ବଢ଼ିଲା ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା, ୧୮୦୦ ବଦଳରେ ପାଇବେ ୨୫୦୦ ଟଙ୍କା

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀଙ୍କ ପାଇଁ ଖୁସି ଖବର । ବଢ଼ିଲା ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା । ଏଣିକି ୧୮ ଶହ ବଦଳରେ ଗ୍ରାମରକ୍ଷୀ ପାଇବେ ୨୫ ଶହ ଟଙ୍କା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ। ଏଥିସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ, ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା କରାଯାଇଛି। ସୂଚନାଯୋଗ୍ୟ ଯେ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥାଏ।

ଆହୁରି ପଢ଼ନ୍ତୁ: ସାପ କାମୁଡ଼ିବା ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର