ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

Madhusudan Das Picture
Published On

ଭୁବନେଶ୍ୱର: ଆଜି ମହାନ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମ ଜୟନ୍ତୀ । ସାରା ରାଜ୍ୟ ଆଜି ମନେ ପକାଉଛି ଆଧୁନିକ ଓଡ଼ିଶା ଗଠନରେ ତାଙ୍କର ଅବଦାନକୁ । ଜିଲ୍ଲା, ନିର୍ବାଚନ ମଣ୍ଡଳୀସ୍ତରରେ ବି ଧୁମଧାମରେ ପାଳନ କରାଯାଉଛି ବିଜୁ ଜୟନ୍ତୀ। ବିଧାନସଭା ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ବହୁ ନେତା। ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ତାଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଭୁବନେଶ୍ବରର ଫରେଷ୍ଟ ପାର୍କରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏବର୍ଷର ଥିମ୍ ରହିଛି ସମୃଦ୍ଧ ଓଡ଼ିଶା ଗଠନରେ ବିଜୁ ବାବୁଙ୍କ ଅବଦାନ । ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସାଙ୍ଗକୁ ରକ୍ତଦାନ ଶିବିର ଅନୁଷ୍ଠିତ ହେଉଛି । 

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ଆଜି ସୁପ୍ରିମକୋର୍ଟରେ ଶୁଣାଣି, ଆସିପାରେ ବଡ଼ ନିର୍ଦ୍ଦେଶ

କେବଳ ଆଧୁନିକ ଓଡ଼ିଶା ଗଠନ ନୁହେଁ, ଦେଶର ରାଜନୀତି ଓ ଦେଶ ପ୍ରତି ତାଙ୍କର ବହୁତ ଅବଦାନ ରହିଛି। ସେ ସ୍ଵାଧୀନତା ସଂଗ୍ରାମରେ ବି ଝାସ ଦେଇଥିଲେ। କେବଳ ଏତିକି ନୁହେଁ, ପ୍ରଥମ ପାଇଲଟ ଭାବେ କାଶ୍ମୀରରେ ବିମାନ ଲ୍ୟାଣ୍ଡିଂ କରାଇଥିଲେ। ଅନୁପ୍ରବେଶକାରୀଙ୍କୁ ଅଟକାଇବାରେ ବିଜୁ ପଟ୍ଟନାୟକଙ୍କର ଅବଦାନ ଥିଲା ଗୁରୁତ୍ବପୂର୍ଣ୍ଣ। ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ବି ବିଜୁ ବାବୁଙ୍କ ଅବଦାନ କିଛି କମ୍ ନୁହେଁ। ଓଡ଼ିଶାକୁ ବିଶ୍ବ ଦରବାରରେ ପ୍ରତିଷ୍ଠିତ କରି ପାରିଥିବା ବିଜୁ ପଟ୍ଟନାୟକଙ୍କ ମରଶରୀରରେ ତିନୋଟି ଦେଶର ଜାତୀୟ ପତାକା ରଖାଯାଇଥିଲା। ଯାହା ଆଜି ବି ପ୍ରତ୍ୟେକ ଓଡ଼ିଆଙ୍କୁ ଗର୍ବିତ କରିଛି । ଖାଲି ସେତିକି ନୁହେଁ, ବିଜୁ ବାବୁ ଜଣେ ବିଶ୍ବସ୍ତରୀୟ ନେତା ଥିଲେ । ପଞ୍ଚାୟତିରାଜ ବ୍ୟବସ୍ଥାକୁ ମଜଭୁତ୍ କରିବାରେ ବିଜୁ ବାବୁଙ୍କ ଅବଦାନ ସ୍ମରଣୀୟ। 

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର