ଏଣିକି ଓଡିଆ ଭାଷାରେ ହେବ ସମସ୍ତ ସରକାରୀ କାର୍ଯ୍ୟ, ଖିଲାପ କଲେ ଜାରିହେବ କାରଣ ଦର୍ଶାଅ ନୋଟିସ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟମାନଙ୍କରେ ହେବ ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ । ସମସ୍ତ ବ୍ଲକ, ଜିଲ୍ଲାସ୍ତରରୁ ଆରମ୍ଭ କରି ରାଜ୍ୟସ୍ତର ପର୍ଯ୍ୟନ୍ତ ଏଣିକି ଓଡିଆ ଭାଷାରେ ସରକାରୀ କାର୍ଯ୍ୟ ସମ୍ପାଦନ କରା‌ଯିବ । ସରକାରୀ କାର୍ଯ୍ୟାଳୟରୁ ପ୍ରକାଶ ପାଉଥିବା ସମସ୍ତ ନୋଟିସ, ବିଜ୍ଞପ୍ତି, ପତ୍ର ବିନିମୟ ଇତ୍ୟାଦି ଓଡିଆ ଭାଷାରେ ହେବ । ଯେଉଁ ଅଧିକାରୀ ଏହାର ଖିଲାପ କରିବେ, ତାଙ୍କୁ ଏହି ବିଷୟରେ ତାଗିଦ କରାଯିବ ଓ ଆବଶ୍ୟକ ହେଲେ କାରଣ ଦର୍ଶାଅ ନୋଟିସ ଜାରି କରାଯିବ । ଏ ନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହୋଇଛି ବିଜ୍ଞପ୍ତି ।

ଆହୁରି ପଢ଼ନ୍ତୁ:  INS ଚିଲିକାରେ ଆଉ ଜଣେ ଅଗ୍ନିବୀରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ସମସ୍ତ ବିଭାଗ, ବିଭାଗୀୟ ମୁଖ୍ୟ ଦପ୍ତର, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ସମସ୍ତ ଅଧସ୍ତନ କାର୍ଯ୍ୟାଳୟ, ସରକାରଙ୍କ ଦ୍ବାରା ପରିଚାଳିତ ସମସ୍ତ ଅନୁଷ୍ଠାନ ଯେପରିକି ବିଭିନ୍ନ ନିଗମ, ପୌର ସଂସ୍ଥା ଓ ସ୍ବୟଂ ଚାଳିତ ସଂସ୍ଥା ଇତ୍ୟାଦି ଏହି ନିର୍ଦ୍ଦେଶକୁ ପାଳନ କରିବେ । ପ୍ରଶାସନିକ ଭାଷାକୋଷକୁ ନିରନ୍ତର ଭାବେ ଅଦ୍ୟତନ କରାଯିବା ଏବଂ ସରକାରୀ କାର୍ଯ୍ୟାଳୟମାନଙ୍କରେ ଏହାକୁ ଉପଲବ୍ଧ କରାଇବା ନିମନ୍ତେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ । ଏନେଇ ରାଜ୍ୟର ସମସ୍ତ ବିଭାଗ, ସମସ୍ତ ବିଭାଗୀୟ ମୁଖ୍ୟ ଦପ୍ତର ସମସ୍ତ ଜିଲ୍ଲାପାଳଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସ୍ୱତନ୍ତ୍ର ଶାସନ ସଚିବଙ୍କ ଚିଠି ।

ଆହୁରି ପଢ଼ନ୍ତୁ: ମହଙ୍ଗା ପଡିଲା ମାମଲା ରଫାଦଫା ପାଇଁ ଫେଭର ମାଗିବା; ବଦଳିଲେ ଖଣ୍ଡପଡାର ବିବାଦୀୟ SDPO

14 Jan 2026 By Madhusudan Das

ଏଣିକି ଓଡିଆ ଭାଷାରେ ହେବ ସମସ୍ତ ସରକାରୀ କାର୍ଯ୍ୟ, ଖିଲାପ କଲେ ଜାରିହେବ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟମାନଙ୍କରେ ହେବ ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ । ସମସ୍ତ ବ୍ଲକ, ଜିଲ୍ଲାସ୍ତରରୁ ଆରମ୍ଭ କରି ରାଜ୍ୟସ୍ତର ପର୍ଯ୍ୟନ୍ତ ଏଣିକି ଓଡିଆ ଭାଷାରେ ସରକାରୀ କାର୍ଯ୍ୟ ସମ୍ପାଦନ କରା‌ଯିବ । ସରକାରୀ କାର୍ଯ୍ୟାଳୟରୁ ପ୍ରକାଶ ପାଉଥିବା ସମସ୍ତ ନୋଟିସ, ବିଜ୍ଞପ୍ତି, ପତ୍ର ବିନିମୟ ଇତ୍ୟାଦି ଓଡିଆ ଭାଷାରେ ହେବ । ଯେଉଁ ଅଧିକାରୀ ଏହାର ଖିଲାପ କରିବେ, ତାଙ୍କୁ ଏହି ବିଷୟରେ ତାଗିଦ କରାଯିବ ଓ ଆବଶ୍ୟକ ହେଲେ କାରଣ ଦର୍ଶାଅ ନୋଟିସ ଜାରି କରାଯିବ । ଏ ନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହୋଇଛି ବିଜ୍ଞପ୍ତି ।

ସମସ୍ତ ବିଭାଗ, ବିଭାଗୀୟ ମୁଖ୍ୟ ଦପ୍ତର, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ସମସ୍ତ ଅଧସ୍ତନ କାର୍ଯ୍ୟାଳୟ, ସରକାରଙ୍କ ଦ୍ବାରା ପରିଚାଳିତ ସମସ୍ତ ଅନୁଷ୍ଠାନ ଯେପରିକି ବିଭିନ୍ନ ନିଗମ, ପୌର ସଂସ୍ଥା ଓ ସ୍ବୟଂ ଚାଳିତ ସଂସ୍ଥା ଇତ୍ୟାଦି ଏହି ନିର୍ଦ୍ଦେଶକୁ ପାଳନ କରିବେ । ପ୍ରଶାସନିକ ଭାଷାକୋଷକୁ ନିରନ୍ତର ଭାବେ ଅଦ୍ୟତନ କରାଯିବା ଏବଂ ସରକାରୀ କାର୍ଯ୍ୟାଳୟମାନଙ୍କରେ ଏହାକୁ ଉପଲବ୍ଧ କରାଇବା ନିମନ୍ତେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ । ଏନେଇ ରାଜ୍ୟର ସମସ୍ତ ବିଭାଗ, ସମସ୍ତ ବିଭାଗୀୟ ମୁଖ୍ୟ ଦପ୍ତର ସମସ୍ତ ଜିଲ୍ଲାପାଳଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସ୍ୱତନ୍ତ୍ର ଶାସନ ସଚିବଙ୍କ ଚିଠି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର