କରୋନା ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ, ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା ମହାମାରୀ ଭୁତାଣୁ

The Sakala Picture
Published On

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪୩୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ […]

ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪୩୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଦୁଷ୍କର୍ମ ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ବାନ୍ଧିଲା ମହିଳା ଥାନା ପୋଲିସ

ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ଜଣ, କଟକ ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୮ ଜଣ, ସୁନ୍ଦରଗଡ଼ ଓ ବାଲେଶ୍ୱର ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି। ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୫ଜଣ ଲେଖାଏଁ, ଝାରସୁଗୁଡ଼ା ଜିଲ୍ଲାରୁ ୪ ଜଣ, ଦେବଗଡ଼ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି: ୩ପାୱାର ବୋଟ୍‌ ସହ ୮୪ ଅସ୍ଥାୟୀ ଆଶ୍ରୟସ୍ଥଳୀ ପ୍ରସ୍ତୁତ, ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୮୭ ହଜାର ୦୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୨ ହଜାର ୧୨୯ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୮ ହଜାର ୪୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୬୪୩୫ ଜଣଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ, ୪୮ ଘଣ୍ଟାରେ ଅବପାତ ସମ୍ଭାବନା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର