ନିପା ଭାଇରସକୁ ନେଇ ଓଡ଼ିଶା ବର୍ତ୍ତମାନ ଭୟ କରିବା ଦରକାର ନାହିଁ: ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ

Madhusudan Das Picture
Published On

ଭୁବନେଶ୍ୱର: ନିପା ଭାଇରସକୁ ନେଇ ପଶ୍ଚିମବଙ୍ଗରେ ଆତଙ୍କ । ପଶ୍ଚିମବଙ୍ଗରେ ନିପା ଭାଇରସରେ ଦୁଇ ଜଣ ହସ୍ପିଟାଲ ସ୍ୱାସ୍ଥ୍ୟକର୍ମୀ ଆକ୍ରାନ୍ତ ହୋଇଥିବା ଖବର ମିଳିଛି । ତେବେ ବର୍ତ୍ତମାନ ଓଡ଼ିଶାକୁ ନାହିଁ ନିପା ଭୟ। ଏନେଇ ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, କେନ୍ଦ୍ର ନିର୍ଦ୍ଦେଶ ନଦେବା ଯାଏଁ ଓଡ଼ିଶାରେ କୌଣସି ଅସୁବିଧା ନାହିଁ। ଯାହା ୨୦୨୩ରେ ମାର୍ଗଦର୍ଶିକା ଆସିଥିଲା, ତାହା ପାଳନ କରାଯାଉ । କେନ୍ଦ୍ର ନିର୍ଦ୍ଦେଶ ନ ଦେବା ଯାଏଁ ଓଡ଼ିଶାରେ କୌଣସି ଅସୁବିଧା ହେବାର ନାହିଁ । ଓଡ଼ିଶାରେ ନିପା ଭାଇରସ ରୋଗୀ ଚି଼ହ୍ନଟ ହୋଇନି । ଭାରତ ସରକାରଙ୍କ ଟିମ ପଶ୍ଚିମବଙ୍ଗ ଯାଇ କାମ କରୁଛନ୍ତି । ଓଡ଼ିଶା ସରକାର ଵି କେନ୍ଦ୍ର ସହ ଯୋଗାଯୋଗରେ ଅଛନ୍ତି । ପଶ୍ଚିମ ବଙ୍ଗରେ ମାତ୍ର ଦୁଇଟି ମାମଲା ଆସିଛି, ହେଲେ ବ୍ୟାପିନି । ଯେଉଁଥି ପାଇଁ ଓଡ଼ିଶା ଭୟ କରିବା ଦରକାର ନାହିଁ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ପଶ୍ଚିମବଙ୍ଗରେ ନିପା ସଂକ୍ରମଣ ମାମଲା ସାମ୍ନାକୁ ଆସିବା ପରେ  ଓଡ଼ିଶାରେ ଏବେ ସତର୍କ ଘଣ୍ଟି ବାଜିଛି। ବିଶେଷକରି ପଶ୍ଚିମବଙ୍ଗ-ଓଡ଼ିଶା ସୀମାନ୍ତ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ସଂକ୍ରମିତ ଘୁଷୁରୀ, ବାଦୁଡିଙ୍କ ଠାରୁ ଏହି  ଭୂତାଣୁ ମଣିଷର ଶରୀର ଆସିବା ପରେ ଲୋକଙ୍କ ମଧ୍ୟରେ କ୍ଷୀପ୍ର ଗତିରେ ବ୍ୟାପିଥାଏ । ତେଣୁ ସଚେତନ ଓ ସତର୍କତା ହିଁ ଜରୁରୀ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ଚେତାଇଛନ୍ତି ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

15 Jan 2026 By Madhusudan Das

ନିପା ଭାଇରସକୁ ନେଇ ଓଡ଼ିଶା ବର୍ତ୍ତମାନ ଭୟ କରିବା ଦରକାର ନାହିଁ: ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ନିପା ଭାଇରସକୁ ନେଇ ପଶ୍ଚିମବଙ୍ଗରେ ଆତଙ୍କ । ପଶ୍ଚିମବଙ୍ଗରେ ନିପା ଭାଇରସରେ ଦୁଇ ଜଣ ହସ୍ପିଟାଲ ସ୍ୱାସ୍ଥ୍ୟକର୍ମୀ ଆକ୍ରାନ୍ତ ହୋଇଥିବା ଖବର ମିଳିଛି । ତେବେ ବର୍ତ୍ତମାନ ଓଡ଼ିଶାକୁ ନାହିଁ ନିପା ଭୟ। ଏନେଇ ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, କେନ୍ଦ୍ର ନିର୍ଦ୍ଦେଶ ନଦେବା ଯାଏଁ ଓଡ଼ିଶାରେ କୌଣସି ଅସୁବିଧା ନାହିଁ। ଯାହା ୨୦୨୩ରେ ମାର୍ଗଦର୍ଶିକା ଆସିଥିଲା, ତାହା ପାଳନ କରାଯାଉ । କେନ୍ଦ୍ର ନିର୍ଦ୍ଦେଶ ନ ଦେବା ଯାଏଁ ଓଡ଼ିଶାରେ କୌଣସି ଅସୁବିଧା ହେବାର ନାହିଁ । ଓଡ଼ିଶାରେ ନିପା ଭାଇରସ ରୋଗୀ ଚି଼ହ୍ନଟ ହୋଇନି । ଭାରତ ସରକାରଙ୍କ ଟିମ ପଶ୍ଚିମବଙ୍ଗ ଯାଇ କାମ କରୁଛନ୍ତି । ଓଡ଼ିଶା ସରକାର ଵି କେନ୍ଦ୍ର ସହ ଯୋଗାଯୋଗରେ ଅଛନ୍ତି । ପଶ୍ଚିମ ବଙ୍ଗରେ ମାତ୍ର ଦୁଇଟି ମାମଲା ଆସିଛି, ହେଲେ ବ୍ୟାପିନି । ଯେଉଁଥି ପାଇଁ ଓଡ଼ିଶା ଭୟ କରିବା ଦରକାର ନାହିଁ ।

ପଶ୍ଚିମବଙ୍ଗରେ ନିପା ସଂକ୍ରମଣ ମାମଲା ସାମ୍ନାକୁ ଆସିବା ପରେ  ଓଡ଼ିଶାରେ ଏବେ ସତର୍କ ଘଣ୍ଟି ବାଜିଛି। ବିଶେଷକରି ପଶ୍ଚିମବଙ୍ଗ-ଓଡ଼ିଶା ସୀମାନ୍ତ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ସଂକ୍ରମିତ ଘୁଷୁରୀ, ବାଦୁଡିଙ୍କ ଠାରୁ ଏହି  ଭୂତାଣୁ ମଣିଷର ଶରୀର ଆସିବା ପରେ ଲୋକଙ୍କ ମଧ୍ୟରେ କ୍ଷୀପ୍ର ଗତିରେ ବ୍ୟାପିଥାଏ । ତେଣୁ ସଚେତନ ଓ ସତର୍କତା ହିଁ ଜରୁରୀ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ଚେତାଇଛନ୍ତି ।

https://www.thesakala.in/latest-odisha-news/odisha-does-not-need-to-worry-about-nipah-virus-now/article-44096
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର