ଯୋଗାଣ ମନ୍ତ୍ରୀଙ୍କ ବାସଭବନରେ ସହଯୋଗୀଙ୍କ ମୃତ୍ୟୁ ଘଟଣା: ବିଧିବଦ୍ଧ ତଦନ୍ତ ସହ ସରକାରଙ୍କୁ ସ୍ପଷ୍ଟୀକରଣ ମାଗିଲା ବିଜେଡି

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସରକାରୀ ବାସଭବନରେ ତାଙ୍କର ଜଣେ ସହଯୋଗୀଙ୍କ ମୃତ୍ୟୁ ଘଟଣାରେ ପ୍ରଶ୍ନ ଉଠାଇଛି ବିଜେଡି। ମୃତକଙ୍କ ଶବକୁ ତରବରିଆ ଭାବେ ତାଙ୍କ ପରିବାରକୁ ହସ୍ତାନ୍ତର କରାଯିବା ଉପରେ ଦଳ ପ୍ରଶ୍ନ ଉଠାଇବା ସହ ଏହାକୁ ନେଇ ରାଜ୍ୟ ବିଜେପି ସରକାରଙ୍କୁ କାଠଗଡ଼ାରେ ଛିଡ଼ା କରାଇଛି। 

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ଦଳର ଉପସଭାପତି ସଞ୍ଜୟ ଦାସବର୍ମା କହିଥିଲେ, ରାଜ୍ୟର ଜଣେ କ୍ୟାବିନେଟ ମନ୍ତ୍ରୀଙ୍କ ସରକାରୀ ବାସଭବନରେ ତାଙ୍କର ଜଣେ ସହଯୋଗୀଙ୍କ ଅକସ୍ମ୍ମାତ୍‌ ମୃତ୍ୟୁ ଘଟୁଛି। ସରକାର କେବଳ ଏକ ଅପମୃତ୍ୟୁ ମାମଲା (ୟୁଡି କେସ୍‌) ରୁଜୁ କରି ମୃତକଙ୍କ ଶବ ତାଙ୍କ ପରିବାରକୁ ହସ୍ତାନ୍ତର କରି ଦେଇଛନ୍ତି। ସରକାରଙ୍କ ଏହି ତରବରିଆ ଉଦ୍ୟମ ଅନେକ ପ୍ରଶ୍ନ ସୃଷ୍ଟି କରିଛି। ରାଜ୍ୟର ଗୃହ ମନ୍ତ୍ରାଳୟର ଦାୟିତ୍ୱ ଖୋଦ୍‌ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପାଖରେ ଥିବାରୁ ଏହି ଘଟଣାର ସତ୍ୟାସତ୍ୟ ସେ ଓଡିଶାବାସୀଙ୍କ ସମ୍ମୁଖରେ ରଖିବା ଉଚିତ ବୋଲି ଶ୍ରୀ ଦାସବର୍ମା ଦାବି କରିଛନ୍ତି। 

ଆହୁରି ପଢ଼ନ୍ତୁ: ନୟାଗଡ଼ର ରୁଖି ପାହାଡ଼ରେ ଫସିଗଲେ କଲେଜ ଛାତ୍ର, ୨ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ସୁରକ୍ଷିତ ଉଦ୍ଧାର

ସେ ଆହୁରି କହିଛନ୍ତି, ବ୍ୟକ୍ତି ଜଣଙ୍କର ମୃତ୍ୟୁ ବିଦ୍ୟୁତ୍‌ ଆଘାତରେ ହେଲା ବୋଲି କୁହାଯାଉଥିବା ବେଳେ, ସରକାରୀ ବାସଭବନରେ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ଘଟିବା ଏକ ସାଙ୍ଘାତିକ ଘଟଣା। ଏହା ନିଶ୍ଚିତ ଭାବେ ଏକ ସୁରକ୍ଷା ତ୍ରୁଟି। ବ୍ୟକ୍ତି ଜଣଙ୍କର ମୃତ୍ୟୁ କିପରି ହେଲା ଓ ତାଙ୍କ ମୃତ୍ୟୁ ପାଇଁ କିଏ ଦାୟୀ, ଏନେଇ ବିଧିବଦ୍ଧ ତଦନ୍ତ ହେବାର ଆବଶ୍ୟକ ଅଛି ବୋଲି ଦଳ ଦାବି କରିଛି। ଏହାସହିତ ମୃତକଙ୍କ ଶବ ତାଙ୍କ ପରିବାର ସଦସ୍ୟଙ୍କୁ ହସ୍ତାନ୍ତର କରିବା ସମୟରେ ଗଣମାଧ୍ୟମ ପ୍ରତିନିଧିମାନେ ପରିବାର ସଦସ୍ୟଙ୍କ ସହିତ ବାର୍ତ୍ତାଳାପ କରିବାକୁ ବାରଣ କରାଯାଇଥିଲା। ଏହାଦ୍ୱାରା ସରକାର କିଛି ଲୁଚାଇବାକୁ ଚେଷ୍ଟା କରୁଛନ୍ତି ବୋଲି ଜଣାପଡୁଛି। ତେଣୁ ରାଜ୍ୟ ସରକାର ଏହି ମାମଲାର ଉପଯୁକ୍ତ ତଦନ୍ତ କରି ମୃତ୍ୟୁର କାରଣ ସମ୍ୱନ୍ଧରେ ସ୍ପଷ୍ଟୀକରଣ ରଖନ୍ତୁ ବୋଲି ଶ୍ରୀ ଦାସବର୍ମା କହିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର