ରାଜ୍ୟରେ ୨୫୦ଟି ନୂଆ ଆମ୍ବୁଲାନ୍ସ ଲୋକାର୍ପିତ, ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବାକୁ ପଦକ୍ଷେପ

Madhusudan Das Picture
Published On

ଭୁବନେଶ୍ୱର : ରାଜ୍ୟରେ ଗଡିଲା ଆଉ ୨୫୦ଟି ନୂଆ ଆମ୍ବୁଲାନ୍ସ । ଦ୍ୱିତୀୟ ପର୍ଯ୍ୟାୟରେ ୨୫୦ ଆମ୍ବୁଲାନ୍ସ ଲୋକାର୍ପିତ କରାଯାଇଛି । ଆଜି ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଆଉ ୨୫୦ଟି ନୂଆ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥିମଧ୍ୟରୁ ୭ଟି ଆମ୍ବୁଲାନ୍ସରେ ରହିଛି ଆଡ୍‌ଭାନ୍ସ ଲାଇଫ୍ ସପୋର୍ଟ ବ୍ୟବସ୍ଥା । ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବାକୁ ପଦକ୍ଷେପ । ରାଜ୍ୟ ସରକାର ଜରୁରୀକାଳୀନ ଆମ୍ବୁଲାନ୍ସ ସେବାରେ ୪୨୮ଟି ନୂଆ ଆମ୍ବୁଲାନ୍ସ ଯୋଡ଼ିଛନ୍ତି । ପ୍ରଥମ ପର୍ଯ୍ୟାୟରେ ୨୦୨୫ ମସିହା ଡିସେମ୍ବର ୨୩ ତାରିଖ ଦିନ ୧୫୦ଟି ଆମ୍ବୁଲାନ୍ସ ଲୋକାର୍ପିତ ହୋଇଥିଲା । ଦ୍ୱିତୀୟ ପର୍ଯ୍ୟାୟରେ ଆଜି ମୁଖ୍ୟମନ୍ତ୍ରୀ ଆଉ ୨୫୦ଟି ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି ।  ଏଥିରେ ବିମାନବନ୍ଦର ନିମନ୍ତେ ୫ଟି ଏବଂ ଝାରସୁଗୁଡ଼ା ସ୍ଥିତ କାର୍ଡିଆକ୍ କେୟାର୍ ହସ୍ପିଟାଲ ନିମନ୍ତେ ୨ଟି ଅତ୍ୟାଧୁନିକ ଲାଇଫ୍ ସପୋର୍ଟ (ALS) ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି ।

ଆହୁରି ପଢ଼ନ୍ତୁ: ଗ୍ୟାସ ଅଭାବକୁ ନେଇ ବିଧାନସଭା ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଙ୍ଗାମା, ବାରମ୍ବାର ଗୃହ ମୁଲତବି

ପ୍ରତି ଆମ୍ବୁଲାନ୍ସ ପିଛା ୨୫.୭୭ ଲକ୍ଷ ଟଙ୍କା ହିସାବରେ ୪୨୮ଟି ଆମ୍ବୁଲାନ୍ସ ପାଇଁ ପ୍ରାୟ ୧୧୧ କୋଟି ଟଙ୍କା ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ ବିନିଯୋଗ କରିଛନ୍ତି । ୧୦୮ ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ଓଡ଼ିଶାରେ ୨୦୧୩ ମାର୍ଚ୍ଚ ୫ ତାରିଖ ଦିନ ଆରମ୍ଭ ହୋଇଥିଲା, ଏବଂ ବର୍ତ୍ତମାନ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ମୋଟ ୮୬୬ଟି ଆମ୍ବୁଲାନ୍ସ ଜନସାଧାରଣଙ୍କ ସେବାରେ ନିୟୋଜିତ ଅଛି ।  ଏଥିରେ ୪୪୯ଟି ବେସିକ ଲାଇଫ ସପୋର୍ଟ(BLS) ଆମ୍ବୁଲାନ୍ସ, ୪୧୧ଟି ଆଡ୍‌ଭାନ୍‌ସ୍‌ ଲାଇଫ ସପୋର୍ଟ (ALS) ଆମ୍ବୁଲାନ୍ସ ଏବଂ ୬ଟି ବୋଟ୍ ଆମ୍ବୁଲାନ୍ସ ରହିଛି । ଏହିସବୁ ଆମ୍ବୁଲାନ୍ସ ଦ୍ବାରା ଜନସାଧାରଣଙ୍କୁ ହସ୍ପିଟାଲ ଯିବା ନିମନ୍ତେ ଜରୁରୀକାଳୀନ ସ୍ଥାନାନ୍ତରଣ ସେବା ଦେୟମୁକ୍ତ ଭାବେ ଯୋଗାଇ ଦିଆଯାଉଛି ।

ଆହୁରି ପଢ଼ନ୍ତୁ: କର୍ତ୍ତବ୍ୟରେ ଅବହେଳା ପାଇଁ ୨ ଫରେଷ୍ଟର୍ ଓ ଜଣେ ଫରେଷ୍ଟ ଗାର୍ଡ ନିଲମ୍ବନ

ଏହା ସହିତ, ରାଜ୍ୟରେ ଗର୍ଭବତୀ ମହିଳା ଓ ଅସୁସ୍ଥ ଶିଶୁମାନଙ୍କ ସୁରକ୍ଷିତ ପରିବହନ ପାଇଁ “ଜନନୀ ଏକ୍ସପ୍ରେସ୍” ଯୋଜନା ଅଧୀନରେ ୫୦୦ଟି ଆମ୍ବୁଲାନ୍ସ ନିୟୋଜିତ ରହିଛି । ବର୍ତ୍ତମାନ ୧୦୮ ଆମ୍ବୁଲାନ୍ସ ଓ ଜନନୀ ଏକ୍ସପ୍ରେସ୍ ସେବା ମାଧ୍ଯମରେ ପ୍ରତିଦିନ ହାରାହାରି ୫୦୦୦ରୁ ଅଧିକ ରୋଗୀଙ୍କୁ ସରକାରୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପହଞ୍ଚାଇ ଚିକିତ୍ସା ସୁବିଧା ଦିଆଯାଉଛି ।  ନୂଆ ଆମ୍ବୁଲାନ୍ସଗୁଡ଼ିକୁ ପର୍ଯ୍ୟାୟକ୍ରମେ ସେବାରେ ସମ୍ମିଳିତ କରିବା ଦ୍ବାରା ପୁରୁଣା ଆମ୍ବୁଲାନ୍ସ ଗୁଡ଼ିକର ପରିବର୍ତ୍ତନ କରି ଆମ୍ବୁଲାନ୍ସ ସେବାର ପ୍ରତିକ୍ରିୟା ସମୟ କମାଯାଇ ପାରିବ; ଏବଂ, ଜରୁରୀକାଳୀନ ସ୍ବାସ୍ଥ୍ୟ ସେବାକୁ ଅଧିକ ସୁଦୃଢ କରିବା ସହିତ ସୁସ୍ଥ ଓଡ଼ିଶା ଏବଂ ବିକଶିତ ଓଡ଼ିଶାକୁ ସାକାର ରୂପ ଦିଆଯାଇପାରିବ ।

ଆହୁରି ପଢ଼ନ୍ତୁ: ବିରୂପା ନଦୀରୁ ଦୁଇ ଭାଇଙ୍କ ମୃତଦେହ ଉଦ୍ଧାର, ଦୁଇଦିନ ତଳୁ ନିଖୋଜ ଥିଲେ

ଅନ୍ୟପଟେ ପ୍ରତିକ୍ରିୟା ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ – ସ୍ୱାସ୍ଥ୍ୟ ଦକ୍ଷତା ପ୍ରତିପାଦନ କରି, ଆମ୍ବୁଲାନ୍ସ ଭୂମିକା ସୁନିଶ୍ଚିତ କରିବା ପାଇଁ ଦୃଢ ପଦକ୍ଷେପ ଗ୍ରହଣ କରଯାଇଛି ।  ପୁରୁଣା ଆମ୍ବୁଲାନ୍ସର ନବୀକାରଣ ଜରୁରୀ ଥିଲା ।  ଏ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥଲେ । ପ୍ରତି ବ୍ଲକ୍, ଜିଲ୍ଲା, CHC, ସହ ଯୋଗାଯୋଗ କରିବ ।  ଯାହା ଜରୁରୀ ସ୍ୱାସ୍ଥ୍ୟ ସେବା ପାଇଁ ଯାହା ଆବଶ୍ୟକ ତାହା କାର୍ଯ୍ୟକାରି କରିବେ ସରକାର । ଆଶା କରୁଛି ରୋଗୀଙ୍କ ସାହାଯ୍ୟ ସମୟାର ଏହା ସହାୟକ ହେବ ।

10 Feb 2026 By Madhusudan Das

ରାଜ୍ୟରେ ୨୫୦ଟି ନୂଆ ଆମ୍ବୁଲାନ୍ସ ଲୋକାର୍ପିତ, ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବାକୁ ପଦକ୍ଷେପ

ଭୁବନେଶ୍ୱର : ରାଜ୍ୟରେ ଗଡିଲା ଆଉ ୨୫୦ଟି ନୂଆ ଆମ୍ବୁଲାନ୍ସ । ଦ୍ୱିତୀୟ ପର୍ଯ୍ୟାୟରେ ୨୫୦ ଆମ୍ବୁଲାନ୍ସ ଲୋକାର୍ପିତ କରାଯାଇଛି । ଆଜି ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଆଉ ୨୫୦ଟି ନୂଆ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥିମଧ୍ୟରୁ ୭ଟି ଆମ୍ବୁଲାନ୍ସରେ ରହିଛି ଆଡ୍‌ଭାନ୍ସ ଲାଇଫ୍ ସପୋର୍ଟ ବ୍ୟବସ୍ଥା । ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବାକୁ ପଦକ୍ଷେପ । ରାଜ୍ୟ ସରକାର ଜରୁରୀକାଳୀନ ଆମ୍ବୁଲାନ୍ସ ସେବାରେ ୪୨୮ଟି ନୂଆ ଆମ୍ବୁଲାନ୍ସ ଯୋଡ଼ିଛନ୍ତି । ପ୍ରଥମ ପର୍ଯ୍ୟାୟରେ ୨୦୨୫ ମସିହା ଡିସେମ୍ବର ୨୩ ତାରିଖ ଦିନ ୧୫୦ଟି ଆମ୍ବୁଲାନ୍ସ ଲୋକାର୍ପିତ ହୋଇଥିଲା । ଦ୍ୱିତୀୟ ପର୍ଯ୍ୟାୟରେ ଆଜି ମୁଖ୍ୟମନ୍ତ୍ରୀ ଆଉ ୨୫୦ଟି ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି ।  ଏଥିରେ ବିମାନବନ୍ଦର ନିମନ୍ତେ ୫ଟି ଏବଂ ଝାରସୁଗୁଡ଼ା ସ୍ଥିତ କାର୍ଡିଆକ୍ କେୟାର୍ ହସ୍ପିଟାଲ ନିମନ୍ତେ ୨ଟି ଅତ୍ୟାଧୁନିକ ଲାଇଫ୍ ସପୋର୍ଟ (ALS) ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି ।

ପ୍ରତି ଆମ୍ବୁଲାନ୍ସ ପିଛା ୨୫.୭୭ ଲକ୍ଷ ଟଙ୍କା ହିସାବରେ ୪୨୮ଟି ଆମ୍ବୁଲାନ୍ସ ପାଇଁ ପ୍ରାୟ ୧୧୧ କୋଟି ଟଙ୍କା ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ ବିନିଯୋଗ କରିଛନ୍ତି । ୧୦୮ ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ଓଡ଼ିଶାରେ ୨୦୧୩ ମାର୍ଚ୍ଚ ୫ ତାରିଖ ଦିନ ଆରମ୍ଭ ହୋଇଥିଲା, ଏବଂ ବର୍ତ୍ତମାନ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ମୋଟ ୮୬୬ଟି ଆମ୍ବୁଲାନ୍ସ ଜନସାଧାରଣଙ୍କ ସେବାରେ ନିୟୋଜିତ ଅଛି ।  ଏଥିରେ ୪୪୯ଟି ବେସିକ ଲାଇଫ ସପୋର୍ଟ(BLS) ଆମ୍ବୁଲାନ୍ସ, ୪୧୧ଟି ଆଡ୍‌ଭାନ୍‌ସ୍‌ ଲାଇଫ ସପୋର୍ଟ (ALS) ଆମ୍ବୁଲାନ୍ସ ଏବଂ ୬ଟି ବୋଟ୍ ଆମ୍ବୁଲାନ୍ସ ରହିଛି । ଏହିସବୁ ଆମ୍ବୁଲାନ୍ସ ଦ୍ବାରା ଜନସାଧାରଣଙ୍କୁ ହସ୍ପିଟାଲ ଯିବା ନିମନ୍ତେ ଜରୁରୀକାଳୀନ ସ୍ଥାନାନ୍ତରଣ ସେବା ଦେୟମୁକ୍ତ ଭାବେ ଯୋଗାଇ ଦିଆଯାଉଛି ।

ଏହା ସହିତ, ରାଜ୍ୟରେ ଗର୍ଭବତୀ ମହିଳା ଓ ଅସୁସ୍ଥ ଶିଶୁମାନଙ୍କ ସୁରକ୍ଷିତ ପରିବହନ ପାଇଁ “ଜନନୀ ଏକ୍ସପ୍ରେସ୍” ଯୋଜନା ଅଧୀନରେ ୫୦୦ଟି ଆମ୍ବୁଲାନ୍ସ ନିୟୋଜିତ ରହିଛି । ବର୍ତ୍ତମାନ ୧୦୮ ଆମ୍ବୁଲାନ୍ସ ଓ ଜନନୀ ଏକ୍ସପ୍ରେସ୍ ସେବା ମାଧ୍ଯମରେ ପ୍ରତିଦିନ ହାରାହାରି ୫୦୦୦ରୁ ଅଧିକ ରୋଗୀଙ୍କୁ ସରକାରୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପହଞ୍ଚାଇ ଚିକିତ୍ସା ସୁବିଧା ଦିଆଯାଉଛି ।  ନୂଆ ଆମ୍ବୁଲାନ୍ସଗୁଡ଼ିକୁ ପର୍ଯ୍ୟାୟକ୍ରମେ ସେବାରେ ସମ୍ମିଳିତ କରିବା ଦ୍ବାରା ପୁରୁଣା ଆମ୍ବୁଲାନ୍ସ ଗୁଡ଼ିକର ପରିବର୍ତ୍ତନ କରି ଆମ୍ବୁଲାନ୍ସ ସେବାର ପ୍ରତିକ୍ରିୟା ସମୟ କମାଯାଇ ପାରିବ; ଏବଂ, ଜରୁରୀକାଳୀନ ସ୍ବାସ୍ଥ୍ୟ ସେବାକୁ ଅଧିକ ସୁଦୃଢ କରିବା ସହିତ ସୁସ୍ଥ ଓଡ଼ିଶା ଏବଂ ବିକଶିତ ଓଡ଼ିଶାକୁ ସାକାର ରୂପ ଦିଆଯାଇପାରିବ ।

ଅନ୍ୟପଟେ ପ୍ରତିକ୍ରିୟା ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ – ସ୍ୱାସ୍ଥ୍ୟ ଦକ୍ଷତା ପ୍ରତିପାଦନ କରି, ଆମ୍ବୁଲାନ୍ସ ଭୂମିକା ସୁନିଶ୍ଚିତ କରିବା ପାଇଁ ଦୃଢ ପଦକ୍ଷେପ ଗ୍ରହଣ କରଯାଇଛି ।  ପୁରୁଣା ଆମ୍ବୁଲାନ୍ସର ନବୀକାରଣ ଜରୁରୀ ଥିଲା ।  ଏ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥଲେ । ପ୍ରତି ବ୍ଲକ୍, ଜିଲ୍ଲା, CHC, ସହ ଯୋଗାଯୋଗ କରିବ ।  ଯାହା ଜରୁରୀ ସ୍ୱାସ୍ଥ୍ୟ ସେବା ପାଇଁ ଯାହା ଆବଶ୍ୟକ ତାହା କାର୍ଯ୍ୟକାରି କରିବେ ସରକାର । ଆଶା କରୁଛି ରୋଗୀଙ୍କ ସାହାଯ୍ୟ ସମୟାର ଏହା ସହାୟକ ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର