ଅଡୁଆରେ ନିଶା ମହାରଣା: ଅଶ୍ଳୀଳ ନୃତ୍ୟ ପାଇଁ ଗିରଫ କରିବାକୁ ଭୁବନେଶ୍ୱରରେ ପହଞ୍ଚିଲା ବଲାଙ୍ଗିର ପୋଲିସ

Sakala Desk Picture
Published On

ବହୁଚର୍ଚ୍ଚିତ ଯାତ୍ରା ନୃତ୍ୟଶିଳ୍ପୀ ନିଶା ମହାରଣାଙ୍କ ପାଇଁ ଅଡୁଆ ବଢିବାରେ ଲାଗିଛି। ଅଶ୍ଳୀଳ ନୃତ୍ୟ ପରିବେଷଣ ଅଭିଯୋଗରେ ତାଙ୍କୁ ଗିରଫ କରିବା ପାଇଁ ବଲାଙ୍ଗିର ପୋଲିସ ଏକ ଟିମ୍ ସହ ଭୁବନେଶ୍ୱରରେ ପହଞ୍ଚିଥିବା ସୂଚନା ମିଳିଛି। ବଲାଙ୍ଗିର ଜିଲ୍ଲା ଚନ୍ଦନ ଭାଟି ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନିଶା ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କରିଥିବା ନେଇ ଅଭିଯୋଗ ହୋଇଥିଲା।

ଆହୁରି ପଢ଼ନ୍ତୁ: ଭୀମଭୋଇ ମେଡିକାଲରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ପରିବାରର ପକ୍ଷରୁ ତୀବ୍ର ଉତ୍ତେଜନା

ଏହି ଘଟଣାକୁ ଗୁରୁତର ସହ ନେଇ ପୋଲିସ ନିଜ ଆଡୁ ମାମଲା ରୁଜୁ କରିଛି। ବଲାଙ୍ଗିର ସଦର ଥାନା ପୋଲିସ ଏହି ମାମଲାର ତଦନ୍ତ ଆରମ୍ଭ କରିବା ସହ ନିଶାଙ୍କୁ ଗିରଫ କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି। ସର୍ବସାଧାରଣ ସ୍ଥାନରେ ଅଶ୍ଳୀଳତା ପ୍ରଦର୍ଶନ କରିବା ନେଇ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।

ଆହୁରି ପଢ଼ନ୍ତୁ: ଜଙ୍ଗଲରୁ ନିଖୋଜ ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର, ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ଅନ୍ୟପକ୍ଷରେ, ଏହି କାର୍ଯ୍ୟକ୍ରମ ଆୟୋଜନ କରିଥିବା କମିଟିର ଦୁଇ ଜଣ ସଦସ୍ୟଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି। ଅଟକ ଥିବା ଦୁଇ ଆୟୋଜକ ହେଲେ ସୁରେନ୍ଦ୍ର ନାଗ ଓ ରାଧେଶ୍ୟାମ ମେହେର। ବର୍ତ୍ତମାନ ପୋଲିସର ତଦନ୍ତ ଜାରି ରହିଛି ଏବଂ ଖୁବଶୀଘ୍ର ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜଣାପଡିଛି।

ଆହୁରି ପଢ଼ନ୍ତୁ: ବିଜେପି ନେତାଙ୍କ ମନ୍ତବ୍ୟକୁ ବିଜେଡିର କଡ଼ା ବିରୋଧ: ନବୀନଙ୍କ ବୟସକୁ ନେଇ ଆକ୍ଷେପ ବିକୃତ ମାନସିକତା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର