ମଣ୍ଡି ତାତିରେ କମ୍ପିଲା ବିଧାନସଭା: ଚାଷୀ ପ୍ରସଙ୍ଗ ନେଇ ଗୃହରେ ତୁମୁଳ କାଣ୍ଡ, ୧୧ଟା ୩୦ ଯାଏଁ ମୁଲତବୀ

Suryakanta Picture
Published On

 ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନର ଦ୍ୱିତୀୟ ଦିନରେ ମଧ୍ୟ ଗୃହରେ ଅଚଳାବସ୍ଥା ଦେଖିବାକୁ ମିଳିଛି। ଧାନ ମଣ୍ଡି ଅବ୍ୟବସ୍ଥା ଏବଂ ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀ ଦଳର ସଦସ୍ୟମାନେ ଗୃହରେ ପ୍ରବଳ ହଟ୍ଟଗୋଳ କରିଥିଲେ। ଫଳରେ ବାଚସ୍ପତି ସୁରମା ପାଢ଼ୀ ଗୃହ କାର୍ଯ୍ୟକୁ ପୂର୍ବାହ୍ନ ୧୧ଟା ୩୦ ମିନିଟ୍ ଯାଏଁ ମୁଲତବୀ ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

ପ୍ରଶ୍ନକାଳ ଆରମ୍ଭରୁ ହଙ୍ଗାମା

ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ବିଜେଡିକଂଗ୍ରେସ ବିଧାୟକମାନେ ଧାନ ମଣ୍ଡିରେ ଅବ୍ୟବସ୍ଥା ଏବଂ ଚାଷୀମାନଙ୍କ ସମସ୍ୟାକୁ ନେଇ ସରକାରଙ୍କୁ ଘେରିଥିଲେ। ବିରୋଧୀ ସଦସ୍ୟମାନେ ନିଜ ନିଜ ଆସନରୁ ଉଠି ଗୃହର ମଧ୍ୟଭାଗ (Well) କୁ ଚାଲିଆସିଥିଲେ ଏବଂ ସରକାର ବିରୋଧୀ ସ୍ଲୋଗାନ ଦେଇଥିଲେ। ଏହି ହଟ୍ଟଗୋଳ କାରଣରୁ ପ୍ରଶ୍ନକାଳ ସୁରୁଖୁରୁରେ ଚାଲିପାରି ନଥିଲା।

ଆହୁରି ପଢ଼ନ୍ତୁ: ଗାଡ଼ି ମାଲିକଙ୍କୁ ବଡ଼ ଆଶ୍ୱସ୍ତି: ପିୟୁସିସି (PUCC) ନିୟମ ଉଲ୍ଲଂଘନ ପାଇଁ କମିଲା ଜରିମାନା

ବାଚସ୍ପତିଙ୍କ ଅନୁରୋଧ ସତ୍ତ୍ୱେ କମିଲାନି ତାତି

ବାଚସ୍ପତି ସୁରମା ପାଢ଼ୀ ବିରୋଧୀ ସଦସ୍ୟମାନଙ୍କୁ ଶାନ୍ତ ରହିବାକୁ ଏବଂ ନିଜ ଆସନକୁ ଫେରିଯିବାକୁ ବାରମ୍ବାର ଅନୁରୋଧ କରିଥିଲେ ମଧ୍ୟ ସେମାନେ ଏହା ଶୁଣି ନଥିଲେ। ଗୃହରେ ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଯିବାରୁ ବାଚସ୍ପତି ବାଧ୍ୟ ହୋଇ ଗୃହକୁ ୧୧ଟା ୩୦ ଯାଏଁ ମୁଲତବୀ ରଖିଛନ୍ତି। ସୂଚନାଯୋଗ୍ୟ ଯେ, ଗତକାଲି ମଧ୍ୟ ସମାନ ପ୍ରସଙ୍ଗକୁ ନେଇ ବିରୋଧୀମାନେ ଅଭିନବ ଉପାୟରେ ଧାନ ବିଡ଼ା ଧରି ଗୃହରେ ପ୍ରତିବାଦ କରିଥିଲେ।

ଆହୁରି ପଢ଼ନ୍ତୁ: ପଛକୁ ପଛ ଆସୁଛି ଦୁଇଟି ଲଘୁଚାପ ! ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷାର ପରିମାଣ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର