ରାଜ୍ୟ କ୍ୟାବିନେଟ ବୈଠକରେ ୧୦ ବିଭାଗର ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି । ବୈଠକରେ ୧୦ଟି ବିଭାଗର ୧୨ଟି ପ୍ରସ୍ତାବକୁ ମିଳିଛି କ୍ୟାବିନେଟ ମଞ୍ଜୁରୀ । ରାଜ୍ୟ ସମବାୟ ନୀତିକୁ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ବେଳେ ଜଳସମ୍ପଦ ବିଭାଗର ଡାଇଭର୍ସନ ସିଷ୍ଟମ ପାଇଁ ୩୬୨କୋଟି ଟଙ୍କା ମଞ୍ଜୁର ହୋଇଛି ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ମାର୍ଚ୍ଚ ଯାଏଁ ଦୁବାଇ, ସିଙ୍ଗାପୁରକୁ ବିମାନ ଉଡାଣ ଜାରି ରହିବ। ପରବର୍ତ୍ତୀ ସମୟରେ ଏହି ସେବା ଚାଲୁ ରହିବ କି ନାହିଁ ତାହା ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ। କ୍ୟାବିନେଟ ବୈଠକ ପରେ ମୁଖ୍ୟ ଶାସନ ସଚିବ ଏନେଇ ସୂଚନା ଦେଇଛନ୍ତି ।ଏହାସହ ଓଡ଼ିଶାରେ ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେଶ ସାମଗ୍ରୀ । ଏନେଇ କ୍ୟାବିନେଟ ବୈଠକରେ ବାଜିଛି ମୋହର । ଓଡ଼ିଶାରେ ପ୍ରତିରକ୍ଷା ଓ ଏୟାରସ୍ପେସ୍ ସାମଗ୍ରୀ ନିର୍ମାଣ ହେବ। ଶିଳ୍ପ ବିଭାଗର କଲ୍ୟାଣୀ ଗ୍ରୁପ ତରଫରୁ ଇଣ୍ଡିଗ୍ରେଟେଡ଼ ନ୍ୟୁ ଏଜ ମାନୁଫେକଚର କମ୍ପ୍ଲେକ୍ସ ଢେଙ୍କାନାଳର ଗଜମରା ଠାରେ ୧୧ ସହ ଏକର ଜମିରେ ନିର୍ମାଣ ହେବ । ୧୭ ହଜାର ୨୫୦ କୋଟି ଟଙ୍କାର ନିବେଶ ହେବ । ୨୦ ହଜାର ନିଯୁକ୍ତି ସୃଷ୍ଟି ହେବ । ଟାଇଟନିୟମ, ସ୍ପେଶାଲ ଷ୍ଟିଲ, ଅଟୋ କମ୍ପନେଟ, ଏରୋସ୍ପେଶ, ପ୍ରତିରକ୍ଷା ସାମଗ୍ରୀ ପ୍ରସ୍ତୁତ ହେବ ।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର