ରାଜ୍ୟରେ 'ଆମ ବସ୍‌' ଚଲାଇବେ ମହିଳା, ତାଲିମ ପାଇଁ ୩୧ ତାରିଖରେ ପୁନେ ଯିବେ ୨୦ଜଣ ମହିଳା

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟରେ 'ଆମ ବସ୍‌' ଚଲାଇବେ ମହିଳା । ମହିଳାଙ୍କ ହାତରେ ରହିବ ଆମ ବସ୍‌ ଷ୍ଟିଅରିଂ । ତାଲିମ ପାଇଁ ଆସନ୍ତା ୩୧ ତାରିଖରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ ପୁନେ ଯିବେ ୨୦ଜଣ ମହିଳା । ଆଗାମୀ ଦିନରେ ରାଜ୍ୟରେ ମହିଳା ଯାତ୍ରୀଙ୍କ ସୁରକ୍ଷିତ ଯାତ୍ରା ଓ ସାମ୍ପ୍ରତିକ ପରିସ୍ଥିତିରେ ଜନ ପରିବହନର ବିଶେଷ ଚାହିଦାକୁ ଲକ୍ଷ୍ୟ କରି ମହିଳା ଚାଳକଙ୍କ ଉପରେ ଅଧିକ ଗୁରୁତ୍ୱ ଦିଆଯାଇଛି । 

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

କ୍ରୁଟ୍‌‌ ‘ଆମ ବସ୍‌‌’ ସେବାକୁ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କ୍ରୁଟ୍‌‌ କାର୍ଯ୍ୟ ପଦ୍ଧତି ଓ ଆମ ବସ୍‌‌ ସେବା ଅନ୍ତର୍ଗତ ବିଭିନ୍ନ ଗଠନମୂଳକ ପଦକ୍ଷେପ ଉପରେ ଆଲୋଚନା କରଯାଇଥିଲା। ସଧାରଣତଃ କୌଣସି ଦୁର୍ଘଟଣାର ପ୍ରମୁଖ କାରଣ ମଦ୍ୟପାନ ହୋଇଥାଇପାରେ ବୋଲି ଅନୁମାନ କରାଯାଇଥିଲା। ଏନେଇ ଆମ ବସ୍‌‌ ଚାଳନା କରୁଥିବା ସମସ୍ତ ଚାଳକଙ୍କୁ ମଦ୍ୟପାନ ଯାଞ୍ଚ କରିବା ବାଧ୍ୟତାମୂଳକ କରଯାଇଥିଲା। ଶେଷ ଗୋଟିଏ ବର୍ଷରେ ଏକ ଲକ୍ଷ ୯୭ ହଜାର ଥର ମଦ୍ୟପାନ ଯାଞ୍ଚ ହୋଇଛି। ବସ୍‌‌ ଟ୍ରୀପ୍‌‌ ଆରମ୍ଭ ଓ ଶେଷ ସମୟରେ ଏବଂ ଦିନର ଅତର୍କିତ ଭାବେ ନିୟମିତ ଯାଞ୍ଚ ଜାରି ରହିଛି। ସେ ମଧ୍ୟରୁ ଏକ ବର୍ଷ ମଧ୍ୟରେ ୧୯ ଜଣ ମଦ୍ୟପାନ କରିଥିବାର ଜଣା ପଡ଼ିଥିଲେ। ଯେଉଁମାନଙ୍କୁ ପୁଲିସ୍‌‌ ଗିରଫ ସହିତ ଆଇନ ଅନୁଯାୟୀ ତିନିମାସ ପାଇଁ ସେମାନଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯିବାକୁ ନିକଟସ୍ଥ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚାଳକମାନଙ୍କ ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କରାଯାଇଛି। 

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ଆସନ୍ତା ୩୧ ତାରିଖରେ କ୍ରୁଟ୍‌‌ ପକ୍ଷରୁ ୨୦ ଜଣ ମହିଳା ଇ-ବସ୍‌‌ ଚାଳନା ତାଲିମ ନିମନ୍ତେ ପୁନେ ଯାତ୍ରା କରିବେ। ଭାରତର ପ୍ରଥମ ସରକାରୀ ଜନ ପରିବହନ ସଂସ୍ଥା ଭାବେ କ୍ରୁଟ୍‌‌ ଦୁର୍ଘଟଣା ଗ୍ରସ୍ତ ପରିବାରକୁ ତୁରନ୍ତ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ସହିତ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରଙ୍କ ଭରଣପୋଷଣ ନିମନ୍ତେ ୪ କୋଟିରୁ ଅଧିକ ଟଙ୍କାର ବୀମା ରାଶି ପ୍ରଦାନ କରିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଖୁବ୍‌‌ ଶୀଘ୍ର କ୍ରୁଟ ଡିପୋ ପରିସରରେ ନିଜର ତାଲିମ୍‌‌ ଅନୁଷ୍ଠାନ ନିର୍ମାଣ ହେବ। ଯେଉଁଠି ବ୍ୟବହାରିକ, ଆଚରଣଗତ ପ୍ରଶିକ୍ଷଣ ସହିତ ଟ୍ରାଫିକ ନୀୟମ ଓ ଲେନ୍‌‌ ଡ୍ରାଇଭିଂ ଭଳି ଅନେଗୁଡ଼ିଏ ଦିଗରେ ଅଧିକ ଗୁରୁତ୍ୱ ପ୍ରଦାନ କରାଯିବ। 

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର