ସାଧାରଣତନ୍ତ୍ର ଦିବସ ୨୦୨୬: ଜାଣନ୍ତୁ ରାଜ୍ୟରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ...

Madhusudan Das Picture
Published On

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୨୬ ତାରିଖରେ ଦେଶ ପାଳିବ ୭୭ତମ ସାଧାରଣତନ୍ତ୍ର ଦିବସ । ଆଉ ମାତ୍ର ୫ ଦିନ ପରେ ସମଗ୍ର ଦେଶ ବେଶ ଧୁମ୍‌ଧାମ୍‌ରେ ସାଧାରଣତନ୍ତ୍ର ଦିବସ ପାଳନ କରିବ। ତେବେ ଓଡ଼ିଶାରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ୱର ମହାତ୍ମାଗାନ୍ଧି ମାର୍ଗରେ ମହାମହିମ ରାଜ୍ୟପାଳ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଜାତୀୟ ପତାକା ଉତ୍ତୋଳନ କରିବେ। କଟକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କୋରାପୁଟରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ଖୋର୍ଦ୍ଧାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପତାକା ଉତ୍ତୋଳନ କରିବେ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ସେହିପରି ପୁରୀରେ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ, ବରଗଡ଼ରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ, ରାୟଗଡ଼ାରେ ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ,କେନ୍ଦୁଝରରେ କୃଷ୍ଣଚନ୍ଦ୍ର ପାତ୍ର, ଢ଼େଙ୍କାନାଳରେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ, କନ୍ଧମାଳରେ ସ୍ଵାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ମାଲକାନଗିରିରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଭଦ୍ରକରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, କଳାହାଣ୍ଡିରେ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ, ନୟାଗଡ଼ରେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ସମ୍ବଲପରରେ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ବାଲେଶ୍ବରରେ ମତ୍ସ୍ୟସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବୌଦ୍ଧରେ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ଯୋଗ ଦେବେ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

20 Jan 2026 By Madhusudan Das

ସାଧାରଣତନ୍ତ୍ର ଦିବସ ୨୦୨୬: ଜାଣନ୍ତୁ ରାଜ୍ୟରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ...

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୨୬ ତାରିଖରେ ଦେଶ ପାଳିବ ୭୭ତମ ସାଧାରଣତନ୍ତ୍ର ଦିବସ । ଆଉ ମାତ୍ର ୫ ଦିନ ପରେ ସମଗ୍ର ଦେଶ ବେଶ ଧୁମ୍‌ଧାମ୍‌ରେ ସାଧାରଣତନ୍ତ୍ର ଦିବସ ପାଳନ କରିବ। ତେବେ ଓଡ଼ିଶାରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ୱର ମହାତ୍ମାଗାନ୍ଧି ମାର୍ଗରେ ମହାମହିମ ରାଜ୍ୟପାଳ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଜାତୀୟ ପତାକା ଉତ୍ତୋଳନ କରିବେ। କଟକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କୋରାପୁଟରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ଖୋର୍ଦ୍ଧାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପତାକା ଉତ୍ତୋଳନ କରିବେ।

ସେହିପରି ପୁରୀରେ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ, ବରଗଡ଼ରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ, ରାୟଗଡ଼ାରେ ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋଣ୍ଡ,କେନ୍ଦୁଝରରେ କୃଷ୍ଣଚନ୍ଦ୍ର ପାତ୍ର, ଢ଼େଙ୍କାନାଳରେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ, କନ୍ଧମାଳରେ ସ୍ଵାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ମାଲକାନଗିରିରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ଭଦ୍ରକରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, କଳାହାଣ୍ଡିରେ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ, ନୟାଗଡ଼ରେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ସମ୍ବଲପରରେ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ବାଲେଶ୍ବରରେ ମତ୍ସ୍ୟସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବୌଦ୍ଧରେ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ଯୋଗ ଦେବେ।

https://www.thesakala.in/latest-odisha-news/know-where-and-who-will-unfurl-national-flag-in-odisha-on-jan-26/article-44146
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର