରେ ଆଜି ସ୍ୱତନ୍ତ୍ର ନୀତିକାନ୍ତି, ମକରଚୌରାସୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ

Madhusudan Das Picture
Published On

ପୁରୀ: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ଶ୍ରୀମନ୍ଦିରରେ ପାଳନ ହେବ ମହାପ୍ରଭୁଙ୍କ ମକରନୀତି । କାଳିଆ ଠାକୁରଙ୍କ ଦ୍ୱାଦଶଯାତ୍ରା ମଧ୍ୟରୁ ମକର ସଂକ୍ରାନ୍ତି ଏକ ପ୍ରମୂଖ ଯାତ୍ରା ହୋଇଥିବାରୁ ଆଜି ମହାପ୍ରଭୁଙ୍କର ମକରଚୌରାସୀ ବେଶ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନିତୀ ନିର୍ଘଣ୍ଟ କରାଯାଇଥିବା ବେଳେ ଶ୍ରୀମନ୍ଦିର ଦ୍ୱାର ଫିଟିବା ପରେ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ ଲାଗି କରାଯିବା ସହ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହେବ। ଏହାପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିବ। ଗୋପାଳବଲ୍ଲଭ ଓ ସକାଳଧୂପ ନୀତି ବଢ଼ିବା ପରେ ମଇଲମ, ମହାସ୍ନାନ, ସର୍ବାଙ୍ଗ ଲାଗି, ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମହାପ୍ରଭୁ ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ। 

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ: ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେବ ଶ୍ରୀମନ୍ଦିର ପରିଚାଳନା କମିଟି

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଆଜିଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହେବ। ଏହି ଅବସରରେ ମାଳଚୂଳ ଅଳଙ୍କାର ପିନ୍ଧି ମକର ଚୌରାସୀ ବେଶରେ ସଜିତ ହେବେ ଶ୍ରୀଜିଉ । ମହାପ୍ରଭୂଙ୍କ ମକରବେଶ ପାଇଁ ଜଗନ୍ନାଥ ବଲ୍ଲଭ ମଠ ପକ୍ଷରୁ ସୁସଜ୍ଜିତ ମାଳଚୂଳ ପ୍ରସ୍ତୁତ କରାଯାଇଥିବା ବେଳେ ବଡଓଡିଆ ମଠ ପକ୍ଷରୁ ରଙ୍ଗ ବେରଙ୍ଗର ବିଭିନ୍ନ ସୁବାଷିତ ପୁଷ୍ପ ଓ ତୁଳସୀ ଆଦିକୁ ନେଇ ସୁସଜ୍ଜିତ ମାଳ ଚୂଳ ପ୍ରସ୍ତୁତ କରାଯାଇ ଶ୍ରୀମନ୍ଦିରକୁ ଦିଆଯାଇଛି । 

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

ଅନ୍ୟପକ୍ଷରେ ଗତକାଲି କୁମ୍ଭାରପଡ଼ା ସ୍ଥିତ ଆଲାମଚଣ୍ଡୀ ମନ୍ଦିର ଠାରୁ ପଟୁଆରରେ ଶ୍ରୀମନ୍ଦିରକୁ ଆସିଥିବା ସ୍ୱତନ୍ତ୍ର ସ୍ୱତନ୍ତ୍ର ପାଞ୍ଚୋଟି ମକରତାଡରେ ମକର ଚାଉଳ ଭୋଗ ହେବା ସହ ଏହା ବେଢା ପରିକ୍ରମା କରି ମହାପ୍ରଭୁଙ୍କ ନିକଟରେ ସମର୍ପଣ ହେବ।

ଆହୁରି ପଢ଼ନ୍ତୁ: ଯୁବତୀଙ୍କୁ ହଷ୍ଟେଲରୁ ନେଇ ହୋଟେଲରେ ଦୁଷ୍କର୍ମ ଅଭଯୋଗ

14 Jan 2026 By Madhusudan Das

ମକର ସଂକ୍ରାନ୍ତିରେ ଶ୍ରୀମନ୍ଦିରରେ ଆଜି ସ୍ୱତନ୍ତ୍ର ନୀତିକାନ୍ତି, ମକରଚୌରାସୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ପୁରୀ: ଆଜି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ ଶ୍ରୀମନ୍ଦିରରେ ପାଳନ ହେବ ମହାପ୍ରଭୁଙ୍କ ମକରନୀତି । କାଳିଆ ଠାକୁରଙ୍କ ଦ୍ୱାଦଶଯାତ୍ରା ମଧ୍ୟରୁ ମକର ସଂକ୍ରାନ୍ତି ଏକ ପ୍ରମୂଖ ଯାତ୍ରା ହୋଇଥିବାରୁ ଆଜି ମହାପ୍ରଭୁଙ୍କର ମକରଚୌରାସୀ ବେଶ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନିତୀ ନିର୍ଘଣ୍ଟ କରାଯାଇଥିବା ବେଳେ ଶ୍ରୀମନ୍ଦିର ଦ୍ୱାର ଫିଟିବା ପରେ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ ଲାଗି କରାଯିବା ସହ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହେବ। ଏହାପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିବ। ଗୋପାଳବଲ୍ଲଭ ଓ ସକାଳଧୂପ ନୀତି ବଢ଼ିବା ପରେ ମଇଲମ, ମହାସ୍ନାନ, ସର୍ବାଙ୍ଗ ଲାଗି, ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମହାପ୍ରଭୁ ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ। 

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଆଜିଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହେବ। ଏହି ଅବସରରେ ମାଳଚୂଳ ଅଳଙ୍କାର ପିନ୍ଧି ମକର ଚୌରାସୀ ବେଶରେ ସଜିତ ହେବେ ଶ୍ରୀଜିଉ । ମହାପ୍ରଭୂଙ୍କ ମକରବେଶ ପାଇଁ ଜଗନ୍ନାଥ ବଲ୍ଲଭ ମଠ ପକ୍ଷରୁ ସୁସଜ୍ଜିତ ମାଳଚୂଳ ପ୍ରସ୍ତୁତ କରାଯାଇଥିବା ବେଳେ ବଡଓଡିଆ ମଠ ପକ୍ଷରୁ ରଙ୍ଗ ବେରଙ୍ଗର ବିଭିନ୍ନ ସୁବାଷିତ ପୁଷ୍ପ ଓ ତୁଳସୀ ଆଦିକୁ ନେଇ ସୁସଜ୍ଜିତ ମାଳ ଚୂଳ ପ୍ରସ୍ତୁତ କରାଯାଇ ଶ୍ରୀମନ୍ଦିରକୁ ଦିଆଯାଇଛି । 

ଅନ୍ୟପକ୍ଷରେ ଗତକାଲି କୁମ୍ଭାରପଡ଼ା ସ୍ଥିତ ଆଲାମଚଣ୍ଡୀ ମନ୍ଦିର ଠାରୁ ପଟୁଆରରେ ଶ୍ରୀମନ୍ଦିରକୁ ଆସିଥିବା ସ୍ୱତନ୍ତ୍ର ସ୍ୱତନ୍ତ୍ର ପାଞ୍ଚୋଟି ମକରତାଡରେ ମକର ଚାଉଳ ଭୋଗ ହେବା ସହ ଏହା ବେଢା ପରିକ୍ରମା କରି ମହାପ୍ରଭୁଙ୍କ ନିକଟରେ ସମର୍ପଣ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର