ଆଜି ବିଦ୍ୟାଦାତ୍ରୀ ମା’ ସରସ୍ୱତୀଙ୍କ ପୂଜା, ପୁରପଲ୍ଲୀଠୁ ଆରମ୍ଭ କରି ଶିକ୍ଷାନୁଷ୍ଠାନ ଓ କାର୍ଯ୍ୟାଳୟରେ ମା’ଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା

Madhusudan Das Picture
Published On

ଆଜି ପବିତ୍ର ଶ୍ରୀପଞ୍ଚମୀ, ବିଦ୍ୟାଦାତ୍ରୀ ମା’ ସରସ୍ୱତୀଙ୍କ ପୂଜା । ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ମା’ ସରସ୍ବତୀଙ୍କୁ ପୁରପଲ୍ଲୀରୁ ଆରମ୍ଭ କରି ଶିକ୍ଷାନୁଷ୍ଠାନ ଓ କାର୍ଯ୍ୟାଳୟଗୁଡ଼ିକରେ ପୂଜାର୍ଚ୍ଚନା କରାଯାଏ । ହିନ୍ଦୁଧର୍ମରେ ସରସ୍ଵତୀଙ୍କୁ ଜ୍ଞାନର ଦେବୀ ବୋଲି ଅଭିହିତ କରାଯାଏ । ସେ ଜ୍ଞାନ, ବୁଦ୍ଧି, ବିବେକ, ବିଦ୍ୟାର ଉତ୍ସ ବା ପ୍ରକାଶରୂପ | ସେ ବ୍ରହ୍ମାଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ । ସେ ହେଉଛନ୍ତି ବାକ୍ୟର ଦେବୀ ବାଗ୍‌ଦେବୀ, ବାଣୀ, ଶାରଦା । ମା’ ସରସ୍ବତୀ, ମା’ ଲକ୍ଷ୍ମୀ ଓ ମା’ କାଳୀ ତିନୋଟି ସ୍ବରୂପ ଆଦ୍ୟାଶକ୍ତିଙ୍କର ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ମାଘ ଶୁକ୍ଳ ପଞ୍ଚମୀରେ ଆଦ୍ୟାଶକ୍ତି ମହାସରସ୍ୱତୀ ସ୍ଵତନ୍ତ୍ର ରୂପରେ ପୂଜା ପାଇଥାନ୍ତି । ଶିକ୍ଷାନୁଷ୍ଠାନଗୁଡ଼ିକରେ ଏହି ପବିତ୍ର ଦିନଟିକୁ ଧୁମ୍‌ଧାମ୍‌ରେ ପାଳନ କରାଯାଇଥାଏ। ବିଦ୍ୟାର୍ଥୀମାନେ ଶ୍ରେଣୀଗୃହକୁ ରଙ୍ଗୀନ କାଗଜମାଳାରେ ସଜାଇ ମା’ଙ୍କୁ ଆରାଧନା କରିଥାନ୍ତି। ମା’ ସରସ୍ବତୀଙ୍କ ପୂଜାରେ ପଞ୍ଚାମୃତ, ଧଳା ଫୁଲ, ଚନ୍ଦନ, ଆଖୁ, ଖୁରୀ, ଧଳା ବସ୍ତ୍ର, ମୋତି, ରୂପା, ଧଳାମାଳି ଅଳଙ୍କାର ,ଅଦା, ଅଁଳା, ଘିଅ, ନଡ଼ିଆ, ବରକୋଳି ଆଦି ଅର୍ପଣ କରାଯାଏ । ମା’ଙ୍କ ପୂଜା ଅର୍ଚ୍ଚନା ଓ ପୁଷ୍ପାଞ୍ଜଳି ସରିବା ପର୍ଯ୍ୟନ୍ତ ବିଦ୍ୟାର୍ଥୀ ଉପବାସ ରହିଥାନ୍ତି।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ଏହି ଦିନ ମା’ ଶୁକ୍ଳ ବସ୍ତ୍ର ପରିଧାନ କରି ରତ୍ନ ବିଭୂଷିତ କୁଣ୍ଡଳ ଧାରଣ କରି, ହସ୍ତରେ ବୀଣା ଓ ପୁସ୍ତକ ଧରି ପଦ୍ମାସନରେ ଶ୍ଵେତ ପଦ୍ମ ଉପରେ ବିରାଜମାନ ହୋଇଥାନ୍ତି। ମା’ଙ୍କ ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ବିଦ୍ୟାର୍ଥୀ, ପୁସ୍ତକ ଓ କଲମ ମା’ଙ୍କ ନିକଟରେ ରଖ୍ ପୂଜା କରିଥାନ୍ତି। ସରସ୍ଵତୀ ହାତରେ ବୀଣା ଧରିଥିବାରୁ ତାଙ୍କର ଅନ୍ୟନାମ ବୀଣାପାଣି ବୋଲି ମଧ୍ୟ କୁହାଯାଇଥାଏ। ଏହି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରା ନିମନ୍ତେ ରଥ କାଠ ଅନୁକୂଳ ହୋଇଥାଏ ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

23 Jan 2026 By Madhusudan Das

ଆଜି ବିଦ୍ୟାଦାତ୍ରୀ ମା’ ସରସ୍ୱତୀଙ୍କ ପୂଜା, ପୁରପଲ୍ଲୀଠୁ ଆରମ୍ଭ କରି ଶିକ୍ଷାନୁଷ୍ଠାନ ଓ କାର୍ଯ୍ୟାଳୟରେ ମା’ଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା

ଆଜି ପବିତ୍ର ଶ୍ରୀପଞ୍ଚମୀ, ବିଦ୍ୟାଦାତ୍ରୀ ମା’ ସରସ୍ୱତୀଙ୍କ ପୂଜା । ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ମା’ ସରସ୍ବତୀଙ୍କୁ ପୁରପଲ୍ଲୀରୁ ଆରମ୍ଭ କରି ଶିକ୍ଷାନୁଷ୍ଠାନ ଓ କାର୍ଯ୍ୟାଳୟଗୁଡ଼ିକରେ ପୂଜାର୍ଚ୍ଚନା କରାଯାଏ । ହିନ୍ଦୁଧର୍ମରେ ସରସ୍ଵତୀଙ୍କୁ ଜ୍ଞାନର ଦେବୀ ବୋଲି ଅଭିହିତ କରାଯାଏ । ସେ ଜ୍ଞାନ, ବୁଦ୍ଧି, ବିବେକ, ବିଦ୍ୟାର ଉତ୍ସ ବା ପ୍ରକାଶରୂପ | ସେ ବ୍ରହ୍ମାଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ । ସେ ହେଉଛନ୍ତି ବାକ୍ୟର ଦେବୀ ବାଗ୍‌ଦେବୀ, ବାଣୀ, ଶାରଦା । ମା’ ସରସ୍ବତୀ, ମା’ ଲକ୍ଷ୍ମୀ ଓ ମା’ କାଳୀ ତିନୋଟି ସ୍ବରୂପ ଆଦ୍ୟାଶକ୍ତିଙ୍କର ।

ମାଘ ଶୁକ୍ଳ ପଞ୍ଚମୀରେ ଆଦ୍ୟାଶକ୍ତି ମହାସରସ୍ୱତୀ ସ୍ଵତନ୍ତ୍ର ରୂପରେ ପୂଜା ପାଇଥାନ୍ତି । ଶିକ୍ଷାନୁଷ୍ଠାନଗୁଡ଼ିକରେ ଏହି ପବିତ୍ର ଦିନଟିକୁ ଧୁମ୍‌ଧାମ୍‌ରେ ପାଳନ କରାଯାଇଥାଏ। ବିଦ୍ୟାର୍ଥୀମାନେ ଶ୍ରେଣୀଗୃହକୁ ରଙ୍ଗୀନ କାଗଜମାଳାରେ ସଜାଇ ମା’ଙ୍କୁ ଆରାଧନା କରିଥାନ୍ତି। ମା’ ସରସ୍ବତୀଙ୍କ ପୂଜାରେ ପଞ୍ଚାମୃତ, ଧଳା ଫୁଲ, ଚନ୍ଦନ, ଆଖୁ, ଖୁରୀ, ଧଳା ବସ୍ତ୍ର, ମୋତି, ରୂପା, ଧଳାମାଳି ଅଳଙ୍କାର ,ଅଦା, ଅଁଳା, ଘିଅ, ନଡ଼ିଆ, ବରକୋଳି ଆଦି ଅର୍ପଣ କରାଯାଏ । ମା’ଙ୍କ ପୂଜା ଅର୍ଚ୍ଚନା ଓ ପୁଷ୍ପାଞ୍ଜଳି ସରିବା ପର୍ଯ୍ୟନ୍ତ ବିଦ୍ୟାର୍ଥୀ ଉପବାସ ରହିଥାନ୍ତି।

ଏହି ଦିନ ମା’ ଶୁକ୍ଳ ବସ୍ତ୍ର ପରିଧାନ କରି ରତ୍ନ ବିଭୂଷିତ କୁଣ୍ଡଳ ଧାରଣ କରି, ହସ୍ତରେ ବୀଣା ଓ ପୁସ୍ତକ ଧରି ପଦ୍ମାସନରେ ଶ୍ଵେତ ପଦ୍ମ ଉପରେ ବିରାଜମାନ ହୋଇଥାନ୍ତି। ମା’ଙ୍କ ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ବିଦ୍ୟାର୍ଥୀ, ପୁସ୍ତକ ଓ କଲମ ମା’ଙ୍କ ନିକଟରେ ରଖ୍ ପୂଜା କରିଥାନ୍ତି। ସରସ୍ଵତୀ ହାତରେ ବୀଣା ଧରିଥିବାରୁ ତାଙ୍କର ଅନ୍ୟନାମ ବୀଣାପାଣି ବୋଲି ମଧ୍ୟ କୁହାଯାଇଥାଏ। ଏହି ଦିନ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରା ନିମନ୍ତେ ରଥ କାଠ ଅନୁକୂଳ ହୋଇଥାଏ ।

https://www.thesakala.in/latest-odisha-news/happy-basant-panchami-saraswati-puja-2026/article-44185
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର